Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

3 ପୁଣି ସେହି ଧୂଆଁରୁ ପଙ୍ଗପାଳମାନେ ବାହାରି ପୃଥିବୀରେ ବ୍ୟାପିଗଲେ। ସେମାନେ କଙ୍କଡ଼ାବିଛା ପରି ସାଙ୍ଘାତିକ ଥିଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଓ ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।

Faic an caibideil Dèan lethbhreac




ପ୍ରକାଶିତ 9:3
16 Iomraidhean Croise  

ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ଏଥିପାଇଁ ମୋର ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋର ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”


ସେହି ଯୁବାମାନଙ୍କ ମନ୍ତ୍ରଣାନୁସାରେ ସେମାନଙ୍କୁ ଏହି କଥା କହିଲେ, “ମୋହର ପିତା ତୁମ୍ଭମାନଙ୍କ ଯୁଆଳି ଭାରୀ କରିଥିଲେ, ମାତ୍ର ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”


ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।


ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ସେଠାରେ ଅଗ୍ନି ତୁମ୍ଭକୁ ଗ୍ରାସ କରିବ; ଖଡ୍ଗ ତୁମ୍ଭକୁ ଛେଦନ କରିବ, ତାହା ପତଙ୍ଗର ନ୍ୟାୟ ତୁମ୍ଭକୁ ଗ୍ରାସ କରିବ; ତୁମ୍ଭେ ପତଙ୍ଗର ନ୍ୟାୟ ଆପଣାକୁ ବହୁସଂଖ୍ୟକ କର, ପଙ୍ଗପାଳ ପରି ଆପଣାକୁ ବହୁସଂଖ୍ୟକ କର।


ତୁମ୍ଭର ମୁକୁଟଧାରୀମାନେ ପଙ୍ଗପାଳ ପରି ଓ ତୁମ୍ଭର ପ୍ରଧାନ ସେନାପତିମାନେ ଫଡ଼ିଙ୍ଗର ଦଳ ପରି, ସେ ଫଡ଼ିଙ୍ଗମାନେ ଶୀତ ଦିନରେ ବାଡ଼ରେ ରହନ୍ତି, ମାତ୍ର ସୂର୍ଯ୍ୟ ଉଦୟ ହେଲେ ଉଡ଼ି ପଳାନ୍ତି, ଆଉ ସେମାନେ କେଉଁଠାରେ ଥାʼନ୍ତି, ତାହା ଜଣାଯାଏ ନାହିଁ।


ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍‍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ;


ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।


ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;


ସେହି ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ବହୁସଂଖ୍ୟକ ହେତୁରୁ ପଙ୍ଗପାଳ ପରି ତଳଭୂମିରେ ପଡ଼ି ରହିଥିଲେ; ସେମାନଙ୍କର ଓଟ ବହୁସଂଖ୍ୟକ ହେତୁରୁ ସମୁଦ୍ରତୀରସ୍ଥ ବାଲି ପରି ଅସଂଖ୍ୟ ଥିଲେ।


Lean sinn:

Sanasan


Sanasan