Biblia Todo Logo
Bìoball air-loidhne

- Sanasan -




ରୋମୀୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ବିଜାତି ସମସ୍ତେ ଯେପରି ବିଶ୍ଵାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।

Faic an caibideil Dèan lethbhreac

ଓଡିଆ ବାଇବେଲ

6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

6 ରୋମର ଅଧିବାସୀ! ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଅନୁଗାମୀ ହେବା ପାଇଁ ଆହୂତ ହୋଇଅଚ।

Faic an caibideil Dèan lethbhreac

ପବିତ୍ର ବାଇବଲ

6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ।

Faic an caibideil Dèan lethbhreac




ରୋମୀୟ 1:6
16 Iomraidhean Croise  

ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,


ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ,


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବନ୍ତ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ବରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି।


ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର।


ସେଥିପାଇଁ ମଧ୍ୟ ସେ ଆମ୍ଭମାନଙ୍କ ସୁସମାଚାର ଦ୍ୱାରା ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଗୌରବ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ଡାକିଅଛନ୍ତି।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ।


ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


Lean sinn:

Sanasan


Sanasan