Biblia Todo Logo
Bìoball air-loidhne

- Sanasan -




ରୋମୀୟ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ଵାସର ସୁସମ୍ଵାଦ ଯେ ସମୁଦାୟ ଜଗତରେ ଶୁଣା ଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

8 ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ବୋଲି ପୃଥିବୀରେ ସର୍ବତ୍ର ପରିଚିତ। ଏଥିପାଇଁ ତୁମ ସମସ୍ତଙ୍କ ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମରେ ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି।

Faic an caibideil Dèan lethbhreac




ରୋମୀୟ 1:8
25 Iomraidhean Croise  

ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।


କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।


କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”


ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,


କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।


ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍‍।


ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ।


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ।


ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି,


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ ଅଟେ। କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ପିତୃ-ପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ବରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ଓ ସମସ୍ତ ପବିତ୍ର ସାଧୁଙ୍କ ପ୍ରତି ତୁମ୍ଭର ପ୍ରେମ ବିଷୟ ଶୁଣି


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


Lean sinn:

Sanasan


Sanasan