Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

20 ତେଣୁ ସେ ସେମାନଙ୍କୁ କହିଲା, ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋʼ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

20 ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋ’ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

20 କିନ୍ତୁ ନୟମୀ ସେହି ଲୋକମାନଙ୍କୁ କହିଲେ, “ମୋତେ ନୟମୀ ବୋଲି ଡାକ ନାହିଁ, ମୋତେ ମାରା ବୋଲି ଡାକ। ଯେହେତୁ ସର୍ବଶକ୍ତିମାନ ପରମେଶ୍ୱର ମୋର ଜୀବନକୁ ଦୁଃଖପୂର୍ଣ୍ଣ କରିଅଛନ୍ତି।

Faic an caibideil Dèan lethbhreac




ରତର ବିବରଣ 1:20
16 Iomraidhean Croise  

ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ତୁମ୍ଭେ କʼଣ ଅନୁସନ୍ଧାନ ଦ୍ୱାରା ପରମେଶ୍ୱରଙ୍କୁ ପାଇ ପାର? ତୁମ୍ଭେ କʼଣ ସର୍ବଶକ୍ତିମାନଙ୍କର ସମ୍ପୂର୍ଣ୍ଣ ତତ୍ତ୍ୱ ପାଇ ପାର?


ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।


ଦେଖ, ପରମେଶ୍ୱର ଯାହାକୁ ଶାସନ କରନ୍ତି, ସେ ମନୁଷ୍ୟ ଧନ୍ୟ; ଏହେତୁ ତୁମ୍ଭେ ସର୍ବଶକ୍ତିମାନଙ୍କର ଶାସ୍ତି ତୁଚ୍ଛ ନ କର।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋʼ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


ସେ ମୋତେ ନିଶ୍ୱାସ ମାରିବାକୁ ଦିଅନ୍ତି ନାହିଁ, ମାତ୍ର ମୋତେ ତିକ୍ତତାରେ ପୂର୍ଣ୍ଣ କରନ୍ତି।


କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।


ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।


ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।


ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।


ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।


“ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ଯେ ସର୍ବଶକ୍ତିମାନ,” ସେହି ପ୍ରଭୁ ଈଶ୍ବର କହନ୍ତି, “ଆମ୍ଭେ ଆରମ୍ଭ ଓ ଶେଷ।”


ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।


Lean sinn:

Sanasan


Sanasan