Biblia Todo Logo
Bìoball air-loidhne

- Sanasan -




ରତର ବିବରଣ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ସେ କହିଲା, “ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ସେ କହିଲା, ହେ ମୋହର ପ୍ରଭୋ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ଵନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି ଚିତ୍ତପ୍ରବୋଧକ କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

13 ଏଥିରେ ସେ କହିଲା, “ହେ ମୋହର ପ୍ରଭୁ, ଆପଣଙ୍କ ଦୃଷ୍ଟିରେ ମୁଁ ଅନୁଗ୍ରହ ପାଏ; ଆପଣ ମୋତେ ସାନ୍ତ୍ୱନା କଲେ, ପୁଣି ଆପଣଙ୍କର ଏହି ଦାସୀ ପ୍ରତି କରୁଣାର କଥା କହିଲେ, ମୁଁ ତ ଆପଣଙ୍କର ଏକ ଦାସୀ ତୁଲ୍ୟ ନୁହେଁ।”

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଏହା ପରେ ଋତ ତାଙ୍କୁ କହିଲେ, “ତୁମ୍ଭେ ମୋ’ ଉପରେ ବହୁତ ଦୟା ଦେଖାଇ ଅଛ। ମହାଶୟ, ମୁଁ ଆପଣଙ୍କର ଦାସୀ। ଏପରିକି ମୁଁ ଆପଣଙ୍କର ଏକ ଦାସୀ ସହିତ ସମାନ ନୁହେଁ, ତଥାପି ଆପଣ ମୋ’ ପ୍ରତି ବହୁତ ଦୟା ଓ କରୁଣା ଦେଖାଇଛନ୍ତି ଏବଂ ଆପଣ ଦୟାର କଥା ମୋତେ କହିଛନ୍ତି।”

Faic an caibideil Dèan lethbhreac




ରତର ବିବରଣ 2:13
15 Iomraidhean Croise  

ଏଥିଉତ୍ତାରେ ଦୂତମାନେ ଫେରିଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରି ଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।”


ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।


ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”


ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”


ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।


ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”


ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍‍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”


ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।


ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।


ଏଥିରେ ସେ ଉଠି ଭୂମିଷ୍ଠ ପ୍ରଣାମ କରି କହିଲା, “ଦେଖ, ତୁମ୍ଭ ଦାସୀ ମୋହର ପ୍ରଭୁଙ୍କ ଦାସମାନଙ୍କ ପାଦ ଧୋଇବା ଦାସୀ।”


Lean sinn:

Sanasan


Sanasan