Biblia Todo Logo
Bìoball air-loidhne

- Sanasan -




ତୀତସ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

1 କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଲୋକମାନଙ୍କୁ ସର୍ବଦା ଏହିଗୁଡ଼ିକ କରିବା ପାଇଁ ମନେ ରଖିବାକୁ କୁହ: ସେମାନେ ସରକାରୀ ଅଧିକାରୀମାନଙ୍କ ଅଧୀନରେ ରୁହନ୍ତୁ, ସେମାନଙ୍କ ଆଜ୍ଞା ପାଳନ କରନ୍ତୁ ଓ ଭଲ କାମ କରିବା ପାଇଁ ପ୍ରସ୍ତୁତ ଥାଆନ୍ତୁ;

Faic an caibideil Dèan lethbhreac




ତୀତସ 3:1
29 Iomraidhean Croise  

ହେ ମୋହର ପୁତ୍ର, ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ଭୟ କର, ପୁଣି, ଚଞ୍ଚଳମତିମାନଙ୍କ ସଙ୍ଗରେ ଲିପ୍ତ ହୁଅ ନାହିଁ।


ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।


ଆମ୍ଭଙ୍କୁ ସ୍ମରଣ କରାଅ; ଆମ୍ଭେମାନେ ପରସ୍ପରର ବିଚାର କରୁ; ତୁମ୍ଭେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା କଥା କୁହ।


ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?


ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍‍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ବରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ୱଳିତ କର।


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।


ସେମାନେ ଈଶ୍ବରଙ୍କୁ ଜାଣନ୍ତି ବୋଲି ସ୍ୱୀକାର କରନ୍ତି, କିନ୍ତୁ ସେମାନେ ଆପଣା କର୍ମ ଦ୍ୱାରା ତାହାଙ୍କୁ ଅସ୍ବୀକାର କରନ୍ତି; ସେମାନେ ଘୃଣ୍ୟ ଓ ଅବାଧ୍ୟ ପୁଣି, ସମସ୍ତ ସତ୍କର୍ମର ଅଯୋଗ୍ୟ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।


ଏହି କଥା ବିଶ୍ୱାସ୍ୟ, ଆଉ ଯେପରି ଈଶ୍ବରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା। ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।


ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।


ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।


Lean sinn:

Sanasan


Sanasan