Biblia Todo Logo
Bìoball air-loidhne

- Sanasan -




ତୀତସ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ବିତଣ୍ଡା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗ୍‌ଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହିସବୁ କ୍ଷତିଜନକ ଓ ଅସାର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର।

Faic an caibideil Dèan lethbhreac

ଓଡିଆ ବାଇବେଲ

9 କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ଅବାନ୍ତର ଯୁକ୍ତିତର୍କ, ପୂର୍ବପୁରୁଷମାନଙ୍କର ଦୀର୍ଘ ନାମ ତାଲିକା ଓ ଶାସ୍ତ୍ରାର୍ଥ ନେଇ ଅଯଥା ବାକ୍ବିତଣ୍ଡା, କଳହ ଓ ବିବାଦ ସବୁ ପରିହାର କର। ଏହା ମୂଲ୍ୟହୀନ ଓ ନିରର୍ଥକ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟରେ ଯୁକ୍ତି, ଝଗଡ଼ା, ମୋଶାଙ୍କ ବ୍ୟବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷଠାରୁ ଦୂରରେ ରୁହ। ସେଗୁଡ଼ିକ ମୂଲ୍ୟହୀନ ଓ ଲୋକମାନଙ୍କୁ ସାହାଯ୍ୟ କରେ ନାହିଁ।

Faic an caibideil Dèan lethbhreac




ତୀତସ 3:9
10 Iomraidhean Croise  

ସେ କʼଣ ଅନର୍ଥକ କଥାରେ ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ।


କିନ୍ତୁ ଅସାର କଥାବାର୍ତ୍ତାରୁ ଦୂରରେ ରୁହ; କାରଣ ଯେଉଁମାନେ ସେଥିରେ ଲିପ୍ତ ହେବେ, ସେମାନେ ଅଧର୍ମରେ ଅଧିକ ବୃଦ୍ଧି ପାଇବେ,


ଅଜ୍ଞାନୀ ଓ ମୂର୍ଖମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହିସବୁ ଅଗ୍ରାହ୍ୟ କର।


ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।


ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ? କଅଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ?


Lean sinn:

Sanasan


Sanasan