Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍ ଶଦ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଆମ୍ଭେ ସେମାନଙ୍କ ପାଇଁ ଶୀଷ୍‍ ଶବ୍ଦ କରି ସେମାନଙ୍କୁ ଏକତ୍ର କରିବା; କାରଣ ଆମ୍ଭେ ସେମାନଙ୍କୁ ମୁକ୍ତ କରିବା ଓ ସେମାନେ ଯେପରି ବହୁବଂଶ ହୋଇଥିଲେ, ସେପରି ବହୁବଂଶ ହେବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 “ଆମ୍ଭେ ତୂରି ବଜାଇବା ଏବଂ ସେମାନଙ୍କୁ ଏକତ୍ରିତ କରାଇବା। ଆମ୍ଭେ ସେମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁ ସଂଖ୍ୟାରେ ଥିଲେ ସେହିପରି ବହୁ ସଂଖ୍ୟାରେ ପୂର୍ଣ୍ଣ ହେବେ।

Faic an caibideil Dèan lethbhreac




ଯିଖରୀୟ 10:8
25 Iomraidhean Croise  

ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍‍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, “ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”


ପୁଣି, ସେ ଦୂରଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।


ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।


ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।


ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।”


ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ହେ ଯାକୁବ, ଆମ୍ଭେ ଅବଶ୍ୟ ତୁମ୍ଭର ଯାବତୀୟ ଲୋକଙ୍କୁ ଏକତ୍ର କରିବା; ଆମ୍ଭେ ଅବଶ୍ୟ ଇସ୍ରାଏଲର ଅବଶିଷ୍ଟାଂଶକୁ ସଂଗ୍ରହ କରିବା; ଆମ୍ଭେ ସେମାନଙ୍କୁ ବସ୍ରାର ମେଷଗଣ ତୁଲ୍ୟ ଏକତ୍ର ରଖିବା; ନିଜ ଚରାଣି ସ୍ଥାନ ମଧ୍ୟରେ ଯେପରି ମେଷପଲ, ସେହିପରି ମନୁଷ୍ୟର ବାହୁଲ୍ୟ ସକାଶୁ ସେମାନେ ମହାଶବ୍ଦ କରିବେ।


ତୁମ୍ଭ ନିୟମର ରକ୍ତ ସକାଶୁ ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ନିର୍ଜଳ କୂପ ମଧ୍ୟରୁ ବାହାର କରି ପ୍ରେରଣ କରିଅଛୁ।


ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


Lean sinn:

Sanasan


Sanasan