Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ଵକୁ ସ୍ତବ୍ଧତାରେ ଓ ତଦାରୋହୀକି ଉନ୍ମତ୍ତତାରେ ଆଘାତ କରିବା; ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ଵକୁ ଅନ୍ଧତାରେ ଆଘାତ କରିବା।

Faic an caibideil Dèan lethbhreac

ଓଡିଆ ବାଇବେଲ

4 ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ସଦାପ୍ରଭୁ କୁହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଭୟଭୀତ କରାଇବା ଏବଂ ଅଶ୍ୱାରୋହୀର ମତିଭ୍ରମ ହେବ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ୱକୁ ଅନ୍ଧ କରିଦେବା, ମାତ୍ର ମୋର ଚକ୍ଷୁ ଖୋଲା ରହିବ ଏବଂ ଯିହୁଦା ଉପରେ ମୋର ସତର୍କ ଦୃଷ୍ଟି ରହିବା

Faic an caibideil Dèan lethbhreac




ଯିଖରୀୟ 12:4
24 Iomraidhean Croise  

ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।


ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।


ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।


ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।


ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।


ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।


ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।


ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।


ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେରି ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଇ ଦେଖ; ପୁଣି, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି ସବୁ କଥା ଶୁଣ।


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;


ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।


ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।


ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହାଶୋକ ହେବ।


ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।


ପୁଣି, ଯିହୁଦାର ଅଧ୍ୟକ୍ଷଗଣ ଆପଣା ଆପଣା ମନରେ କହିବେ, ‘ଯିରୂଶାଲମର ନିବାସୀମାନେ ଆମର ବଳ ସ୍ୱରୂପ ଅଟନ୍ତି କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଅଟନ୍ତି।’


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱ ସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।


ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।


ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;


ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।


Lean sinn:

Sanasan


Sanasan