ଯିଖରୀୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ଵାରା ନୁହେଁ, କିଅବା ବଳ ଦ୍ଵାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ଵାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Faic an caibideilଓଡିଆ ବାଇବେଲ6 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।” Faic an caibideilପବିତ୍ର ବାଇବଲ6 ସେ କହିଲେ, “ଏହା ଯିରୁବ୍ବାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, ‘ଏହା ପରାକ୍ରମ କି ବଳଦ୍ୱାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।’ ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି। Faic an caibideil |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।