Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 5:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେ ମୋତେ କହିଲେ, ଏହା ଦୁଷ୍ଟତା ସ୍ଵରୂପା; ଆଉ, ସେ ସେହି ସ୍ତ୍ରୀକି ଐଫା ମଧ୍ୟରେ ପକାଇ ଦେଲେ ଓ ତହିଁର ର୍ମୁଁହରେ ସେହି ସୀସାର ଓଜନ ଦେଲେ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା !” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସ୍ୱର୍ଗଦୂତ କହିଲେ, “ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ୱରୂପ।” ତା'ପରେ ସେ ସ୍ୱର୍ଗଦୂତ ସେହି ନାରୀକୁ ମାପ ଟୋକେଇ ଭିତରକୁ ଠେଲିଦେଇ ତାହାର ସୀମା ଘୋଡ଼ଣୀ ବନ୍ଦ କରିଦେଲେ।

Faic an caibideil Dèan lethbhreac




ଯିଖରୀୟ 5:8
11 Iomraidhean Croise  

ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି; ତାହାସବୁ ମୋʼ ଶକ୍ତି ଅପେକ୍ଷା ଭାରୀ ବୋଝ ସ୍ୱରୂପ।


ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ।


ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ୱାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆ ହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି।


ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ।


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


ଆମ୍ଭେ କି ଦୁଷ୍ଟତାର ନିକ୍ତିରେ ଓ ଛଳନାରୂପ ବଟଖରାର ଥଳୀରେ ନିର୍ଦ୍ଦୋଷ ହେବା।


ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।


ତୁମ୍ଭେମାନେ ନିଜ ନିଜ ପିତୃ-ପୁରୁଷଙ୍କର ପରିମାଣ ପୂର୍ଣ୍ଣ କର।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


Lean sinn:

Sanasan


Sanasan