Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍ବକ୍ତାଗଣଙ୍କ ଦ୍ଵାରା ଯେଉଁସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?

Faic an caibideil Dèan lethbhreac

ଓଡିଆ ବାଇବେଲ

7 ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?”

Faic an caibideil Dèan lethbhreac

ପବିତ୍ର ବାଇବଲ

7 ଏହିଗୁଡ଼ିକ କ’ଣ ସେହି ବାକ୍ୟଗୁଡ଼ିକ ନୁହେଁ? ଯାହା ସଦାପ୍ରଭୁ ପୂର୍ବ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମାଧ୍ୟମରେ କହିଥିଲେ? ସେ ଏ କଥା କହିଥିଲେ ଯେତେବେଳେ ଯିରୁଶାଲମ ବସତି ବହୁଳ ଓ ସମୃଦ୍ଧିଶାଳୀ ଥିଲା। ଏବଂ ତା'ର ଚତୁର୍ଦ୍ଦିଗର ନଗରଗୁଡ଼ିକ ନେଗେଭ ଏବଂ ସିଫେଲା ବସତି ବହୁଳ ଥିଲା।’”

Faic an caibideil Dèan lethbhreac




ଯିଖରୀୟ 7:7
23 Iomraidhean Croise  

କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍‍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।


ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।


ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, ‘ମୁଁ ଶୁଣିବି ନାହିଁ;’ ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ବିନ୍ୟାମୀନ୍ ପ୍ରଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନାନା ସ୍ଥାନରେ, ଯିହୁଦାର ନଗରସମୂହରେ, ପାର୍ବତୀୟ ପ୍ରଦେଶସ୍ଥ ନାନା ନଗରରେ, ପୁଣି ନିମ୍ନ ଭୂମିସ୍ଥ ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ନଗରସମୂହରେ ଲୋକମାନେ ମୂଲ୍ୟ ଦେଇ କ୍ଷେତ୍ର କ୍ରୟ କରିବେ ଓ କ୍ରୟପତ୍ର ସ୍ୱାକ୍ଷର କରି ମୁଦ୍ରାଙ୍କିତ କରିବେ ଓ ସାକ୍ଷୀ ରଖିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।”


ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।


ତଥାପି ଆମ୍ଭେ ଅତି ପ୍ରଭାତରେ ଉଠି ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇ କହିଲୁ, ଆଃ, ଏହି ଘୃଣାଯୋଗ୍ୟ କାର୍ଯ୍ୟ ତୁମ୍ଭେମାନେ କର ନାହିଁ, ଆମ୍ଭେ ତାହା ଘୃଣା କରୁ।


ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।


କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;


ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।


ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?


ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,


ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।


Lean sinn:

Sanasan


Sanasan