Biblia Todo Logo
Bìoball air-loidhne

- Sanasan -




ଯିଖରୀୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେସମୟରେ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହ, ଅର୍ଥାତ୍‍, ମନ୍ଦିରର ନିର୍ମାଣ ନିମନ୍ତେ ଯେଉଁ ଦିନ ତହିଁର ଭିତ୍ତିମୂଳ ସ୍ଥାପିତ ହୋଇଥିଲା, ସେହି ସମୟରେ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଥିଲେ, ସେମାନଙ୍କ ମୁଖରୁ ଏହି ସକଳ କଥା ବର୍ତ୍ତମାନ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”

Faic an caibideil Dèan lethbhreac

ପବିତ୍ର ବାଇବଲ

9 ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଶକ୍ତିଶାଳୀ ହୁଅ! ତୁମ୍ଭମାନଙ୍କୁ ମଧ୍ୟ ଏହି ଦିନଗୁଡ଼ିକରେ ସେହି ବାକ୍ୟଗୁଡ଼ିକ ଭବିଷ୍ୟ‌ଦ୍‌ବକ୍ତାମାନଙ୍କଠାରୁ ଶୁଣୁଅଛ। ଯେତେବେଳେ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା, ଯାହାପାଇଁ ମନ୍ଦିର ନିର୍ମାଣ ହୋଇ ପାରିଥିଲା।

Faic an caibideil Dèan lethbhreac




ଯିଖରୀୟ 8:9
18 Iomraidhean Croise  

ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।


ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।


ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”


ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।


ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥରଥର ଆଣ୍ଠୁକୁ ସୁସ୍ଥିର କର।


ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।


ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।


“ଯିହୁଦାର ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କୁ ଏହି କଥା କୁହ, ଆମ୍ଭେ ଆକାଶମଣ୍ଡଳ ଓ ପୃଥିବୀକୁ ହଲାଇବା;


ପୁଣି, ହେ ଯିହୁଦା ବଂଶ ଓ ଇସ୍ରାଏଲ ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।”


ଏଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


Lean sinn:

Sanasan


Sanasan