Biblia Todo Logo
Bìoball air-loidhne

- Sanasan -




ସିଫନୀୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ଏଥିପାଇଁ ଇସ୍ରାଏଲର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ଵଂସସ୍ଥାନ ହେବ ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତେଣୁ ଆମ୍ଭେ ପ୍ରତିଜ୍ଞା କରୁଛୁ, ମୋୟାବ ଓ ଅମ୍ମୋନର ଲୋକମାନେ ସଦୋମ ଓ ହମୋରା ପରି ଧ୍ୱଂସ ହେବେ। ଆମ୍ଭେ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ପ୍ରତିଜ୍ଞା କରୁଅଛୁ ଚିରକାଳ ପାଇଁ ସେମାନଙ୍କର ଭୂମି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ହେବ। ସେମାନଙ୍କର ଭୂମିରେ ଅନାବନା ଗଛ ବ୍ୟାପିଯିବ। ମରୁସାଗର ପରି ସେମାନଙ୍କର ଭୁମି ଲବଣାକ୍ତ ହେବ। ଆମ୍ଭର ବଞ୍ଚିତ ଲୋକମାନେ ତାଙ୍କ ଦେଶ ଅଧିକାର କରିବେ ଓ ତାଙ୍କର ସମ୍ପତ୍ତି ଫେରି ପାଇବେ।”

Faic an caibideil Dèan lethbhreac




ସିଫନୀୟ 2:9
27 Iomraidhean Croise  

ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।


ତୁମ୍ଭେ ଚକ୍ଷୁ ମେଲାଇ ଚତୁର୍ଦ୍ଦିଗ ଦେଖ; ଏସମସ୍ତେ ଏକତ୍ରିତ ହୋଇ ତୁମ୍ଭ ନିକଟକୁ ଆସୁଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଭୂଷଣ ତୁଲ୍ୟ ଏହି ସମସ୍ତଙ୍କୁ ପରିଧାନ କରିବ, ପୁଣି କନ୍ୟାର କଟିଭୂଷଣ ତୁଲ୍ୟ ସେମାନଙ୍କୁ ଧାରଣ କରିବ।”


ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍‍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍‍ ଲଜ୍ଜିତ ଓ ଭଗ୍ନ ହେଲା।


ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?


ସଦାପ୍ରଭୁ କହନ୍ତି, ସଦୋମ ଓ ହମୋରାର ଓ ତନ୍ନିକଟବର୍ତ୍ତୀ ନଗରସମୂହ ସଦୃଶ୍ୟ ତାହାର ଉତ୍ପାଟନ ହେବ, କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ; କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


ପୁଣି, ହାସୋର ଶୃଗାଳମାନଙ୍କର ବସତି ଓ ସଦାକାଳ ଉତ୍ସନ୍ନ ସ୍ଥାନ ହେବ; କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟ-ସନ୍ତାନ ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।”


ସଦାପ୍ରଭୁ କହନ୍ତି, ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;


ଆଉ, ତହିଁ ମଧ୍ୟରେ ପଶୁପଲ ଓ ଗୋଷ୍ଠୀଗଣର ଯାବତୀୟ ପଶୁ ଶୟନ କରିବେ; ପାଣିଭେଳା ପକ୍ଷୀ ଓ ଝିଙ୍କ ଜନ୍ତୁ ତହିଁର ସ୍ତମ୍ଭମାନର ମଥାଣି ଉପରେ ରାତ୍ରି କ୍ଷେପଣ କରିବେ; ଝରକାରେ ସେମାନଙ୍କ ରବ ଶୁଣାଯିବ; ଚୌକାଠର ଉପରେ ଉଚ୍ଛିନ୍ନତା ରହିବ; କାରଣ ସେ ତାହାର ଏରସ କାଷ୍ଠର କର୍ମ ଅନାବୃତ କରିଅଛନ୍ତି।


ଆଉ, ସେହି ସମୁଦ୍ର କୂଳ ଯିହୁଦା ବଂଶର ଅବଶିଷ୍ଟାଂଶ ପାଇଁ ହେବ; ସେମାନେ ସେହି ସ୍ଥାନରେ ଆପଣା ଆପଣା ମେଷପଲ ଚରାଇବେ; ସନ୍ଧ୍ୟାକାଳରେ ସେମାନେ ଅସ୍କିଲୋନସ୍ଥିତ ନାନା ଗୃହରେ ଶୟନ କରିବେ; କାରଣ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ସେମାନଙ୍କର ତତ୍ତ୍ୱାବଧାନ କରିବେ ଓ ସେମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବେ।


ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।”


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”


ମାତ୍ର ଯଦି ଆମ୍ଭେ ଜୀବିତ ହେଉ, ଆଉ ଯଦି ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,


ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”


ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;


ଅର୍ଥାତ୍‍, ସଦାପ୍ରଭୁ ଆପଣା କ୍ରୋଧ ଓ କୋପରେ ଯେଉଁ ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ନଗରମାନ ଉତ୍ପାଟନ କରିଥିଲେ, ତାହା ପରି ଏହି ଦେଶର ସମସ୍ତ ଭୂମି ଗନ୍ଧକ, ଲବଣ ଓ ଦହନରେ ପରିପୂର୍ଣ୍ଣ ହୋଇଅଛି, ତହିଁରେ କିଛି ବୁଣାଯାଏ ନାହିଁ, କି ଫଳ ଉତ୍ପନ୍ନ ହୁଏ ନାହିଁ, କି ତହିଁରେ କୌଣସି ତୃଣ ବଢ଼େ ନାହିଁ (ଏସବୁ ଯେତେବେଳେ ଦେଖିବେ);


Lean sinn:

Sanasan


Sanasan