Biblia Todo Logo
Bìoball air-loidhne

- Sanasan -




ସିଫନୀୟ 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜନକାରୀ ସିଂହ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଯିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସେମାନେ ସକାଳକୁ କିଛି ରଖନ୍ତି ନାହିଁ।

Faic an caibideil Dèan lethbhreac




ସିଫନୀୟ 3:3
15 Iomraidhean Croise  

ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପାʼନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।”


“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;


ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।


ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।


ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?


ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁ ଅଛନ୍ତି।


Lean sinn:

Sanasan


Sanasan