Biblia Todo Logo
Bìoball air-loidhne

- Sanasan -




ସିଫନୀୟ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ତ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ଵାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

8 ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

8 ସଦାପ୍ରଭୁ କହିଲେ, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭର ଅପେକ୍ଷାରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ୟଗଣକୁ ଏକତ୍ରିତ କରିବା। ଆମ୍ଭେ ଆପଣା କ୍ରୋଧ ସେମାନଙ୍କ ଉପରେ ଢାଳି ଦେବା। ଆମ୍ଭେ ଆପଣା ପ୍ରଚଣ୍ତ କ୍ରୋଧ ଦେଖାଇବା। ଆମ୍ଭର କ୍ରୋଧରେ ସମଗ୍ର ପୃଥିବୀ ଧ୍ୱଂସ ହେବ।

Faic an caibideil Dèan lethbhreac




ସିଫନୀୟ 3:8
39 Iomraidhean Croise  

ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।


ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।


ସଦାପ୍ରଭୁଙ୍କର ଅନୁସରଣ କର ଓ ତାହାଙ୍କ ପଥ ରକ୍ଷା କର, ତହିଁରେ ସେ ତୁମ୍ଭକୁ ଦେଶାଧିକାର ନିମନ୍ତେ ଉନ୍ନତ କରିବେ; ଦୁଷ୍ଟମାନେ ଉଚ୍ଛିନ୍ନ ହେବା ସମୟରେ ତୁମ୍ଭେ ତାହା ଦେଖିବ।


ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ।


ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।


ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।


“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।


ସମୁଦାୟ ପୃଥିବୀ ବିଷୟରେ ଏହି ମନ୍ତ୍ରଣା ସ୍ଥିର ହୋଇଅଛି ଓ ଏହି ହସ୍ତ ସମସ୍ତ ଗୋଷ୍ଠୀ ଉପରେ ବିସ୍ତୀର୍ଣ୍ଣ ହୋଇଅଛି।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।


ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।”


ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।


ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ।


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ମାତ୍ର ମୁଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି; ମୋʼ ପରିତ୍ରାଣର ପରମେଶ୍ୱରଙ୍କ ପାଇଁ ମୁଁ ଅପେକ୍ଷା କରିବି; ମୋʼ ପରମେଶ୍ୱର ମୋର କଥା ଶୁଣିବେ।


କାରଣ ଏହି ଦର୍ଶନ ଏବେ ହେଁ ନିରୂପିତ କାଳର ଅପେକ୍ଷା ଓ ପରିଣାମର ଆକାଂକ୍ଷା କରେ ଓ ତାହା ମିଥ୍ୟା ହେବ ନାହିଁ; ତାହା ବିଳମ୍ବ ହେଲେ ହେଁ ତହିଁ ପାଇଁ ଅପେକ୍ଷା କର; କାରଣ ତାହା ଅବଶ୍ୟ ଘଟିବ, ବିଳମ୍ବ ହେବ ନାହିଁ।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ତତ୍ପରେ ମୁଁ ମନ୍ଦିର ମଧ୍ୟରୁ ଗୋଟିଏ ଉଚ୍ଚସ୍ୱର ଶୁଣିଲି, ତାହା ସପ୍ତ ଦୂତଙ୍କୁ କହିଲା, ଯାଅ, ଈଶ୍ବରଙ୍କ କ୍ରୋଧର ସପ୍ତ ପାତ୍ର ପୃଥିବୀ ଉପରେ ଢାଳ।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ବରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି।


Lean sinn:

Sanasan


Sanasan