Biblia Todo Logo
Bìoball air-loidhne

- Sanasan -




୧ ପିତର 1:3 - ପବିତ୍ର ବାଇବଲ (CL) NT (BSI)

3 ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ, କାରଣ ସେ ତାଙ୍କ ଅପାର ଦୟାରେ ଯୀଶୁ ଖ୍ରୀଷ୍ଟଙ୍କପୁ ମୃତ୍ୟରୁ ପୁନରୁତ୍ଥିତ କରାଇ ଆମକୁ ନୁଆ ଜୀବନ ଦେଇଛନ୍ତି। ଏହା ଆମ୍ଭମାନଙ୍କୁ ଜୀବନ୍ତ ଭରସାରେ ପୂର୍ଣ୍ଣ କରିଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,

Faic an caibideil Dèan lethbhreac

ପବିତ୍ର ବାଇବଲ

3 ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି।

Faic an caibideil Dèan lethbhreac




୧ ପିତର 1:3
56 Iomraidhean Croise  

ସ୍ୱାଭାବିକଭାବେ ଅର୍ଥାତ୍ ମାନବୀୟ ପିତାଙ୍କଠାରୁ ଜାତ ହେବା ଦ୍ୱାରା ଏମାନେ ଈଶ୍ୱରଙ୍କ ସନ୍ତାନ ସନ୍ତାନ ହୋଇ ନାହାନ୍ତି। ସ୍ୱୟଂ ଈଶ୍ୱର ଏମାନଙ୍କର ପିତା।


ଦୃଢ଼ ଭରସା ରଖି ଆନନ୍ଦ କର। ଦୁଃଖ ଦୁର୍ଦ୍ଦଶା ସମୟରେ ଧୈର୍ଯ୍ୟ ଧର। ଅନବରତ ପ୍ରାର୍ଥନାରେ ନିବିଷ୍ଟ ରୁହ।


ସମସ୍ତ ଭରସାର ଆଧାର, ଈଶ୍ୱର ତୁମ୍ଭମାନଙ୍କ ବିଶ୍ୱାସ ଯୋଗୁଁ ତୁମ୍ଭମାନଙ୍କୁ ଆନନ୍ଦ ଓ ଶାନ୍ତିରେ ପୂର୍ଣ୍ଣ କରନ୍ତୁ। ପବିତ୍ରଆତ୍ମାଙ୍କ ଶକ୍ତିରେ ତୁମମାନଙ୍କର ଭରସା ବୃଦ୍ଧି ପାଉ।


ସେହି ପ୍ରଭୁ ଯୀଶୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତରୂପେ ମୃତ୍ୟୁଭୋଗ କରିଥିଲେ ଏବଂ ଈଶ୍ୱରଙ୍କ ନିକଟରେ ଆମ୍ଭମାନଢ଼ଙ୍କୁ ଧାର୍ମିକ କରାଇବା ପାଇଁ ପୁନରୁତ୍ଥିତ ହୋଇଥିଲେ।


ଆମ୍ଭେମାନେ ଈଶ୍ୱରଙ୍କ ଶତ୍ରୁ ଥିବା ସମୟରେ ତାଙ୍କ ପୁତ୍ର ଆମ୍ଭମାନଙ୍କ ପାଇଁ ପ୍ରାଣ ଦେଲେ, ତାହା ଦ୍ୱାରା ଈଶ୍ୱରଙ୍କ ସହିତ ପୁନର୍ମିଳନ ହେଲା ପରେ ବର୍ତ୍ତମାନ ଖ୍ରୀଷ୍ଟଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ପାଇଁ ଆମେ କେତେ ଅଧିକ ସୁଯୋଗ ନ ପାଇବା?


ଯଦି ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ଆତ୍ମା ତୁମଠାରେ ବିଦ୍ୟମାନ, ତେବେ ସେହି ଆତ୍ମାଙ୍କ ସାହାଯ୍ୟରେ ଈଶ୍ୱର ତୁମ ମର ଶରୀରକୁ ମଧ୍ୟ ଜୀବନ୍ତ କରିବେ।


କାରଣ ଭରସା ରଖିବା ଦ୍ୱାରା ହିଁ ଆମ୍ଭେମାନେ ମୁକ୍ତି ପାଇଥାଉ। କିନ୍ତୁ ଯାହା ଦୃଶ୍ୟମାନ, ତାହା ପାଇଁ ଭରସା ରଖିବା ପ୍ରକୃତ ଭରସା ନୁହେଁ। କିଏ କଅଣ ଦୃଶ୍ୟମାନ ବିଷୟ ସବୁ ପାଇଁ ଭରସା କରେ?


ବିଶ୍ୱାସ, ଭରସା ଓ ପ୍ରେମ - ଏହି ତିନୋଟି ସ୍ଥାୟୀ ବିଷୟ ମଧ୍ୟରେ ପ୍ରେମ ହିଁ ଶ୍ରେଷ୍ଠ।


କିନ୍ତୁ ବାସ୍ତବରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ପୁନରୁତ୍ଥାନର ନିଶ୍ଚିତତା ଦେଖାଇବା ପାଇଁ ସେମାନଙ୍କ ମଧ୍ୟରୁ ନିଜେ ସର୍ବପ୍ରଥମେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି।


ଆସନ୍ତୁ, ଆମ୍ଭମାନେଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା, କରୁଣାସାଗର ଓ ସମସ୍ତ ସାହାଯ୍ୟରେ ଉତ୍ସ, ଈଶ୍ୱରଙ୍କୁ କୃତଜ୍ଞତା ଜଣାଇବା।


ଯେଉଁମାନେ ନିଜ ଜୀବନରେ ଏହି ନୀତି ଅନୁସରଣ କରନ୍ତି, ସେମାନେ ସମସ୍ତେ ଓ ଈଶ୍ୱରଙ୍କ ଲୋକମାନେ ସମସ୍ତେ ଜୀବନରେ ଶାନ୍ତି ଓ ଅନୁଗ୍ରହ ଅନୁଭବ କରନ୍ତୁ।


ମୁଁ ମୋର ପ୍ରାର୍ଥନାରେ ତୁମ୍ଭମାନଙ୍କୁ ସ୍ମରଣ କରେ ଓ ଗୌରବମୟ ପିତା, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ୱରଙ୍କୁ ପ୍ରାର୍ଥନା କରେ, ଯେପରି ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ପ୍ରଦାନ କରିବେ। ସେହି ଆତ୍ମା ତୁମ୍ଭମାନଙ୍କୁ ଜ୍ଞାନବାନ କରିବେ ଓ ଈଶ୍ୱରଙ୍କୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ। ତାହାହେଲେ, ତୁମ୍ଭେମାନେ ତାଙ୍କୁ ଜାଣିପାରିବ।


ଧନ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଈଶ୍ୱର। କାରଣ ସେ ଆମକୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ କରାଇ ସ୍ୱର୍ଗଲୋକର ସମସ୍ତ ଆଧ୍ୟାତ୍ମିକ ଆଶୀଷ ପ୍ରଦାନ କରିଛନ୍ତି।


ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍!


କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଏତେ ପ୍ରଚୁର ଓ ଆମ ପ୍ରତି ତାଙ୍କ ପ୍ରେମ ଏତେ ମହାନ୍ ଯେ, ଆମ ଅବାଧ୍ୟତା ହେତୁ ଆମେ ଆଧ୍ୟାତ୍ମିକ ଭାବେ ମୃତ ଥିବା ସମୟରେ ସେ ଖ୍ରୀଷ୍ଟଙ୍କ ସହିତ ଆମକୁ ସଞ୍ଜୀବିତ କଲେ। ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ହିଁ ତୁମ୍ଭେମାନେ ପରିତ୍ରାଣ ପାଉଛ।


ଯେଉଁ ଈଶ୍ୱର ଆମ୍ଭମାନଙ୍କ ମଧ୍ୟରେ ତାଙ୍କର ସକ୍ରିୟ ଶକ୍ତି ଦ୍ୱାରା ଆମର ମାଗିବାଠାରୁ ଅଧିକ ଏପରି କି ଆମର କଳ୍ପନାତୀତ ବିଷୟ ଦେବା ପାଇଁ ସମର୍ଥ,


ତୁମ୍ଭେମାନେ ଏକ ଦୃଢ଼ ଓ ନିଶ୍ଚିତ ମୂଳଦୁଆ ଉପରେ ସଂସ୍ଥାପିତ ହୋଇ ରହିଥାଅ ଓ ସୁସମାଚାର ଶୁଣିବା ସମୟରେ ଯେଉଁ ଭରସା ଲାଭ କରିଥିଲ, ସେଥିରୁ ବିଚଳିତ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ। ସେହି ସୁସମାଚାର ହିଁ ପୃଥିବୀର ପ୍ରତ୍ୟେକଙ୍କ ନିକଟରେ ପ୍ରଚାରିତ ହେଉଛି ଓ ମୁଁ ପାଉଲ, ତାହାର ଜଣେ ବିଶ୍ୱସ୍ତ ଦାସ।


ତାଙ୍କ ଲୋକମାନଙ୍କୁ ସେହି ଗୁପ୍ତ ତତ୍ତ୍ୱ ଜଣାଇବା ଈଶ୍ୱରଙ୍କର ପରିକଳ୍ପନା। ତାଙ୍କର ଏହି ବହୁମୂଲ୍ୟ ଓ ଗୌରବଜନକ ତତ୍ତ୍ୱ ସମଗ୍ର ମାନବ ଜାତି ନିମନ୍ତେ ଉଦ୍ଦିଷ୍ଟ। ସେହି ତତ୍ତ୍ୱ ହେଉଛି, ଖ୍ରୀଷ୍ଟ ତୁମ୍ଭମାନଙ୍କ ନିକଟରେ ମଧ୍ୟ ବିଦ୍ୟମାନ। ଏହାର ଅର୍ଥ, ତୁମ୍ଭେମାନେ ଈଶ୍ୱରଙ୍କର ଗୌରବର ଅଂଶୀ।


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


ଭାଇମାନେ, ପରଲୋକପ୍ରାପ୍ତ ବ୍ୟକ୍ତିମାନଙ୍କ ସମ୍ପର୍କରେ ଏକ ବାସ୍ତବ କଥା ତୁମ୍ଭମାନଙ୍କୁ ଜଣାଇବାକୁ ଚାହୁଁଛୁ। ତାହାହେଲେ, ତୁମ୍ଭେମାନେ ଆଉ ଭରସାଶୂନ୍ୟ ଲୋକମାନଙ୍କ ପରି ଶୋକାକୁଳ ହେବ ନାହିଁ।


ଆମର ଯେଉଁ ପ୍ରଭୁ ସ୍ୱୟଂ ଯୀଶୁ ଖ୍ରୀଷ୍ଟ ଓ ପିତା ଈଶ୍ୱର ଆମକୁ ପ୍ରେମ କରି ତାଙ୍କର ଅନୁଗ୍ରହ ଦ୍ୱାରା ଆମକୁ ଅଦମ୍ୟ ସାହସ ଓ ଦୃଢ଼ ଭରସା ଦାନ କରିଛନ୍ତି,


ଆମ ପ୍ରଭୁଙ୍କ ପ୍ରଚୁର ଅନୁଗ୍ରହରୁ ମୁଁ ତାଙ୍କଠାରେ ବିଶ୍ୱାସ ଓ ଭକ୍ତିରେ ଆବଦ୍ଧ ହୋଇଛି।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


କିନ୍ତୁ ପୁତ୍ରଭାବେ ଈଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ଖ୍ରୀଷ୍ଟ ବିଶ୍ୱାସ୍ତ ଅଡ଼ନ୍ତି। ଆମେ ଯଦି ସାହାସ ଧରି ପ୍ରତ୍ୟାଶିତ ବିଷୟ ପାଇବୁ ବୋଲି ଆମ ବିଶ୍ୱାସରେ ଦୃଢ଼ ରହୁ, ତେବେ ଆମେ ଗୃହ ସ୍ୱରୂପ ହେବୁ।


ସମଗ୍ର ପ୍ରାଣୀ ଜଗତରେ ଆମେ ଯେପରି ପ୍ରଥମ ସ୍ଥାନ ଅଧିକାର କରିବୁ, ଏଥିପାଇଁ ସେ ସ୍ୱଇଚ୍ଛାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ସୃଷ୍ଟି କଲେ।


କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


କାରଣ ଈଶ୍ୱରଙ୍କ ଜୀବନ୍ତ ଓ ଚିରନ୍ତନ ବାକ୍ୟ ଦ୍ୱାରା ତୁମ୍ଭମାନେ କୌଣସି ମରଣଶୀଳ ପିତାଙ୍କ ସନ୍ତାନ ରୂପେ ନୁହେଁ, ମାତ୍ର ଅମର ପିତାଙ୍କ ସନ୍ତାନ ରୂପେ ପୁନର୍ଜନ୍ମ ଲାଭ କରିଛ।


ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ।


ଆନ୍ତରିକ ଭାବରେ ଖ୍ରୀଷ୍ଟଙ୍କୁ ଭକ୍ତି କରି, ତାଙ୍କୁ ପ୍ରଭୁ ବୋଲି ମାନ୍ୟ କର। ଯଦି କେହି ତୁମ ଅନ୍ତର୍ନିହିତ ଭରସାର କାରଣ କଅଣ ବୋଲି ଜିଜ୍ଞାସା କରେ, ତା’ ପ୍ରଶ୍ନର ଯଥୋଚିତ ଉତ୍ତର ଦେବାକୁ ସବର୍ଦା ପ୍ରସ୍ଥୁତ ଥାଅ।


ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।


ଅତୀତରେ ଯେଉଁ ସାଧ୍ୱୀ ସ୍ତ୍ରୀମାନେ ଈଶ୍ୱରଙ୍କଠାରେ ଭରସା ରଖିଥିଲେ, ସେମାନେ ସ୍ୱାମୀର ବଶୀଭୂତା ହେବା ଦ୍ୱାରା ନିଜକୁ ବିଭଷିତା କରୁଥିଲେ।


ତୁମ୍ଭେମାନେ ଜାଣ, ଖ୍ରୀଷ୍ଟ ସମ୍ପୂର୍ଣ୍ଣ ନ୍ୟାୟବାନ। ତେଣୁ ଏହି ମଧ୍ୟ ଜାଣି ରଖିବା ଉଚିତ ଯେ, ଯେଉଁମାନେ ସତ୍କର୍ମ କରନ୍ତୁ, ସେମାନେ ହିଁ ଈଶ୍ୱରଙ୍କ ସନ୍ତାନ।


ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।


ଯେ ପ୍ରକୃତରେ ଈଶ୍ୱରଙ୍କ ସନ୍ତାନ; ସେ ପାପରେ ଲିପ୍ତ ହୋଇ ନାହିଁ, କାରଣ ଈଶ୍ୱରଙ୍କ ପ୍ରକୃତି ତା’ଠାରେ ବିଦ୍ୟମାନ। ଈଶ୍ୱର ତା’ର ପିତା, ସୁତରାଂ ସେ ପାପସକ୍ତ ହୋଇ ରହିପାରେ ନାହିଁ।


ପ୍ରିୟ ବନ୍ଧୁଗଣ! ପରସ୍ପରକୁ ପେମ କର, କାରଣ ପ୍ରେମର ଉତ୍ପତ୍ତି ଈଶ୍ୱରଙ୍କଠାରୁ। ଯାହାର ହୃଦୟରେ ପ୍ରେମ ଅଛି, ସେ ଈଶ୍ୱରଙ୍କ ସନ୍ତାନ, ସେ ଈଶ୍ୱରଙ୍କୁ ଜାଣେ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


ଆମେ ଜାଣୁ, ଈଶ୍ୱରଙ୍କ ସନ୍ତାନ ପାପରେ ଲିପ୍ତ ହୋଇ ରହିବ ନାହିଁ; କାରଣ ଈଶ୍ୱରଙ୍କ ପୁତ୍ର ତାକୁ ରକ୍ଷା କରିବେ-ଶୟତାନ ତା’ର କ୍ଷତି କରିପାରିବ ନାହିଁ।


କାରଣ ତାଙ୍କର ସନ୍ତାନମାନେ ଏହି ଜଗତକୁ ପରାସ୍ତ କରିବାକୁ ଶକ୍ତି ଲାଭ କରିଛନ୍ତି ବିଶ୍ୱାସ ବଳରେ ଆମେ ଜଗତ ଉପରେ ବିଜୟ ଲାଭ କରି ପାରିବା।


Lean sinn:

Sanasan


Sanasan