Biblia Todo Logo
Bìoball air-loidhne

- Sanasan -




୧ ପିତର 1:5 - ପବିତ୍ର ବାଇବଲ (CL) NT (BSI)

5 ଶେଷ କାଳରେ ଯେଉଁ ପରିତ୍ରାଣ ପ୍ରକାଶିତ ହେବ, ତାହା ପାଇବା ପାଇଁ ତୁମ୍ଭମାନେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଶକ୍ତିରେ ସୁରକ୍ଷିତ ହୋଇଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ଵରଙ୍କ ଶକ୍ତିରେ ବିଶ୍ଵାସ ଦ୍ଵାରା ସୁରକ୍ଷିତ ହେଉଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ଯ୍ୟନ୍ତ ତୁମ୍ଭ ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସେହି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହୋଇ ରହିଛି ଏବଂ ଯୁଗର ଶେଷରେ ତୁମ୍ଭେ ଏହା ପାଇବ।

Faic an caibideil Dèan lethbhreac




୧ ପିତର 1:5
43 Iomraidhean Croise  

ଯେ ମୋତେ ପ୍ରତ୍ୟାଖ୍ୟାନ କରି ମୋର ବାର୍ତ୍ତା ଗ୍ରହଣ କରେ ନାହିଁ, ମୋ’ ମୁଖର ବାକ୍ୟ ତା’ର ବିଚାରକ ହେବ। ସେହି ବାକ୍ୟ ଅନ୍ତିମ ଦିବସରେ ତା’ର ବିଚାର କରିବ।


ସେମାନଙ୍କୁ ଜଗତରୁ ବାହାର କରି ନେବା ପାଇଁ ମୁଁ କହୁ ନାହିଁ; କିନ୍ତୁ ନିବେଦନ କରୁଛି, ଶୟତାନ କବଳରୁ ସେମାନଙ୍କୁ ରକ୍ଷା କର।


କିନ୍ତୁ ମୁଁ ଯେଉଁ ଜଳ ଦିଏ, ତାହା ଯେ ପାନ କରିବ, ସେ ଆଉ କେବେ ତୃଷାର୍ତ୍ତ ହେବ ନାହିଁ, ବରଂ ମୁଁ ଦେଉଥିବା ଜଳ ତା’ ଅନ୍ତରରେ ଗୋଟିଏ ଜୀବନ ପ୍ରଦାୟୀ ନିର୍ଝରରେ ପରିଣତ ହେବ। ସେଥିରୁ ପାନ କଲେ, ସେ ଅନନ୍ତ ଜୀବନ ପାଇବ।”


“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଯେ କେହି ମୋ’ କଥାରେ କର୍ଣ୍ଣପାତ କରି ମୋର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ଲାଭ କରିବ। ସେ ବିଚାରର ସମ୍ମୁଖୀନ ହେବ ନାହିଁ। କାରଣ ସେ ମୃତ୍ୟୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଛି।


ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।


ଯେଉଁ ଗୌରବମୟ ଭବିଷ୍ୟତରେ ଆମେମାନେ ପ୍ରବେଶ କରିବା, ତା’ ତୁଳନାରେ ବର୍ତ୍ତମାନର ଦୁଃଖ ଭୋଗ କିଛି ନୁହେଁ। ସେହି ସମୟରେ ଈଶ୍ୱର ତାଙ୍କ ସନ୍ତାନମାନଙ୍କୁ ପ୍ରକାଶ କରିବେ।


ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।


ତୁମ୍ଭେମାନେ କେଉଁ କଥା ବିଶ୍ୱାସ କରିବ, ଏବିଷୟରେ ତୁମ ଉପରେ କତ୍ତୃତ୍ୱ କରିବାକୁ ଆମେ ଚେଷ୍ଠା କରୁ ନାହୁଁ, କାରଣ ତୁମ୍ଭେମାନେ ବିଶ୍ୱାସରେ ସୁପ୍ରତିଷ୍ଠିତ। ବରଂ ତୁମ୍ଭମାନଙ୍କୁ କେବଳ ସୁଖୀ କରିବା ପାଇଁ ତୁମ୍ଭମାନଙ୍କ ସହିତ ମିଳିମିଶି ଆମେ କାର୍ଯ୍ୟ କରୁଛୁ।


ତେଣୁ ବର୍ତ୍ତମାନ ପ୍ରକୃତରେ ମୁଁ ଆଉ ଜୀବିତ ନୁହେଁ, ମୋ’ଠାରେ ଖ୍ରୀଷ୍ଟ ହିଁ ଜୀବନ୍ତ। ମୁଁ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛି, ତାହା କେବଳ ଈଶ୍ୱରଙ୍କ ପୁତ୍ରଙ୍କ ଉପରେ ମୋ’ ବିଶ୍ୱାସ ଦ୍ୱାରା ସମ୍ଭବ ହୋଇଛି - ଯିଏ ମୋତେ ପ୍ରେମ କରି ମୋ’ ପାଇଁ ତାଙ୍କ ପ୍ରାଣଦାନ କରିଛନ୍ତି।


କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ।


ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କ ବିଶ୍ୱାସ ବଳରେ ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରିବେ। ମୁଁ ପ୍ରାର୍ଥନା କରେ, ଯେପରି ତୁମ୍ଭମାନଙ୍କର ମୂଳଦୁଆ ପ୍ରେମରେ ସ୍ଥାପିତ ଓ ଦୃଢ଼ୀଭୂତ ହେବ।


ତେଣୁ ମୁଁ ଏ ବିଷୟରେ ନିଶ୍ଚିତ ଯେ, ଯେଉଁ ପ୍ରଭୁ ତୁମ୍ଭମାନଙ୍କଠାରେ ଏହି ସତ୍କାର୍ଯ୍ୟ ଆରମ୍ଭ କରିଛନ୍ତି, ଖ୍ରୀଷ୍ଟ ଯୀଶୁଙ୍କ ପୁନରାଗମନ ଦିନରେ ଏହା ଶେଷ ହେବା ପର୍ଯ୍ୟନ୍ତ ସେ ତାହା ନିର୍ବାହ କରିବେ।


ତା’ହେଲେ ମନୁଷ୍ୟର ବୋଧଅଗମ୍ୟ ଈଶ୍ୱରଙ୍କର ଶାନ୍ତି ଖ୍ରୀଷ୍ଟ ଯୀଶୁଙ୍କ ସାହଚର୍ଯ୍ୟରେ ତୁମ ହୃଦୟ ଓ ମନକୁ ସୁରକ୍ଷା କରିବ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ସ୍ଥାପନ କରି ପରିତ୍ରାଣ ଲାଭ କରିବା ଜ୍ଞାନ ଯେଉଁ ପବିତ୍ର ଧର୍ମଶାସ୍ତ୍ରରେ ସନ୍ନିବେଶିତ, ତୁମେ ବାଲ୍ୟକାଳରୁ ସେ ସବୁ ଶାସ୍ତ୍ର ପଢ଼ି ବୁଝିଛ।


ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ।


ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ।


ସେହିପରି ଅନେକଙ୍କ ପାପ ଦୂର କରିବାକୁ ଖ୍ରୀଷ୍ଟ ଥରକ ପାଇଁ ବଳି ରୂପେ ଉତ୍ସର୍ଗିତ ହେଲେ। ସେ ଦ୍ୱିତୀୟ ଥର ଆସିବେ। ସେତେବେଳେ ଆଉ ପାପାର ମୂକାବିଲା କରିବା ତାଙ୍କ ସେ ଆସିବେ ନାହିଁ। ସେ ଆସିବେ, ତଙ୍କ ନିମନ୍ତେ ଅପେକ୍ଷା କରୁଥିବାମ ମନୁଷ୍ୟମାନଙ୍କୁ ଉଦ୍ଧାର କରିବା ପାଇଁ।


କର୍ମ ସାଧନ କରିବାକୁ ପ୍ରସ୍ତୁତ ହୁଅ। ସଜାଗ ଥାଇ ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ ଯେଉଁ ଆଶୀର୍ବାଦ ତୁମ୍ଭମାନଙ୍କୁ ପ୍ରଦତ୍ତ ହେବ, ତାହା ଉପରେ ନିଶ୍ଚିତ ଭରସା ରଖ।


ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।


ମୁଁ ଚଣେ ବୟୋଜ୍ୟେଷ୍ଠ ନେତା ହିସାବରେ ତୁମ୍ଭମାନଙ୍କ ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ବିନତି କରି କହୁଛି। ଖ୍ରୀଷ୍ଟଙ୍କ ଦୁଃଖଭୋଗର ମୁଁ ଜଣେ ସାକ୍ଷୀ ଓ ତାଙ୍କର ଗୌରବ ପ୍ରକାଶିତ ହେବା ସମୟରେ ମୁଁ ସେଥିରେ ଭାଗୀ ହେବି।


ଯଥାର୍ଥଭାବେ ଧାର୍ମିକ ଜୀବନ କାଟିବା ପାଇଁ ଆମର ଯାହା କିଛି ଆବଶ୍ୟକ, ତାହା ଈଶ୍ୱର ନିଜ ଐଶ୍ୱରିକ ଶକ୍ତିରେ ଆମକୁ ଦାନ କରିଛନ୍ତି। ଯେ ନିଜ ମମହିମା ଓ ଧାର୍ମିକତାରେ ଅଂଶୀ ହେବା ପାଇଁ ଆମକୁ ଆହ୍ୱାନ କରିଛନ୍ତି, ତାଙ୍କୁ ଜାଣିବା ଦ୍ୱରା ଆମେ ଏହି ଦାନ ପାଇଛୁ।


ପ୍ରିୟ ବନ୍ଧୁଗଣ, ଏବେ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ, କିନ୍ତୁ ଭିବ୍ୟଷ୍ୟତରେ କଅଣ ହେବୁ, ଏକଥା ଅହୁରି ପ୍ରକାଶ ପାଇ ନାହିଁ। ଏତିକି ମାତ୍ର ଆମ୍ଭେମାନେ ଜାଣୁ: ଯେତେବେଳେ ଖ୍ରୀଷ୍ଟ ପୁନର୍ବାର ଆସିବେ, ଆମେ ତାଙ୍କର ପ୍ରକୃତ ସ୍ୱରୂପ ଦେଖି ତାଙ୍କ ପରି ହେବୁ।


ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଦ୍ୱାରା ଆହୂତ ଓ ତାଙ୍କର ପ୍ରିୟ ପାତ୍ର ଏବଂ ଯୀଶୁ ଖ୍ରୀଷ୍ଟଙ୍କସେବକ ଓ ଯାକୁବଙ୍କ ଭ୍ରାତା ଯିହୂଦାଙ୍କ ପତ୍ର:-


ଯେ ତୁମ୍ଭମାନଙ୍କୁ ପତନରୁ ରକ୍ଷା କରିବାକୁ ଓ ତାଙ୍କ ଗୌରବମୟ ଛାମୁରେ ନିର୍ଦ୍ଦୋଷ ଓ ଉଲ୍ଲେସିତ କରି ଉପସ୍ଥାପିତ କରିବାକୁ ସମର୍ଥ,


Lean sinn:

Sanasan


Sanasan