୧ ପିତର 4:3 - ପବିତ୍ର ବାଇବଲ (CL) NT (BSI)3 ଅତୀତରେ ତୁମ୍ଭେମାନେ ଅଣବିଶ୍ୱାସୀମାନଙ୍କ ପରି କାର୍ଯ୍ୟ କରି ବହୁ ସମୟ ବିତାଇଛ। ତୁମ୍ଭମାନଙ୍କର ଜୀବନ ଅଶକଳୀଳତା, କାମୁକତା, ମଦ୍ୟପାନ, ରଙ୍ଗରସ ମତ୍ତତା ଓ ଘୃଣା ପ୍ରତିମା ପୂଜାରେ କଟି ଯାଇଛି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ଯେଣୁ ବିଜାତିମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Faic an caibideilଓଡିଆ ବାଇବେଲ3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ; Faic an caibideilପବିତ୍ର ବାଇବଲ3 ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ। Faic an caibideil |
କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।