Biblia Todo Logo
Bìoball air-loidhne

- Sanasan -




୧ ତୀମଥି 2:2 - ପବିତ୍ର ବାଇବଲ (CL) NT (BSI)

2 ଅନ୍ୟାନ୍ୟ ଶାସକବର୍ଗ ତଥା ସର୍ବସାଧାରଣଙ୍କ ନିମନ୍ତେ ଈଶ୍ୱରଙ୍କୁ ପ୍ରାର୍ଥନା, ନିବେଦନ ଓ ଧନ୍ୟବାଦ ଜଣାଇବ - ଆମ୍ଭେମାନେ ଯେପରି ଈଶ୍ୱର ଭକ୍ତିରେ ଅବିଚଳିତ ରହିବୁ ଓ ଅନ୍ୟମାନଙ୍କ ପ୍ରତି ସଦାଚରଣ କରି ସୁଖ ଶାନ୍ତିରେ ଜୀବନ ଯାପନ କରିପାରିବୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

2 ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

2 ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।

Faic an caibideil Dèan lethbhreac




୧ ତୀମଥି 2:2
22 Iomraidhean Croise  

ସେ ଦୁହେଁ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ, କାରଣ ସେମାନେ ତାହାଙ୍କର ସମସ୍ତ ଆଜ୍ଞା ଓ ବ୍ୟବସ୍ଥା ପାଳନ କରୁଥିଲେ।


ସେତେବେଳେ ଯିରୁଶାଲମରେ ଶିମିୟୋନ୍ ନାମକ ଜଣେ ଧାର୍ମିକ ଓ ଭକ୍ତ ବାସ କରୁଥିଲେ। ସେ ଇଶ୍ରାୟେଲ ଜାତିର ମୁକ୍ତି ସାଧନ ସମୟକୁ ଅପେକ୍ଷା କରୁଥିଲେ। ତାଙ୍କଠାରେ ପବିତ୍ର ଆତ୍ମା ଅଧିଷ୍ଠାନ କରିଥିଲେ।


ସେମାନେ ଉତ୍ତର ଦେଲେ, “ସେନାପତି କର୍ଣ୍ଣୀଲିୟ ଆମକୁ ପଠାଇଛନ୍ତି। ସେ ଜଣେ ଧର୍ମପ୍ରାଣ ବ୍ୟକ୍ତି। ସେ ଈଶ୍ୱରଙ୍କୁ ଆରାଧନା କରନ୍ତି ଓ ଇହୁଦୀମାନେ ସମସ୍ତେ ତାଙ୍କୁ ବିଶେଷ ଭକ୍ତି କରନ୍ତି। ଆପଣଙ୍କୁ ତାଙ୍କ ଘରକୁ ନିମନ୍ତ୍ରଣ କରି ଆପଣଙ୍କର ଶିକ୍ଷା ଶୁଣିବା ପାଇଁ ଈଶ୍ୱରଙ୍କ ଜଣେ ଦୂତ ତାଙ୍କୁ ଆଦେଶ ଦେଇଛନ୍ତି।”


ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି।


ସମସ୍ତଙ୍କ ସହିତ ଶାନ୍ତିରେ ବସବାସ କରିବା ପାଇଁ ଯଥାସାଧ୍ୟ ଚେଷ୍ଟା କର।


ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।


ଆଗରୁ ଯେପରି କହିଥିଲୁ, ଶାନ୍ତିରେ ଜୀବନ ଯାପନ କରିବା, ନିଜ କାର୍ଯ୍ୟରେ ମନୋନିବେଶ କରିବା ଓ ନିଜ ନିଜର ଜୀବିକା ଉପାର୍ଜନ କରିବା ତୁମ୍ଭମାନଙ୍କର ଲକ୍ଷ୍ୟ ହେଉ।


ସମସ୍ତଙ୍କ ସହ ଶାନ୍ତିରେ ବାସ କରିବାକୁ ଓ ପବିତ୍ର ଜୀବନ ଯାପନ କରିବାକୁ ଉଦ୍ୟମ କର; କାରଣ ତାହା ବ୍ୟତୀତ କେହି ପ୍ରଭୁଙ୍କର ଦର୍ଶନ ଲାଭ କରିବ ନାହିଁ।


Lean sinn:

Sanasan


Sanasan