Biblia Todo Logo
Bìoball air-loidhne

- Sanasan -




୧ ତୀମଥି 5:21 - ପବିତ୍ର ବାଇବଲ (CL) NT (BSI)

21 ପ୍ରଭୁ ଯୀଶୁ ଖ୍ରୀଷ୍ଟ, ସ୍ୱର୍ଗଦୂତ ଓ ସ୍ୱୟଂ ଈଶ୍ୱରଙ୍କୁ ସାକ୍ଷୀ ରଖି, ଏହି ସବୁ ନିର୍ଦ୍ଦେଶ ପାଳନ କରିବାକୁ ମୁଁ ତୁମକୁ ଏକାନ୍ତ ଅନୁରୋଧ କରୁଛି। କାହା ବିରୁଦ୍ଧରେ ପକ୍ଷପାତିତା ବା ଆକ୍ରୋଶମୂଳକ ଭାବରେ କୌଣସି କାର୍ଯ୍ୟାନୁଷ୍ଠାନ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଈଶ୍ଵରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ଵାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି ପକ୍ଷପାତ ଭାବରେ କୌଣସି କାର୍ଯ୍ୟ କର ନାହିଁ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।

Faic an caibideil Dèan lethbhreac




୧ ତୀମଥି 5:21
25 Iomraidhean Croise  

ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


ଏବଂ ମୁଁ ଯେଉଁସବୁ ଆଜ୍ଞା ଦେଇଛି, ତାହା ପାଳନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ। ପୁଣି ମନେରଖ, ଯୁଗାନ୍ତ ପର୍ଯ୍ୟନ୍ତ ମୁଁ ଚିରକାଳ ତୁମ୍ଭମାନଙ୍କ ସଙ୍ଗରେ ରହିବି।”


ଚରମାନେ ଯୀଶୁଙ୍କ ଛିଦ୍ର ଧରିବାକୁ ଆସି ତାଙ୍କୁ ପ୍ରଶ୍ନ କଲେ, “ହେ ଗୁରୁ, ଆପଣ ଯାହା କହନ୍ତି ଓ ଶିକ୍ଷା ଦିଅନ୍ତି, ତାହା ଯଥାର୍ଥ ବୋଲି ଆମେ ଜାଣୁ। ଆମେ ଜାଣୁ ଯେ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିନ୍ତୁ ମନୁଷ୍ୟ ଜୀବନ ପାଇଁ ଈଶ୍ୱରଙ୍କର ଇଚ୍ଛା ବିଷୟରେ ସ୍ପଷ୍ଟ ଶିକ୍ଷା ଦିଅନ୍ତି।


ଯଦି ଜଣେ ଲୋକ ମୋ’ ବିଷୟରେ ଓ ମୋର ଶିକ୍ଷା ବିଷୟରେ ଲଜ୍ଜିତ ହୁଏ, ତେବେ ମନୁଷ୍ୟପୁତ୍ର ଯେତେବେଳେ ମହିମାନ୍ୱିତ ହୋଇ, ପିତା ଓ ପବିତ୍ର ସ୍ୱର୍ଗଦୂତଗଣଙ୍କ ଗୌରବରେ ଆସିବେ, ସେତେବେଳେ ସେ ମଧ୍ୟ ତା’ ବିଷୟରେ ଲଜ୍ଜିତ ହେବେ।


ସୁତଗଂ ଆମେ ଆଉ କାହାରିକୁ ମାନବିକ ଦୃଷ୍ଟିକୋଣରୁ ବିଚାର କରୁ ନାହୁଁ। ସମୟ ଥିଲା, ଯେତେବେଳେ ଆମେ ଖ୍ରୀଷ୍ଟଙ୍କୁ ମଧ୍ୟ ମାନବିକ ଦୃଷ୍ଟିକୋଣରୁ ବିଚାର କରୁଥିଲୁ। କିନ୍ତୁ ଏବେ ଆମେ ଆଉ ସେପରି କରୁ ନାହିୁଁ।


ପ୍ରଭୁଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଥିବା ଯୋଗୁଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ସମସ୍ତ ବିଶ୍ୱାସୀଙ୍କ ନିକଟରେ ଏହି ପତ୍ର ପାଠ କର।


ସମସ୍ତ ପ୍ରାଣୀଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ ଓ ପନ୍ତିଅସ୍ ପୀଲାତଙ୍କ ସମ୍ମୁଖରେ ଦୃଢ଼ ବିଶ୍ୱାସର ପରିଚୟ ଦେଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମକୁ ଆଦେଶ ଦେଇ କହୁଛି:


ତୁମ ମଣ୍ଡଳୀର ଲୋକମାନଙ୍କୁ ଏହି ସବୁ ବିଷୟ ସ୍ମରଣ କରାଇ ଦିଅ ଏବଂ ଶାସ୍ତ୍ରର ଶବ୍ଦାର୍ଥ ବିଷୟରେ ବୃଥା ବାଗ୍ୟୁଦ୍ଧ ନ କରିବାକୁ ସେମାନଙ୍କୁ ସତର୍କ କରିଦିଅ। ଏଭଳି ବାଗ୍ୟୁଦ୍ଧ କାହାରି କିଛି ମଙ୍ଗଳ କରେ ନାହିଁ - ବରଂ ଯେଉଁମାନେ ସେଥିରେ କର୍ଣ୍ଣପାତ କରନ୍ତି, ସେମାନଙ୍କର ସର୍ବନାଶ ହୁଏ।


ଈଶ୍ୱରଙ୍କ ସମ୍ମୁଖରେ ଓ ସମସ୍ତ ଜୀବିତ ଓ ମୃତ ଲୋକମାନଙ୍କ ବିଚାର କରିବାକୁ ଓ ରାଜତ୍ୱ କରିବାକୁ ଆସୁଥିବା ଖ୍ରୀଷ୍ଟ ଯୀଶୁଙ୍କ ଉପସ୍ଥିତିରେ, ତାଙ୍କ ରାଜ୍ୟର ଶୁଭ ବାର୍ତ୍ତା ପ୍ରଚାର କରିବା ପାଇଁ ମୁଁ ତୁମକୁ ଏହି ଦୃଢ଼ ଆହ୍ୱାନ ଦେଉଛି:


କିନ୍ତୁ ଉଦ୍ଧ୍ୱର୍ରୁ ଆଗତ ଜ୍ଞାନ ପ୍ରଥମତଃ, ବିଶୁଦ୍ଧ; ତାହା ମଧ୍ୟ ଶାନ୍ତି ପ୍ରଦାୟକ, ସୁଶାନ୍ତ ଓ ମୈତ୍ରୀ-ଭାବାପନ୍ନ। ତାହା ଅନୁକମ୍ପାରେ ପରିପୂର୍ଣ୍ଣ ଓ ହୁଳଭାବେ ସତ୍କର୍ମରୂପେ ଫଳ ଉତ୍ପାଦସନ କରେ; ତାହା ନିରପେକ୍ଷ ଓ ଛଳନାଶୂନ୍ୟ।


ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।


ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।


ସେ ଈଶ୍ୱରଙ୍କ କ୍ରୋଧରୂପ ପାତ୍ରରେ ଢ଼ଳା ହୋଇଥିବା ତାହାଙ୍କ ପ୍ରଚଣ୍ଡ କୋପର ସୁରା ପାନ କରିବ। ଯେଉଁମାନେ ଏହି କାର୍ଯ୍ୟ କରିବେ, ସେମାନେ ସମସ୍ତେ ମେଷଶାବକ ଓ ପବିତ୍ର ସ୍ୱର୍ଗଦୂତମାନଙ୍କ ସମ୍ମୁଖରେ ଅଗ୍ନି ଓ ଗନ୍ଧକରେ ଉତ୍ପୀଡ଼ିତ ହେବେ।


Lean sinn:

Sanasan


Sanasan