Biblia Todo Logo
Bìoball air-loidhne

- Sanasan -




୧ ତୀମଥି 6:10 - ପବିତ୍ର ବାଇବଲ (CL) NT (BSI)

10 ଅର୍ଥ ଲୋଭ ସମସ୍ତ ଅନର୍ଥର ମୂଳ। ଯେଉଁମାନେ ସବୁବେଳେ କେବଳ ଅର୍ଥାଗମର ପନ୍ଥା ଖୋଜୁ ଥାଆନ୍ତି, ସେମାନେ ଧର୍ମବିଶ୍ୱାସକୁ ହରାଇ ବସନ୍ତି - ପରିଣାମରେ କେବଳ ବିଡ଼ମ୍ବନା ଓ ଦୁଃଖଭୋଗରେ ସେମାନଙ୍କ ହୃଦୟ ବିଦୀର୍ଣ୍ଣ ହୋଇଥାଏ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।

Faic an caibideil Dèan lethbhreac




୧ ତୀମଥି 6:10
49 Iomraidhean Croise  

କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।


“ଆହେ ଧର୍ମଗୁରୁ ଓ ଫାରୁଶୀଗଣ, ତୁମର ଶେଷ ଦଶା କେଡ଼େ ଭୟଙ୍କର! ଆରେ ଛଳ ଧାର୍ମିକଦଳ, ସ୍ୱର୍ଗରାଜ୍ୟର ପ୍ରବେଶ ଦ୍ୱାର ବନ୍ଦ କରି ରଖିଛ। ନିଜେ ସେଥିରେ ପ୍ରବେଶ କରୁ ନାହଁ ଏବଂ ଯେଉଁମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ବାଟ ଛାଡ଼ୁ ନାହଁ।”


“ଏହି ପୃଥିବୀରେ ନିଜ ପାଇଁ ଧନ ସଞ୍ଚୟ କର ନାହିଁ। ଏଠାରେ ଘୂଣ ଲାଗି, କଳଙ୍କ ଧରି ସଞ୍ଚିତ ଧନ ନଷ୍ଟ ହୁଏ, କିମ୍ବା ଚୋରମାନେ ସିନ୍ଧି କରି ଚୋରି କରନ୍ତି।


କିନ୍ତୁ ସାଂସାରିକ ଚିନ୍ତା, ଅର୍ଥଲୋଭ ଓ ନାନା ପ୍ରକାର ଲାଳସା ସେମାନଙ୍କ ମନକୁ ଘାରି ପକାଇବାରୁ ସେହି ବାର୍ତ୍ତା ଫଳପ୍ରଦ ହୁଏ ନାହିଁ।


ତୁମ ଅନ୍ତରରେ କାର୍ଯ୍ୟରତ ଜାଗତିକ ପ୍ରବୃତ୍ତିଗୁଡ଼ିକ ଯଥା - କାମୁକତା, ଅଶୁଚିତା, ଇନ୍ଦ୍ରିୟାସକ୍ତି, ଦୁରଭିଳାଷ ଓ ଲୋଭକୁ ତୁମ୍ଭେମାନେ ବିନାଶ କର। ଲୋଭ ପ୍ରତିମା ପୂଜାର ଏକ ରୂପାନ୍ତର।


ସେ ମଦ୍ୟପ ବା ଉଗ୍ର ପ୍ରକୃତିର ଲୋକ ନ ହୋଇ, ସୁଶୀଳ ଓ ଶାନ୍ତିପ୍ରିୟ ଥିବେ। ତାଙ୍କର ବିଷୟାସକ୍ତି ନ ଥିବ।


ଧନସମ୍ପତ୍ତିର ଲୋଭ ମନୁଷ୍ୟକୁ ଅନେକ ପରୀକ୍ଷା ଓ କୁଚକ୍ରାନ୍ତ ଭିତରକୁ ଟାଣିନିଏ; ତା’ ମନରେ ବହୁ ତୁଚ୍ଛ ଅନିଷ୍ଟକର ଲାଳସା ଜାଗ୍ରତ କରି ତାକୁ ଧ୍ୱଂସ ଓ ସର୍ବନାଶ ଆଡ଼କୁ କଢ଼ାଇ ନିଏ।


ଲୋକେ ସ୍ୱାର୍ଥପର, ଲୋଭୀ, ଆତ୍ମଶ୍ଲାଘାକାରୀ ଓ ଆତ୍ମାଭିମାନୀ ହେବେ; ସେମାନେ ପିତାମାତାଙ୍କର ଅବାଧ୍ୟ ହୋଇ ସେମାନଙ୍କୁ ଅପମାନ ଦେବେ; ସେମାନଙ୍କ ମନରୁ କୃତଜ୍ଞତା ଓ ଧର୍ମଭାବ ଲୋପ ପାଇବ,


ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।


ସେମାନଙ୍କୁ ଏଥିରୁ ନିବୃତ୍ତ କରିବାକୁ ହେବ, କାରଣ ସେମାନେ ନିର୍ଲ୍ଲଜ୍ଜ ଭାବରେ କେବଳ ଅର୍ଥ ଲାଭ ଉଦ୍ଦେଶ୍ୟରେ ଅବାନ୍ତର ଶିକ୍ଷା ଦେଇ ଅନେକ ପରିବାର ମଧ୍ୟରେ ଅଶାନ୍ତି ସୃଷ୍ଟି କରୁଛନ୍ତି।


ଭାଇମାନେ ମଧ୍ୟରୁ କେହି ଯଦି ପଥଭ୍ରଷ୍ଟ ହୁଏ ଏବଂ ଅନ୍ୟ ଜଣେ ତାହାକୁ ସତ୍ପଥକୁ ଫେରାଇ ଆଣେ, ତେବେ ମନେରଖ, ଯେ ବିପଥରୁ ପାପୀକୁ ଫେରାଇ ଆମେ, ସେ ସେହି ପାପୀର ଆତ୍ମାକୁ ମୃତ୍ୟୁର ରକ୍ଷା କରିବ ଓ ତା’ ନିଜର ବହୁ ପାପ କ୍ଷମା ହେବ।


ଏହା ସେମାନଙ୍କ ପ୍ରତି କେଡ଼େ ଭୟାନକ। ସେମାନେ କୟିନର ଅସତ୍ମାର୍ଗ ଅନୁସରଣ କରୁଛନ୍ତି। ବାଲାମ ଅର୍ଥଲୋଭରେ ଯେଉଁ ଭୂଲ କରିଥିଲା, ସେମାନେ ସେହି ଭ୍ରାନ୍ତିରେ ପଡ଼ିଛନ୍ତି। କୋରହ ପରି ବିଦ୍ରୋହ କରି ସେମାନେ ବିନଷ୍ଟ ହେଉଛନ୍ତି।


Lean sinn:

Sanasan


Sanasan