Biblia Todo Logo
Bìoball air-loidhne

- Sanasan -




୨ ତୀମଥି 2:21 - ପବିତ୍ର ବାଇବଲ (CL) NT (BSI)

21 ଯେ କେହି ସବୁ ପାପ ମନ୍ଦରୁ ନିଜକୁ ଶୁଚି ରଖେ, ସେ ପ୍ରଭୁଙ୍କ ବିଶେଷ କାର୍ଯ୍ୟରେ ବ୍ୟବହୃତ ହେବ, କାରଣ ସେ ପ୍ରଭୁଙ୍କଠାରେ ଅନୁରକ୍ତ, ତାଙ୍କ ପାଇଁ ସେ ଆବଶ୍ୟକ। ଯେ କୌଣସି ମହତ୍ କାର୍ଯ୍ୟରେ ବିନିଯୁକ୍ତ ହେବା ପାଇଁ ସେ ପ୍ରସ୍ତୁତ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ଆପଣାକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ଶୁଚି ରଖେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଯଦି ଜଣେ ନିଜକୁ ସମସ୍ତ ମନ୍ଦ ଜିନିଷରୁ ଅଲଗା କରି ପରିଷ୍କାର ହୁଏ, ତା'ହେଲେ ସେ ମୂଲ୍ୟବାନ କାମ ପାଇଁ ବିଶେଷ ଉପଯୋଗୀ ହେବ। ସେ ଲୋକ ପବିତ୍ର ହେବ। ମୁନିବ ତାହାକୁ ବ୍ୟବହାର କରି ପାରିବେ। ସେ ଯେକୌଣସି ଭଲ କାମ ପାଇଁ ପ୍ରସ୍ତୁତ ରହିବ।

Faic an caibideil Dèan lethbhreac




୨ ତୀମଥି 2:21
21 Iomraidhean Croise  

ପ୍ରଭୁ ତାଙ୍କୁ କହିଲେ, “ଯାଅ, ଇହୁଦୀ, ଅଣଇହୁଦୀ ଓ ରାଜାମାନଙ୍କ ସମ୍ମୁଖରେ, ମୋ’ ନାମ ଘୋଷଣା କରିବାକୁ ଏବଂ ମୋର ସେବା କରିବାକୁ ମୁଁ ତାକୁ ମନୋନୀତ କରିଛି।


ତୁମ୍ଭମାନଙ୍କ ମଧ୍ୟରୁ ପାପରୂପ ପୁରୁଣା ଖମୀରକୁ ଦୂର କରି ସମ୍ପୂର୍ଣ୍ଣ ଶୁଚି ହୁଅ। ତାହାହେଲେ, ତୁମ୍ଭେମାନେ ଖମୀରଶୂନ୍ୟ ନିର୍ମଳ ମଇଦା ପରି ହେବ - ଅବଶ୍ୟ ମୁଁ ଜାଣେ, ତୁମ୍ଭେମାନେ ବର୍ତ୍ତମାନ ସେହିପରି ଅଛ। ନିସ୍ତାର ପର୍ବର ପ୍ରସ୍ତୁତି ସରିଛି। ଆମ ପରିତ୍ରାଣ ନିମନ୍ତେ ନିସ୍ତାର ପର୍ବର ମେଷଶାବକ ପରି ସ୍ୱୟଂ ଖ୍ରୀଷ୍ଟ ବଳି ରୂପେ ଉତ୍ସର୍ଗିତ ହୋଇଛନ୍ତି।


ବନ୍ଧୁଗଣ, ଏହିସବୁ ପ୍ରତିଶ୍ରୁତି ଆମ୍ଭେମାନେ ଈଶ୍ୱରଙ୍କଠାରୁ ପାିଛୁ। ତେଣୁ ଆସ, ଶରୀର ଆତ୍ମାକୁ ଅଶୁଚି କରୁଥିବା ସବୁ ବିଷୟରୁ ନିଜ ନିଜର ପରିଷ୍ମୃତି କରିବା। ପୁଣି ଈଶ୍ୱରଙ୍କୁ ଭୟ କରି ସମ୍ପୂର୍ଣ୍ଣ ପବିତ୍ରଭାବେ ବାସ କରିବା।


ସବୁ ପ୍ରକାର ଦାନରେ ତୁମ୍ଭମାନଙ୍କୁ ସମୃଦ୍ଧ କରିବା ପାଇଁ ଈଶ୍ୱର ସକ୍ଷମ; ଫଳରେ ତୁମ୍ଭମାନଙ୍କୁ ସର୍ବଦା ପ୍ରଚାର୍ଯ୍ୟ ମଧ୍ୟରେ ବାସ କରିପାରିବ ଏବଂ ସବୁ ପ୍ରକାର ସତ୍କର୍ମ ନିମନ୍ତେ ଯଥେଷ୍ଟ ଦାନ ଦେଇ ପାରିବ।


ଆମେ ଯାହା ହୋଇ ପାରିଛୁ, କେବଳ ଈଶ୍ୱର ହିଁ ତାହା କରିଛନ୍ତି, ଯେଉଁସବୁ ସତ୍ କର୍ମ ଆମେ କରିବୁ ବୋଲି ଈଶ୍ୱର ପୂର୍ବରୁ ନିରୂପଣ କରିଥିଲେ, ଆମେ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମ ଜୀବନରେ ତାହା ସମ୍ଭବ ହୋଇଛି।


ତୁମେ ଈଶ୍ୱରଙ୍କ ଭକ୍ତ - ସୁତରାଂ ଏ ସମସ୍ତଠାରୁ ତୁମେ ଦୂରେଇ ରୁହ। ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ, ପ୍ରେମ, ସହିଷ୍ଣୁତା ଓ ସୌଜନ୍ୟ ପ୍ରଭୃତି ସଦ୍ଗୁଣରେ ପରିପୂର୍ଣ୍ଣ ହେବାକୁ ଚେଷ୍ଟା କର।


ଯେଉଁ ଧର୍ମଭାବଶୂନ୍ୟ ନିର୍ବୋଧ ବାକ୍ୟାଳାପ ମନୁଷ୍ୟକୁ ଈଶ୍ୱରଙ୍କଠାରୁ ବିଚ୍ଛିନ୍ନ କରେ, ସେ ସବୁଠାରୁ ତୁମେ ଦୂରରେ ରୁହ।


ଜଣେ ସମ୍ଭ୍ରାନ୍ତ ବ୍ୟକ୍ତିଙ୍କ ଗୃହରେ ବିଭିନ୍ନ ପ୍ରକାର ପାତ୍ର ମହଜୁଦ୍ ଥାଏ। ସେଥିରୁ କେତୋଟି ମୂଲ୍ୟବାନ- ସୁନା ରୂପାରେ ତିଆରି; ପୁଣି କେତୋଟି ଶସ୍ତା ଦରର - ମାଟି ବା କାଠରେ ତିଆରି। କେତୋଟି ପାତ୍ର ପର୍ବପର୍ବାଣୀ ପ୍ରଭୃତି ଉତ୍ସବ ବେଳେ ବ୍ୟବହୃତ ହୁଏ; ଅନ୍ୟଗୁଡ଼ିକ ଦୈନନ୍ଦିନ କାର୍ଯ୍ୟରେ ଲାଗେ।


ଏହି ଧର୍ମଶାସ୍ତ୍ର ସାହାଯ୍ୟରେ ଈଶ୍ୱରଙ୍କ ସେବକ ସବୁ ପ୍ରକାର ସତ୍କାର୍ଯ୍ୟ କରିବା ପାଇଁ ଆବଶ୍ୟକୀୟ ଶକ୍ତି ଓ ଯୋଗ୍ୟତା ଲାଭ କରିପାରିବ।


କେବଳ ଲୂକ ମୋ’ ନିକଟରେ ଅଛନ୍ତି। ତୁମେ ସାଙ୍ଗରେ ମାର୍କକୁ ନେଇ ଆସିବ; ସେ ମୋତେ ମୋ’ କାର୍ଯ୍ୟରେ ସାହାଯ୍ୟ କରିପାରିବେ।


ଶାସକ ଓ କର୍ତ୍ତୃପକ୍ଷମାନଙ୍କର ବଶୀଭୂତ ହୋଇ ସେମାନଙ୍କ ଆଦେଶ ପାଳନ କରିବାକୁ ଓ ସମସ୍ତ ସତ୍କାର୍ଯ୍ୟରେ ସହଯୋଗ କରିବା ପାଇଁ ପ୍ରସ୍ତୁତ ରହିବାକୁ ମଣ୍ଡଳୀର ସଭ୍ୟମାନଙ୍କୁ ସ୍ମରଣ କରାଇଦିଅ।


ସତ୍କର୍ମରେ ଦିନାତିପାତ କରି ନିଜ ନିଜର ଅଭାବ ପୂରଣ କରିବା ପାଇଁ ସମ୍ପ୍ରଦାୟର ଲୋକମାନଙ୍କୁ ଶିକ୍ଷା ଦିଅ। ସେମାନେ ଅକର୍ମଣ୍ୟ ହୋଇ ବସି ରହନ୍ତୁ ନାହିଁ।


ଏହା ଏକ ନିରାଟ ସତ୍ୟ। ଏସବୁ ବିଷୟ ଉପରେ ତୁମେ ବିଶେଷ ଗୁରୁତ୍ୱ ଦେଇ ବୁଝାଇବ ଯେ, ଯେଉଁମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ସତ୍କର୍ମ କରି ଦିନାତିପାତ କରିବା ଉଚିତ୍; ସମସ୍ତଙ୍କ ପାଇଁ ଯାହା ହିତକର, ସେହି ସବୁ କାର୍ଯ୍ୟରେ ବ୍ୟାପୃତ ରହିବା ଉଚିତ୍।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ତୁମ୍ଭମାନଙ୍କ ବିଶ୍ୱାସର ବିଶୁଦ୍ଧତା ପରିକ୍ଷା କରିବା କରିବା ଏହି ସବୁର ଉଦ୍ଦେଶ୍ୟ। କ୍ଷୟଶୀଳ ସୁବର୍ଣ୍ଣକୁ ଅଗ୍ନିରେ ପରୀକ୍ଷା କରାଯାଏ। ତୁମ୍ଭମାନଙ୍କର ବିଶ୍ୱାସ ସୁବର୍ଣ୍ଣ ଅପେକ୍ଷା ଅଧିକ ମୂଲ୍ୟବାନ ହୋଇଥିବାରୁ ପରୀକ୍ଷା ଦ୍ୱାରା ତାହାକୁ ସିଦ୍ଧ କରିବା ନିତାନ୍ତ ଆବଶ୍ୟକ। ତା’ ହୋଇପାରିଲେ, ଯୀଶୁ ଖ୍ରୀଷ୍ଟ ପ୍ରକାଶିତ ହେବା ସମୟରେ, ତୁମ୍ଭେମାନେ ପ୍ରଶଂସା, ଗୌରବ ଓ ସମ୍ମାନ ଲାଭକରିବ।


ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଏହି ଆଶା ପୋଷଣ କରିଛନ୍ତି, ସେମାନେ ଖ୍ରୀଷ୍ଟଙ୍କ ପରି ନିଜକୁ ପବିତ୍ର କରି ରଖିବେ।


Lean sinn:

Sanasan


Sanasan