Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 1:27 - ପବିତ୍ର ବାଇବଲ (CL) NT (BSI)

27 ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

27 ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,

Faic an caibideil Dèan lethbhreac

ଓଡିଆ ବାଇବେଲ

27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,

Faic an caibideil Dèan lethbhreac

ପବିତ୍ର ବାଇବଲ

27 ଖ୍ରୀଷ୍ଟଙ୍କ ସୁସମାଗ୍ଭର ଯୋଗ୍ୟ ଜୀବନଯାପନ କରିବା ପାଇଁ ଦୃଢ଼ ସଂକଳ୍ପ ହୁଅ। ଏହା ଦ୍ୱାରା ମୁଁ ତୁମ୍ଭ ପାଖକୁ ଯାଇ ତୁମ୍ଭକୁ ଦେଖେ ବା ତୁମ୍ଭଠାରୁ ଦୂରରେ ଥାଏ; ତୁମ୍ଭ ବିଷୟରେ ଶୁଣିବି ଯେ ତୁମ୍ଭେମାନେ ଏକ ଉଦ୍ଦେଶ୍ୟରେ, ଏକମନ ହୋଇ, ସୁସମାଗ୍ଭରରୁ ଉତ୍ପନ୍ନ ବିଶ୍ୱାସ ପାଇଁ ଦୃଢ଼ ଭାବରେ କାର୍ଯ୍ୟ କରୁଛ।

Faic an caibideil Dèan lethbhreac




ଫିଲିପୀୟ 1:27
53 Iomraidhean Croise  

ସେମାନେ କ’ଣ ଚିନ୍ତା କରୁଛନ୍ତି ଯୀଶଉ ଜଣାପାରି କହିଲେ, “ଗୋଟଏ ଦେଶର ଲୋକେ ଭିନ୍ନ ଭନ୍ନ ଦଳରେ ବିଭକ୍ତ ହୋଇ ପରସ୍ପର ଭିତରେ ଲଢ଼େଇ କଲେ, ସେ ଦେଶ ଦିନ ତିଷ୍ଠି ପାରିବ ନାହିଁ। କୌଣସି ସାହର ବା ପରିବାର ଭିତରେ ବିଭିନ୍ନ ଦଳ ସୃଷ୍ଟି ହୋଇ କଳି କନ୍ଦଳ ଲାଗିଲେ, ସେମାନେ ଶୀଘ୍ର ଛାରଖାର ହୋଇଯିବେ।


ସେମାନେ ପ୍ରତିଦିନ ଉପାସନା ମନ୍ଦିରରେ ଗୋଟିଏ ଦଳ ରୂପେ ଏକତ୍ରିତ ହେଉଥିଲେ ଏବଂ ଆନନ୍ଦ ମନରେ ଓ ନମ୍ରଚିତ୍ତରେ


କିଛିଦିନ ପରେ ଫେଲିକ୍ସ୍ ତାଙ୍କର ଇହୁଦୀୟା ସ୍ତ୍ରୀ ଦ୍ରୁସିଲାଙ୍କ ସହିତ ଆସିଲେ, ସେ ପାଉଲଙ୍କୁ ଡକାଇ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମ୍ପର୍କରେ ତାଙ୍କ କଥା ଶୁଣିଲେ।


ବିଶ୍ୱାସୀଦଳ ଏକ ପ୍ରାଣ ଓ ଏକ ଚିତ୍ତ ହେଲେ। କେହି ନିଜର ସମ୍ପତ୍ତିକୁ ନିଜସ୍ୱ ବୋଲି ଦାବୀ କରୁ ନ ଥିଲେ, ବରଂ ସମସ୍ତଙ୍କର ସମ୍ପତ୍ତିକୁ ସେମାନେ ସମଭାବରେ ଭୋଗ କଲେ।


ସେହି ସୁସମାଚାର ଉପରେ ମୋର ପୂର୍ଣ୍ଣ ଆସ୍ଥା ରହିଛି। ତାହା ପ୍ରଥମତଃ ଇହୁଦୀ ଓ ତା’ପରେ ଅଣଇହୁଦୀ ବିଶ୍ୱାସୀମାନଙ୍କର ପରିତ୍ରାଣ ସାଧନ ପାଇଁ ଈଶ୍ୱରଙ୍କ ମହାଶକ୍ତି ସ୍ୱରୂପ।


ଖ୍ରୀଷ୍ଟଙ୍କ ଲାଗି ଈଶ୍ୱର ମୋତେ ପ୍ରେରିତ ଶିଷ୍ୟରୂପେ ମନୋନୀତ କରି ସବୁ ଜାତିର ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ ସୁଯୋଗ ଦେଇଛନ୍ତି - ଯେପରି ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ କରି ତାଙ୍କର ଆଜ୍ଞାବହ ହେବେ।


ସର୍ବାନ୍ତଃକରଣରେ ମୁଁ ଯେଉଁ ଈଶ୍ୱରଙ୍କର ସେବା କରୁଛି ଓ ଯେଉଁ ଈଶ୍ୱରଙ୍କ ପୁତ୍ରଙ୍କ ସମ୍ପର୍କରେ ଶୁଭ ବାର୍ତ୍ତା ପ୍ରଚାର କରୁଛି, ସେହି ଈଶ୍ୱର ମୋର ସାକ୍ଷୀ। ମୁଁ ଯାହା କହୁଛି; ତାହା ସତ୍ୟ,


କାରଣ ଶାସ୍ତ୍ର ଅନୁସାରେ, “ଈଶ୍ୱରଙ୍କ ବାର୍ତ୍ତା ତୁମ ନିକଟରେ, ତୁମ ମୁଖ ଓ ହୃଦୟରେ ଅଛି।” ବିଶ୍ୱାସ ସମ୍ବନ୍ଧରେ ଏହି ବାର୍ତ୍ତା ହିଁ ଆମେ ପ୍ରଚାର କରୁଛୁ।


କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ।


ମୁଁ ଜାଣେ, ଖ୍ରୀଷ୍ଟଙ୍କଠାରୁ ପୂର୍ଣ୍ଣ ମାତ୍ରାରେ ଆଶୀର୍ବାଦ ନେଇ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିବି।


ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।


ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।


ଭାଇମାନେ, ମୋର ଶେଷ କଥା ଏହି- ନିଜ ନିଜକୁ ସଂଶୋଧନ କର, ମୋର ପରାମର୍ଶ ଗ୍ରହଣ କର, ସମସ୍ତେ ଏକମତ ହୁଅ ଓ ଶାନ୍ତିରେ ବାସ କର। ପ୍ରେମ ଓ ଶାନ୍ତିରେ ଈଶ୍ୱର ତୁମ୍ଭମାନଙ୍କ ସହିତ ରହନ୍ତୁ।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ଏହି ସେବା କାର୍ଯ୍ୟ ଦ୍ୱାରା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ତୁମ୍ଭମାନଙ୍କ ବିଶ୍ୱସ୍ତତା ଲାଗି ଓ ସମସ୍ତଙ୍କ ସହିତ ଅଂଶୀ ହୋଇ ତୁମ୍ଭେମାନେ ଯେଉଁ ବଦାନ୍ୟତା ପ୍ରକାଶ କରିବେ।


ପ୍ରକୃତରେ ‘ଅନ୍ୟ କୌଣସି ସୁସମାଚାର’ ନାହିଁ। କିନ୍ତୁ ମୁଁ ଏପରି କହୁଛି, କାରଣ କେତେକ ଖ୍ରୀଷ୍ଟଙ୍କ ସୁସମାଚାରକୁ ଅନ୍ୟ ରୂପ ଦେଇ, ତୁମ୍ଭମାନଙ୍କୁ ବିଚଳିତ କରିବାକୁ ଚେଷ୍ଟା କରୁଛନ୍ତି।


ତୁମ୍ଭେମାନେ ମଧ୍ୟ ଯେତେବେଳେ ପରିତ୍ରାଣ ପ୍ରଦାୟକ ଏହି ସୁସମାଚାରର ସତ୍ୟବାର୍ତ୍ତା ଶୁଣିଲ, ସେହି ସମୟରୁ ଈଶ୍ୱରଙ୍କର ହୋଇଅଛ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରିବାରୁ, ଈଶ୍ୱର ତାଙ୍କ ପ୍ରତିଜ୍ଞା ଅନୁଯାୟୀ ପବିତ୍ରଆତ୍ମାଙ୍କୁ ଦାନ କରି ତୁମ୍ଭମାନଙ୍କ ଉପରେ ତାଙ୍କ ସ୍ୱତ୍ୱ ମୁଦ୍ରାଙ୍କିତ କରିଛନ୍ତି।


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିବା ସମୟଠାରୁ ତୁମ୍ଭମାନଙ୍କ ପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ଆସୁଛି।


ପ୍ରଭୁଙ୍କ ସେବା କରୁଥିବା ଯୋଗୁଁ ବନ୍ଦୀ ହୋଇଥିବା ମୁଁ ପାଉଲ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ଯେପରି ଜୀବନ ଯାପନ କରିବା ପାଇଁ ଈଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ତାହାର ଅନୁରୂପ ଆଚରଣ କର।


ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ।


ଅବଶ୍ୟ ପ୍ରଭୁଙ୍କଠାରେ ମୁଁ ବିଶ୍ୱାସ କରୁଛି ଯେ, ମୁଁ ନିଜେ ଶୀଘ୍ର ତୁମ୍ଭମାନଙ୍କ ନିକଟକୁ ଆସି ପାରିବି।


ପୂର୍ବରୁ ବହୁ ବାର ମୁଁ ତୁମ୍ଭମାନଙ୍କୁ ଏହି କଥା କହିଛି, ପୁଣି ବର୍ତ୍ତମାନ ମଧ୍ୟ ଅଶ୍ରୁପୂର୍ଣ୍ଣ ଲୋଚନରେ ତାହାର ପୁନରୁକ୍ତି କରୁଛି; ଅନେକେ ନିଜ ନିଜ ଜୀବନରେ ଖ୍ରୀଷ୍ଟଙ୍କ କ୍ରୁଶୀୟ ମୃତ୍ୟୁର ଶତ୍ରୁତା ଆଚରର କରୁଛନ୍ତି।


ସେ ଯାହାହେଉ, ଆମ୍ଭେମାନେ ସ୍ୱର୍ଗ ରାଜ୍ୟର ପ୍ରଜା। ସ୍ୱର୍ଗରୁ ଆମ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ଆମେ ଆଗ୍ରହରେ ପ୍ରତୀକ୍ଷା କରୁଛୁ।


ପ୍ରିୟ ଭାଇମାନେ, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୁଁ କେଡ଼େ ଉକ୍ରଣ୍ଠିତ। ତୁମ୍ଭମାନଙ୍କୁ ନେଇ ମୋର କେତେ ଆନନ୍ଦ। ତୁମ୍ଭମାନଙ୍କ ପାଇଁ ମୋର କେତେ ଗର୍ବ। ଭାଇମାନେ, ମୋର ଶିକ୍ଷା ଅନୁଯାୟୀ ପ୍ରଭୁଙ୍କଠାରେ ସ୍ଥିର ରହି ଜୀବନ ଯାପନ କର।


ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।


କାରଣ ଆମେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ଓ ଈଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଛୁ।


ଇତିମଧ୍ୟରେ ତୁମ୍ଭମାନଙ୍କ ନିକଟରୁ ଫେରି ଆସି ତୀମଥି ତୁମ ବିଶ୍ୱାସ ଓ ପ୍ରେମ ବିଷୟରେ ଶୁଭ ସମ୍ବାଦ ଆଣିଛନ୍ତି। ସେ ଆମକୁ ଜଣାଇଛନ୍ତି ଯେ, ତୁମ୍ଭେମାନେ ସର୍ବଦା ଆମର ଶୁଭ କାମନା କରୁଛ ଓ ଆମେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛୁକ, ତୁମେ ମଧ୍ୟ ସେହିପରି ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଛ।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ମହାମହିମ ପରମଧନ୍ୟ ଈଶ୍ୱରଙ୍କ ଶୁଭ ବାର୍ତ୍ତାରେ ସମସ୍ତ ସତ୍ଶିକ୍ଷା ନିହିତ ଅଛି। ସେହି ଶୁଭ ବାର୍ତ୍ତା ପ୍ରଚାର କରିବା ଦାୟିତ୍ୱ ମୋ’ ଉପରେ ନ୍ୟସ୍ତ ହୋଇଛି।


ବିବେକକୁ ନିର୍ମଳ ରଖି, ତୁମ ଧର୍ମ ବିଶ୍ୱାସରେ ଅଟଳ ରୁହ। କେହି କେହି ବିବେକର ଚେତାବନୀକୁ ଉପେକ୍ଷା କରି ନିଜ ଧର୍ମବିଶ୍ୱାସକୁ ନଷ୍ଟ କରି ଦେଇଛନ୍ତି।


ଜୀବନ ସଂଗ୍ରାମରେ ମୁଁ ପ୍ରାଣପଣେ ଯୁଦ୍ଧ କରିଛି। ଜୀବନ ଦୌଡ଼ରେ ମୁଁ ନିରୂପିତ ପଥ ଅତିକ୍ରମ କରିଛି; ମୋର ବିଶ୍ୱାସରେ ମୁଁ ଦୃଢ଼ ରହିଛି।


ସେମାନେ ଚୋରି ନ କରି, ସବୁବେଳେ ନିଜର ସାଧୁତା ଓ ବିଶ୍ୱସ୍ତତାର ପରିଚୟ ଦିଅନ୍ତୁ। ତାହାହେଲେ, ସେମାନଙ୍କ ସମସ୍ତ କାର୍ଯ୍ୟକଳାପରେ ଆମ୍ଭମାନଙ୍କର ମୁକ୍ତିଦାତା ଈଶ୍ୱରଙ୍କ ବିଷୟରେ ଆମ ଧର୍ମଶିକ୍ଷାକୁ ଗୌରବାନ୍ୱିତ କରିବେ।


କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ!


ଶାନ୍ତି ସ୍ଥାପନକାରୀମାନଙ୍କ ଦ୍ୱାରା ବୁଣା ଯାଇଥିୀବା ବିହନରୁ ଧାର୍ମିକତାରୂନ ଫସଲ ଉତ୍ପାଦିତ ହୁଏ।


ଯଦି ଏହିପରି ସବୁ ବିଷୟ ବିଲୁପ୍ତ ହେବ, ତେବେ ଭାବି ଦେଖ, ତୁମ୍ଭମାନଙ୍କର କି ପ୍ରକାର ଜୀବନ ହେବା ଉଚିତ। ତାହା ପବିତ୍ର ଓ ଈଶ୍ୱରଙ୍କଠାରେ ଉତ୍ସର୍ଗିତ ହେବା ଏକାନ୍ତ ଆବଶ୍ୟକ।


ଅତଏବ, ବନ୍ଧୁଗଣ, ସେହି ଦିନର ଅପେକ୍ଷା କରିବା ସମୟରେ ତୁମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ପବିତ୍ର ଓ ନର୍ଦ୍ଦୋଷ ହୋଇ ଶାନ୍ତିରେ ରହିବା ପାଇଁ ଆନ୍ତରକ ଚେଷ୍ଟା କର।


ପ୍ରିୟ ବନ୍ଧୁଗଣ, ଆମେ ସମସ୍ତେ ଯେଉଁ ପରିତ୍ରାଣର ଅଂଶୀ, ସେ ବିଷୟରେ ତୁମ୍ଭମାନଙ୍କ ନିକଟକୁ ଲେଖିବାପାଇଁ ମୁଁ ଉତ୍ସୁକ ଥିଲି। କିନ୍ତୁ ଇତିମଧ୍ୟରେ ଈଶ୍ୱର ତାଙ୍କ ଲୋକମାନଙ୍କୁ ଅନନ୍ତ କାଳ ପାଇଁ ପ୍ରଦାନ କରିଥିବା ବଶ୍ୱାସ ସପକ୍ଷରେ ସଂଗ୍ରାମ କରିବା ପାଇଁ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ଆବଶ୍ୟକ ବୋଲି ମୁଁ ମନେ କଲି।


Lean sinn:

Sanasan


Sanasan