Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 1:9 - ପବିତ୍ର ବାଇବଲ (CL) NT (BSI)

9 ମୁଁ ପ୍ରାର୍ଥନା କରେ, ଯେପରି ପ୍ରକୃତ ଜ୍ଞାନ ଓ ନ୍ୟାୟ ବିଚାର ସହିତ ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକତର ବୃଦ୍ଧି ପାଇବ

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,

Faic an caibideil Dèan lethbhreac

ପବିତ୍ର ବାଇବଲ

9 ତୁମ୍ଭମାନଙ୍କ ପାଇଁ ମୋର ପ୍ରାର୍ଥନା ଏହି ଯେ: ତୁମ୍ଭମାନଙ୍କର ପ୍ରେମ ଅଧିକରୁ ଅଧିକ ବୃଦ୍ଧି ପାଉ; ତୁମ୍ଭମାନଙ୍କର ପ୍ରେମ ଦ୍ୱାରା ତୁମ୍ଭେ ଜ୍ଞାନ ଓ ବୋଧଶକ୍ତି ପ୍ରାପ୍ତ ହୁଅ;

Faic an caibideil Dèan lethbhreac




ଫିଲିପୀୟ 1:9
19 Iomraidhean Croise  

ଭାଇମାନେ, ଚିନ୍ତାଧାରାରେ ଶିଶୁ ପରି ହୁଅ ନାହିଁ। ମନ୍ଦ ବିଷୟ ପ୍ରତି ଶିଶୁ ପରି ହୁଅ; କିନ୍ତୁ ବୁଦ୍ଧି ବିଚାରରେ ତୁମ୍ଭେମାନେ ପୂର୍ଣ୍ଣ ବୟସ୍କ ହେବା ଉଚିତ୍।


ତୁମ୍ଭେମାନେ ବିଶ୍ୱାସ, ବାକ୍ପଟୁତା, ଜ୍ଞାନ, ସାହାଯ୍ୟ କରିବାରେ ଆଗ୍ରହ ଓ ଆମ ପ୍ରତି ପ୍ରେମ ପ୍ରଦର୍ଶନରେ ପ୍ରାଚୁର୍ଯ୍ୟରେ ପରିଚୟ ଦେଇଛି। ତେଣୁ ଏହି ସେବା କାର୍ଯ୍ୟରେ ମଧ୍ୟ ଦାନଶୀଳ ହୋଇ ପ୍ରେମର ପରିଚୟ ଦିଅ, ଏହା ମୋର ଇଚ୍ଛା।


ନିର୍ବୋଧମାନଙ୍କ ପରି ହୁଅ ନାହିଁ, କିନ୍ତୁ ପ୍ରଭୁଙ୍କ ଅଭିମତ ବୁଝିବାକୁ ଚେଷ୍ଟା କର।


ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।


ଏବଂ ନୂତନ ସ୍ୱଭାବ ଧାରଣ କରିଛ। ମନୁଷ୍ୟର ଏହି ନବୀକରଣ, ସ୍ରଷ୍ଟା ଈଶ୍ୱର ନିଜ ପ୍ରତିମୂର୍ତ୍ତିରେ ଅବିରତ ସାଧନ କରୁଛନ୍ତି। ଏଥିଦ୍ୱାରା ତୁମ୍ଭେମାନେ ତାଙ୍କ ବିଷୟରେ ସମ୍ପୂର୍ଣ୍ଣ ଜ୍ଞାନପ୍ରାପ୍ତ ହେଉଛ।


ତୁମ୍ଭମାନଙ୍କ ପ୍ରତି ଆମର ପ୍ରେମ ଯେପରି ଗଭୀର, ସେହିପରି ପରସ୍ପର ପ୍ରତି ଓ ଅନ୍ୟମାନଙ୍କ ପ୍ରତି ପ୍ରଭୁ ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି କରି ଗଭୀର କରନ୍ତୁ।


ପରିଶେଷରେ, ଭାଇମାନେ, ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ନିମନ୍ତେ କିପରି ଜୀବନ ଯାପନ କରିବାକୁ ହେବ, ତାହା ଆମଠାରୁ ଶିକ୍ଷା କରିଛ। ଅବଶ୍ୟ ସେହିପରି ଭାବେ ତୁମ୍ଭେମାନେ ଜୀବନ ଯାପନ କରି ଆସୁଅଛ, କିନ୍ତୁ ଏହାଠାରୁ କିଛି ଅଧିକ କରିବାକୁ ତୁମ୍ଭମାନଙ୍କୁ ଆମେ ଏବେ ପ୍ରଭୁ ଯୀଶୁଙ୍କ ନାମରେ ବିନତି କରୁଛୁ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତହେବା ଦ୍ୱାରା ଆମେ ଜୀବନରେ ଯେଉଁ ସମସ୍ତ ଆଶୀର୍ବାଦ ପାଇଛୁ, ଖ୍ରୀଷ୍ଟବିଶ୍ୱାସୀ ଭାବରେ ତୁମ ସହିତ ଆମର ସାହସଚର୍ଯ୍ୟ ସେ ସବୁର ଗଭୀର ତାତ୍ପର୍ଯ୍ୟ ବୁଝିବା ପାଇଁ ତୁମକୁ ସାହାଯ୍ୟ କରୁ ଏହା ମୋର ପ୍ରାର୍ଥନା।


ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


କିନ୍ତୁ ଆମ ପ୍ରଭୁ ଓ ତ୍ରାଣକର୍ତ୍ତାଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ତୁମ୍ଭେମାନେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଚିରକାଳ ତାଙ୍କର ଗୌରବ ହେଉ, ଆମେନ୍।


Lean sinn:

Sanasan


Sanasan