Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:18 - ପବିତ୍ର ବାଇବଲ (CL) NT (BSI)

18 ତୁମଠାରୁ ମୁଁ ପାଇଥିବା ସମସ୍ତ ଦାନ ପାଇଁ ପ୍ରାପ୍ତି ସ୍ୱୀକାର ଜଣାଉଛି। ତାହା ମୋ’ ନିମନ୍ତେ ଯଥେଷ୍ଟରୁ ଅଧିକ ହୋଇଛି। ଏପାଫ୍ରଦିତ୍ଙ୍କ ହାତରେ ତୁମେ ପଠାଇ ଥିବା ଦାନ ମୋର ସମସ୍ତ ଅଭାବ ପୂରଣ କରିଛି। ତାହା ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ସୁଗନ୍ଧି ନୈବେଦ୍ୟ ଓ ତାଙ୍କ ଗ୍ରହଣଯୋଗ୍ୟ ତଥା ସନ୍ତୋଷଜନକ ବଳିଦାନ ସଦୃଶ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

18 ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ।

Faic an caibideil Dèan lethbhreac

ଓଡିଆ ବାଇବେଲ

18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହି ସବୁ ମୋ' ପାଇଁ ଯଥେଷ୍ଟ; ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।

Faic an caibideil Dèan lethbhreac

ପବିତ୍ର ବାଇବଲ

18 ମୋରସମସ୍ତ ଆବଶ୍ୟକୀୟ ଜିନିଷ ମୋ’ ପାଖରେ ଅଛି। ଏପାଫ୍ରାଦିତଙ୍କ ଦ୍ୱାରା ତୁମ୍ଭେମାନେ ଉପହାରମାନ ପଠାଇଥିବାରୁ ମୋ’ ପାଖରେ ମୋର ଆବଶ୍ୟକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ୱରଙ୍କୁ ଅର୍ପଣ କରାଯାଇଛି।

Faic an caibideil Dèan lethbhreac




ଫିଲିପୀୟ 4:18
15 Iomraidhean Croise  

ସେ ଭୟରେ ସ୍ୱର୍ଗଦୂତଙ୍କ ଆଡ଼କୁ ଚାହିଁ କହିଲେ, “ଆଜ୍ଞା କଅଣ କହୁଛନ୍ତି?” ସ୍ୱର୍ଗଦୂତ ଉତ୍ତର ଦେଲେ, “ଈଶ୍ୱର ତୁମର ପ୍ରାର୍ଥନା ଓ ଦାନଶୀଳତାରେ ସନ୍ତୁଷ୍ଟ ଓ ଏହାର ପ୍ରତିଦାନ ଦେବା ପାଇଁ ପ୍ରସ୍ତୁତ।


ତେଣୁ ଭାଇମାନେ, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ମହାଅନୁଗ୍ରହ ଯୋଗୁଁ ତୁମ୍ଭମାନଙ୍କୁ ମୁଁ ନିବେଦନ କରୁଛି, ଈଶ୍ୱରଙ୍କଠାରେ ଆପଣାକୁ ପବିତ୍ର ଜୀବନ୍ତ ବଳି ରୂପେ ଉତ୍ସର୍ଗ କର। ତାଙ୍କ ସେବାରେ ନିଜକୁ ନିୟୋଜିତ କରି ତାଙ୍କର ପ୍ରୀତିଭାଜନ ହୁଅ। ଏହା ଈଶ୍ୱରଙ୍କ ପ୍ରକୃତ ଉପାସନା।


ତୁମ୍ଭମାନଙ୍କ ମଧ୍ୟରେ କାର୍ଯ୍ୟ କଲାବେଳେ ମୁଁ ଅନ୍ୟ ମଣ୍ଡଳୀମାନଙ୍କରୁ ଆର୍ଥିକ ସାହାଯ୍ୟ ପାଇଛି। କହିବାକୁ ଗଲେ, ତୁମ୍ଭମାନଙ୍କର ଉପକାର ପାଇଁ ମୁଁ ସେମାନଙ୍କୁ ଲୁଣ୍ଠନ କରିଛି।


ତୁମ୍ଭମାନଙ୍କର ଦାନଶୀଳତା ଦ୍ୱାରା କେବଳ ଯେ ଈଶ୍ୱରଙ୍କ ଲୋକମାନଙ୍କର ଅଭାବ ଦୂର ହେବ, ତା’ ନୁହେଁ, କିନ୍ତୁ ଏହା ଦ୍ୱାରା ଈଶ୍ୱରଙ୍କ ପ୍ରତି ଅନେକଙ୍କ ହୃଦୟର କୃତଜ୍ଞତା ଉଛୁଳି ଉଠିବ।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


ଅଭାବ ହେଉ, ପ୍ରାଚୁର୍ଯ୍ୟ ହେଉ, କିପରି ତା’ର ସମ୍ମୁଖୀନ ହେବାକୁ ହୁଏ, ତାହା ମୁଁ ଜାଣିଛି। ତେଣୁ ଯେ କୌଣସି ସମୟରେ, ଯେ କୌଣସି ପରିସ୍ଥିତିରେ, କ୍ଷୁଧାର୍ତ୍ତ ଥିବା ବେଳେ ଯେପରି, ପରିତୃପ୍ତ ହେବା ପରେ ମଧ୍ୟ ସେହିପରି, ଅଭାବଗ୍ରସ୍ତ ହେବା ସମୟରେ, ପୁଣି ପ୍ରାଚୁର୍ଯ୍ୟ ମଧ୍ୟରେ ମୁଁ ସଦା ସନ୍ତୁଷ୍ଟ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ଅନ୍ୟମାନଙ୍କର ଉପକାର କରିବାକୁ ଓ ସେମାନଙ୍କୁ ସାହାଯ୍ୟ କରିବାକୁ ଭୁଲିଯାଅ ନାହିଁ, କାରଣ ଏହିସବୁ ହିଁ ଈଶ୍ୱରଙ୍କ ସନ୍ତୋଷଜନକ ବଳି, ସ୍ୱରୂପ।


ତୁମ୍ଭେମାନେ ଏକ ଆଧ୍ୟାତ୍ମିକ ମନ୍ଦିର ନିର୍ମାରରେ ଜୀବନ୍ତ ପ୍ରସ୍ତର ରୁପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣରେ ଜୀବନ୍ତ ପ୍ରସ୍ତର ରୂପେ ବ୍ୟବହୃତ ହେବା ନିମନ୍ତେ ଆସ। ସେହି ମନ୍ଦିରରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟସ୍ଥତାରେ ଈଶ୍ୱରଙ୍କ ଗ୍ରହଣଯୋଗ୍ୟ ଆଧ୍ୟାତ୍ମିକ ବଳି ଉତ୍ସର୍ଗ କରିବା ପାଇଁ ପବିତ୍ର ଯାଜକର କାର୍ଯ୍ୟ କରିବ।


Lean sinn:

Sanasan


Sanasan