Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:3 - ପବିତ୍ର ବାଇବଲ (CL) NT (BSI)

3 ହେ ମୋର ବିଶ୍ୱସ୍ତ ଅଂଶୀଦାର! ତୁମକୁ ମଧ୍ୟ ମୋର ନିବେଦନ, ଏହି ଭଉଣୀମାନଙ୍କୁ ସାହାଯ୍ୟ କର, କାରଣ ଏମାନେ କ୍ଲେମେଣ୍ଟ ଓ ମୋର ଅନ୍ୟ ସହକର୍ମୀମାନଙ୍କ ସହିତ ସୁସମାଚାର ପ୍ରଚାର କାର୍ଯ୍ୟରେ କଠିନ ପରିଶ୍ରମ କରି ମୋତେ ସାହାଯ୍ୟ କରିଛନ୍ତି। ଏମାନଙ୍କର ନାମ ଈଶ୍ୱରଙ୍କ “ଜୀବନ ପୁସ୍ତକରେ” ଲେଖାଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍‍ସ୍‍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେ‌ନ୍‌ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ”ରେ ଲେଖାଅଛି।

Faic an caibideil Dèan lethbhreac




ଫିଲିପୀୟ 4:3
28 Iomraidhean Croise  

କିନ୍ତୁ ଭୂତମାନେ ତୁମର ବଶୀଭୂତ ହେଲେ; ଆନନ୍ଦ କର ନାହିଁ, ବରଂ ସ୍ୱର୍ଗରେ ତୁମ୍ଭମାନଙ୍କର ନାମ ଲେଖା ହୋଇ ଥିବାରୁ ଆନନ୍ଦ କର।”


ତେଣୁ ଭାଇମାନେ, ଆମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ମହାଅନୁଗ୍ରହ ଯୋଗୁଁ ତୁମ୍ଭମାନଙ୍କୁ ମୁଁ ନିବେଦନ କରୁଛି, ଈଶ୍ୱରଙ୍କଠାରେ ଆପଣାକୁ ପବିତ୍ର ଜୀବନ୍ତ ବଳି ରୂପେ ଉତ୍ସର୍ଗ କର। ତାଙ୍କ ସେବାରେ ନିଜକୁ ନିୟୋଜିତ କରି ତାଙ୍କର ପ୍ରୀତିଭାଜନ ହୁଅ। ଏହା ଈଶ୍ୱରଙ୍କ ପ୍ରକୃତ ଉପାସନା।


ପ୍ରଭୁଙ୍କ ସେବାରେ ନିବିଷ୍ଟ ତ୍ରିଫେନା ଓ ତ୍ରିଫୋସାଙ୍କୁ ଓ ପ୍ରଭୁଙ୍କ ପାଇଁ ବହୁ ପରିଶ୍ରମ କରିଥିବା ପର୍ଶିସଙ୍କୁ ମୋର ନମସ୍କାର।


ଖ୍ରୀଷ୍ଟଙ୍କ ସେବାରେ ମୋର ସହକର୍ମୀ ଉର୍ବାନେ ଓ ମୋର ପ୍ରିୟ ବନ୍ଧୁ ସ୍ତାଖୀୟଙ୍କୁ ମଧ୍ୟ ମୋର ନମସ୍କାର।


ହେ ଭାଇମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚାହେଁ ଯେ, ମୋ’ ପ୍ରତି ଯାହା ଯାହା ଘଟିଛି, ତାହା ସୁସମାଚାରର ଅଗ୍ରଗତିକୁ ସାହାଯ୍ୟ କରିଛି।


ଏମାନେ ମୋ’ ପ୍ରତି ପ୍ରେମ ଯୋଗୁଁ ତାହା କରନ୍ତି। କାରଣ ସେମାନେ ଜାଣନ୍ତି ଯେ, ଈଶ୍ୱର ମୋତେ ସୁସମାଚାରର ସୁରକ୍ଷା ଦାୟତ୍ୱ ଦେଇଛନ୍ତି।


ମୁଁ ତୁମ୍ଭମାନଙ୍କୁ ଦେଖିପା ପାଇଁ ଯିବାକୁ ସମର୍ଥ ହୁଏ ଅବା ନ ହୁଏ, ବର୍ତ୍ତମାନ ପ୍ରଧାନ ବିଷୟ ହେଉଛି, ତୁମ୍ଭମାନଙ୍କର ଜୀବନ ପ୍ରଣାଳୀ ଯେପରି ଖ୍ରୀଷ୍ଟଙ୍କ ସୁସମାଚାରର ଅନୁରୂପ ହେବ - ମୁଁ ଯେପରି ଶୁଣିବି, ତୁମ୍ଭେମାନେ ଏକ ଉଦ୍ଦେଶ୍ୟ ନେଇ ଦୃଢ଼ ରୂପେ ଠିଆ ହୋଇଛ ଓ ଏକ ଆକାଂକ୍ଷା ନେଇ ସୁସମାଚାର ବିଶ୍ୱାସ ନିମନ୍ତେ ଏକକ ସଂଗ୍ରାମ କରୁଛ।


ତୁମ୍ଭେମାନେ ସବୁବେଳେ ମୋ’ ଅନ୍ତରରେ ଅଛ; ତେଣୁ ତୁମ୍ଭମାନଙ୍କ ବିଷୟରେ ଏହିପରି ଅନୁଭବ କରିବା ମୋ’ ପକ୍ଷରେ ଯଥାର୍ଥ। ମୁଁ ସ୍ୱାଧୀନ ଥିବା ସମୟରେ ଓ ବର୍ତ୍ତମାନ ଏହି ବନ୍ଦୀ ଅବସ୍ଥାରେ ସୁସମାଚାରର ପ୍ରତିଷ୍ଠା ଓ ସୁରକ୍ଷା ନିମନ୍ତେ କାର୍ଯ୍ୟ କରିବାକୁ ଈଶ୍ୱର ମୋତେ ଯେଉଁ ସୁଯୋଗ ଦେଇଛନ୍ତି, ତୁମ୍ଭେମାନେ ସମସ୍ତେ ଏହାର ଅଂଶୀ ହୋଇଅଛ।


ଇୟଦିଆ ଓ ସୁନ୍ତଖୀଙ୍କୁ ମୋର ଅନୁରୋଧ, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଭଉଣୀ ଭଳି ମିଳିମିଶି ଚଳନ୍ତୁ।


ଆମ ପକ୍ଷରୁ ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଓ ଆମର ପ୍ରିୟ ସହକର୍ମୀ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ଈଶ୍ୱରଙ୍କ ଏହି ଅନୁଗ୍ରହ ବିଷୟ ଅବଗତ ହୋଇଛ।


ପୃଥିବୀର ସୃଷ୍ଟି ପୂର୍ବରୁ ଯେଉଁମାନଙ୍କ ନାମ ବଧ ହୋଇଥିବା ମେଷଶାବକଙ୍କ ଜୀବନ ପୁସ୍ତକରେ ଲେଖାଯାଇଥିଲା, ସେମାନଙ୍କ ବ୍ୟତୀତ ପୃଥିବୀର ଅନ୍ୟ ସମସ୍ତେ ସେହି ପଶୁର ପୂଜା କରିବେ।


ପଶୁଟି ଦିନେ ବଞ୍ଚିଥିଲା; ଏବେ ଆଉ ବଞ୍ଚି ନାହିଁ, କିନ୍ତୁ ଅତି ଶୀଘ୍ର ପାତାଳପୁରୀରୁ ଉଠି ଆସିବ ଏବଂ ଆଉ ଥରେ ବିନଷ୍ଟ ହେବ। ସୃଷ୍ଟିର ଆଦ୍ୟରୁ ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନାହିଁ, ପୃଥ୍ୱୀବାସୀ ସେହି ସମସ୍ତେ ପଶୁଟିକୁ ଦେଖି ଆଚମ୍ବିତ ହେବେ। ସେ ଦିନେ ଜୀବିତ ଥିଲା, ଏବେ ଆଉ ନାହିଁ, କିନ୍ତୁ ପୁଣି ଥରେ ତା’ର ଆବିର୍ଭାବ ହେବ।


ତାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶ ପଳାୟନ କଲେ ଏବଂ ସେମାନେ ଆଉ ଦୃଷ୍ଟିଗୋଚର ହେଲେ ନାହିଁ। ତା’ପରେ ମୁଁ ଦେଖିଲି, କି ମହାନ୍, କି ନଗଣ୍ୟ ମୃତବ୍ୟକ୍ତିମାନେ ସମସ୍ତେ ସିଂହାସନ ସମ୍ମୁଖରେ ଦଣ୍ଡାୟମାନ। ପୁସ୍ତକସବୁ ଫିଟାଗଲା; ସେଗୁଡ଼ିକ ମଧ୍ୟରେ ଜୀବନ ପୁସ୍ତକ ନାମକ ଗୋଟିଏ ପୁସ୍ତକ ଥିଲା। ସେହି ଜୀବନ ପୁସ୍ତକରେ ଲୋକମାନଙ୍କର କାର୍ଯ୍ୟକଳାପ ବିଷୟରେ ଯାହାସବୁ ଲେଖାଯାଇଥିଲା, ସେ ଅନୁଯାୟୀ ସେମାନଙ୍କର ବିଚାର କରାଗଲା।


ଯେଉଁମାନଙ୍କର ନାମ ଜୀବନ ପୁସ୍ତକରେ ଲେଖାଯାଇ ନ ଥିଲା, ସେମାନେ ମଧ୍ୟ ସମସ୍ତେ ଅଗ୍ନିମୟ ହ୍ରଦରେ ନିକ୍ଷିପ୍ତ ହେଲେ।


କୌଣସି ଅଶୁଚି ବସ୍ତୁ ଏଠାକୁ ଅଣାଯିବ ନାହିଁ। ଘୃଣ୍ୟ କର୍ମରେ ଲିପ୍ତ ଭ୍ରଷ୍ଟାଚାରୀ ଓ ମିଥ୍ୟାବାଦୀମାନେ ଏହି ନଗରୀରେ ପ୍ରବେଶ କରି ପାରିବେ ନାହିଁ। ଯେଉଁମାନଙ୍କର ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲେଖା ହୋଇଥିବ, କେବଳ ସେମାନେ ଏହି ନଗରୀରେ ପ୍ରବେଶ କରିପାରିବେ।


ଯେଉଁମାନେ ବିଜୟୀ ହେବେ, ସେମାନେ ଏହିପରି ଶୁକ୍ଲ ବସ୍ତ୍ର ପରିହିତ ହେବେ। ଜୀବନ ପୁସ୍ତକରୁ ସେମାନଙ୍କର ନାମ କଦାପି ଲୋପ କରାଯିବ ନାହିଁ ଏବଂ ମୋର ପିତା ଓ ତାଙ୍କର ଦୂତମାନଙ୍କ ସମ୍ମୁଖରେ ସେମାନଙ୍କୁ ମୋର ଅନୁଗାମୀ ବୋଲି ମୁଁ ସ୍ୱୀକାର କରିବି।


Lean sinn:

Sanasan


Sanasan