ପ୍ରକାଶିତ 13:2 - ପବିତ୍ର ବାଇବଲ (CL) NT (BSI)2 ପଶୁଟି ଗୋଟିଏ ଚିତାବାଘ ପରି ଦେଖାଯାଉଥିଲା। ତାହାର ପାଦ ଭାଲୁ ପାଦ ପରି ଏବଂ ପାଟି ସିଂହ ପାଟି ପରି। ପୂର୍ବବର୍ଣ୍ଣିତ ଲୋହିତ ବର୍ଣ୍ଣର ବିକଟାଳ ସର୍ପ ଏହି ପଶୁକୁ ନିଜର ଶକ୍ତି, ସିଂହାସନ ଓ ଅଶେଷ କ୍ଷମତା ସମର୍ପଣ କଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା। Faic an caibideilଓଡିଆ ବାଇବେଲ2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିହାଂସନ ଓ ମହାକ୍ଷମତା ସମର୍ପଣ କଲା । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା। Faic an caibideilପବିତ୍ର ବାଇବଲ2 ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସେହି ବିଶାଳ ସାପ ସମୁଦ୍ରକୂଳରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦେଲା। Faic an caibideil |
ସେହି ଯୁଦ୍ଧରେ ପଶୁ ଓ ତା’ ସମ୍ମୁଖରେ ଅଲୌକିକ କାର୍ଯ୍ୟ କରୁଥିବା ସେହି ଭଣ୍ଡ ଭାବବାଦୀ ଧରାପଡ଼ି ବନ୍ଦୀ ହେଲେ। ଯେଉଁମାନଙ୍କଠାରେ ପଶୁ-ଚିହ୍ନ ଥିଲା ଓ ଯେଉଁମାନେ ତା’ର ପ୍ରତିମୂର୍ତ୍ତିକୁ ପୂଜା କରୁଥିଲେ, ପଶୁ ତା’ର ଅଲୌକିକ କାର୍ଯ୍ୟ ଦ୍ୱାରା ସେମାନଙ୍କୁ ପ୍ରତାରିତ କରିଥିଲା। ପଶୁ ଓ ଉକ୍ତ ଭଣ୍ଡ ଭାବବାଦୀ ଗନ୍ଧକ ଜଳୁଥିବା ଅଗ୍ନି ହ୍ରଦରେ ଜୀଅନ୍ତା ନିକ୍ଷିପ୍ତ ହେଲେ।