Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 13:4 - ପବିତ୍ର ବାଇବଲ (CL) NT (BSI)

4 ପୁଣି, ସମସ୍ତେ ପଶୁକୁ କ୍ଷମତାପନ୍ନ କରିଥିବା ସର୍ପର ପୂଜା କଲେ। ସେମାନେ ପଶୁକୁ ମଧ୍ୟ ପୂଜା କରି କହିଲେ, “କିଏ ଏହି ପଶୁର ସମକକ୍ଷ ହେବ? କିଏ ତାହା ବିପକ୍ଷରେ ଯୁଦ୍ଧ କରିପାରିବ?”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?

Faic an caibideil Dèan lethbhreac

ଓଡିଆ ବାଇବେଲ

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ ?

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଲୋକମାନେ ସେହି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦେଇଥିଲା। ଲୋକମାନେ ସେହି ପଶୁକୁ ମଧ୍ୟ ପୂଜା କଲେ। ସେମାନେ କହିଲେ, “ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି? ତା’ ବିରୁଦ୍ଧରେ କିଏ ଯୁଦ୍ଧ କରି ପାରିବ?”

Faic an caibideil Dèan lethbhreac




ପ୍ରକାଶିତ 13:4
18 Iomraidhean Croise  

ପଶୁଟି ଗୋଟିଏ ଚିତାବାଘ ପରି ଦେଖାଯାଉଥିଲା। ତାହାର ପାଦ ଭାଲୁ ପାଦ ପରି ଏବଂ ପାଟି ସିଂହ ପାଟି ପରି। ପୂର୍ବବର୍ଣ୍ଣିତ ଲୋହିତ ବର୍ଣ୍ଣର ବିକଟାଳ ସର୍ପ ଏହି ପଶୁକୁ ନିଜର ଶକ୍ତି, ସିଂହାସନ ଓ ଅଶେଷ କ୍ଷମତା ସମର୍ପଣ କଲା।


ଓ ଦଗ୍ଧ ହେଉଥିବା ନଗରୀର ଧୂମ ଦେଖି କହିଲେ, “ଏହି ମହାନଗରୀ ପରି ଆଉ କୌଣସି ନଗର ନ ଥିଲା।”


ପ୍ରଥମ ପଶୁର ପ୍ରତିମୂର୍ତ୍ତିରେ ପ୍ରାଣବାୟୁ ଦେଇ ତାକୁ ସଜୀବ କରିବା କୌଶଳ ଦ୍ୱିତୀୟ ପଶୁ ଜାଣିଥିଲା। ଅନନ୍ତର ପ୍ରତିମୂର୍ତ୍ତିଟି କଥା କହିଲା ଓ ଯେଉଁମାନେ ତାହାର ପୂଜା କଲେ ନାହିଁ, ସେମାନଙ୍କୁ ସଂହାର କରିବାକୁ ସକ୍ଷମ ହେଲା।


ଆକାଶରେ ଆଉ ଏକ ଅଦ୍ଭୁତ ଦୃଶ୍ୟ ଦେଖାଗଲେ। ଲୋହିତ, ବର୍ଣ୍ଣର ସର୍ପ ପରି ଏକ ବିକଟାଳ ପ୍ରାଣୀ, ତାହାର ସାତଟି ମସ୍ତକ, ଦଶଟି ଶୃଙ୍ଗ ଓ ପ୍ରତି ମସ୍ତକରେ ଗୋଟିଏ ମୁକୁଟ ଥିଲା।


ସେହି ଦୁରାତ୍ମା ମନୁଷ୍ୟର ତଥାକଥିତ ସମସ୍ତ ଆରାଧ୍ୟ ଦେବତା ଓ ଉପାସ୍ୟ ବସ୍ତୁର ବିରୁଦ୍ଧାଚରଣ କରିବ ଓ ନିଜକୁ ସମସ୍ତଙ୍କ ଉଦ୍ଧ୍ୱର୍ରେ ରଖିବାକୁ ପ୍ରୟାସ କରିବ। ଏପରି କି ସେ ଈଶ୍ୱରଙ୍କ ମନ୍ଦିରରେ ଉପବେଶନ କରି ନିଜେ ଈଶ୍ୱର ବୋଲି ଦାବୀ କରିବ।


ସେମାନେ ମେଷଶାବକଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ; କିନ୍ତୁ ମେଷଶାବକ ତାଙ୍କର ଆହୂତ, ମନୋନୀତ, ଅନୁଗତ ଓ ବିଶ୍ୱସ୍ତ ଲୋକମାନଙ୍କ ସାହାଯ୍ୟରେ ସେମାନଙ୍କୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା।”


ମହାମାରୀମାନଙ୍କରେ ବିନଷ୍ଟ ହୋଇ ନ ଥିବା ଅବଶିଷ୍ଟ ମନୁଷ୍ୟ ଜାତିର, ତଥାପି କୌଣସି ପରିବର୍ତ୍ତନ ହେଲା ନାହିଁ। ସେମାନେ ପ୍ରେତ ପୂଜାରୁ ନିବୃତ୍ତ ହେଲେ ନାହିଁ। ଦୃଷ୍ଟି, ଶ୍ରବଣ ଓ ଚଳତ୍ଶକ୍ତିଶୂନ୍ୟ, ସୁନା, ରୂପା, ପିତ୍ତଳ ତଥା କାଠ ପଥରନିର୍ମିତ ପ୍ରତିମା ପୂଜା ପରିହାର କଲେ ନାହିଁ।


ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ।


ସେ ତା’ର ଲାଞ୍ଜରେ ଆକାଶରୁ ଏକ ତୃତୀୟାଂଶ ନକ୍ଷତ୍ର ଟାଣିଆଣି ପୃଥିବୀ ଉପରେ ନିକ୍ଷେପ କଲା। ପିଲାଟି ଜନ୍ମ ହେବା ସଙ୍ଗେ ସଙ୍ଗେ ତାକୁ ଖାଇ ଦେବା ଉଦ୍ଦେଶ୍ୟରେ ସର୍ପ ଉକ୍ତ ନାରୀ ନିକଟରେ ଆସି ଠିଆହେଲା।


ତାହାପରେ ମୁଁ ଦେଖିଲି, ଆଉ ଗୋଟିଏ ପଶୁ ଭୂଗର୍ଭରୁ ଉଠି ଆସୁଛି। ମେଷଶାବକର ଶୃଙ୍ଗ ପରି ତାହାର ଦୁଇଟି ଶୃଙ୍ଗ ଥିଲା ଏବଂ ସେ ପୂର୍ବୋକ୍ତ ସର୍ପ ପରି କଥା କହୁଥିଲା।


Lean sinn:

Sanasan


Sanasan