Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 4:5 - ପବିତ୍ର ବାଇବଲ (CL) NT (BSI)

5 ସିଂହାସନରୁ ବିଜୁଳିର ଝଲକ, ଗୁରୁଗମ୍ଭୀର ଶବ୍ଦ ଓ ବଜ୍ର ଧ୍ୱନି ନିଃସୃତ ହେଉଥିଲା। ସିଂହାସନ ସମ୍ମୁଖରେ ଈଶ୍ୱରଙ୍କ ସପ୍ତ ଆତ୍ମାର ପ୍ରତୀକ ସପ୍ତ ମଶାଲ ଜଳୁଥିଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

5 ସିଂହାସନ ମଧ୍ୟରୁ ବିଦ୍ୟୁତ୍, ବିଭିନ୍ନ ସ୍ଵର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ଵରଙ୍କ ସପ୍ତ ଆତ୍ମା।

Faic an caibideil Dèan lethbhreac

ଓଡିଆ ବାଇବେଲ

5 ସିଂହାସନ ମଧ୍ୟରୁ ବିଜୁଳୀ, ବିଭିନ୍ନ ସ୍ୱର ଓ ମେଘଗର୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ୱରଙ୍କ ସପ୍ତ ଆତ୍ମା ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା।

Faic an caibideil Dèan lethbhreac

ପବିତ୍ର ବାଇବଲ

5 ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି।

Faic an caibideil Dèan lethbhreac




ପ୍ରକାଶିତ 4:5
24 Iomraidhean Croise  

“ସେହି ସମୟରେ ସ୍ୱର୍ଗରାଜ୍ୟର ଆଗମନ ଏହିପରି ହେବ। “ଦଶଜଣ କୁମାରୀ ପ୍ରତ୍ୟେକ ଗୋଟିଏ ଗୋଟିଏ ଦୀପ ନେଇ ବରକୁ ପାଛୋଟି ଆଣିବାକୁ ଯାଇଥିଲେ।


ତୁମେ ପାପ ପ୍ରତି ବିମୁଖ ହୋଇଛ, ଏହା ଜଣାଇବାକୁ ମୁଁ ତୁମକୁ ଜଳରେ ଦୀକ୍ଷା ଦେଉଛି। କିନ୍ତୁ ମୋ’ ପରେ ଯିଏ ଆସୁଛନ୍ତି, ସେ ତୁମକୁ ପବିତ୍ରଆତ୍ମା ଓ ଅଗ୍ନିରେ ଦୀକ୍ଷା ଦେବେ। ସେ ମୋ’ଠାରୁ ମହୀୟାନ-ତାଙ୍କର ପାଦୁକା ବହନ କରିବାକୁ ମଧ୍ୟ ମୁଁ ଅଯୋଗ୍ୟ।


ତା’ପରେ ସେମାନେ ଦେଖିଲେ, କେତେଗୁଡ଼ିଏ ଅଗ୍ନି ଜିହ୍ୱା ପ୍ରସାରିତ ହୋଇ ସେଠାରେ ଥିବା ପ୍ରତ୍ୟେକଙ୍କୁ ସ୍ପର୍ଶ କଲା।


ଏସିଆ ପ୍ରଦେଶରେ ଥିବା ସାତଟି ମଣ୍ଡଳୀକୁ ମୋର ଅଭିବାଦନ। ଭବିଷ୍ୟତ୍, ଅତୀତ ଓ ବର୍ତ୍ତମାନର ଜୀବନ୍ତ ଈଶ୍ୱର, ତାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମା


ସିଂହ ଗର୍ଜନ ପରି ହୁଙ୍କାର କରି ସେ ଆହ୍ୱାନ କଲେ, ଠିକ୍ ସେହିପରି ହୁଙ୍କାର କରି ସାତଟି ମେଘ ଏହି ଆହ୍ୱାନର ଉତ୍ତର ଦେଲେ।


ସ୍ୱର୍ଗରେ ଥିବା ଈଶ୍ୱରଙ୍କ ମନ୍ଦିର-ଦ୍ୱାର ଖୋଲିଲା ଓ ମନ୍ଦିରରେ ନିୟମ ସିନ୍ଦୁକ ଥିବାର ଦେଖାଗଲା। ତା’ପରେ ବିଜୁଳି ଚମକିଲା, ବଜ୍ରନାଦ, ଭୂମିକମ୍ପ ଓ ପ୍ରବଳ ଶିଳା ବୃଷ୍ଟି ହେଲା।


“ସାର୍ଦ୍ଦିସ୍ରେ ଥିବା ମଣ୍ଡଳୀର ଦୂତଙ୍କ ନିକଟକୁ ଲେଖ। “ଈଶ୍ୱରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରିଥିବା ବ୍ୟକ୍ତିଙ୍କଠାରୁ ଏହି ବାର୍ତ୍ତା। ମୁଁ ତୁମର କାର୍ଯ୍ୟକଳାପ ଜାଣେ; ତୁମ୍ଭେମାନେ ମୃତ ହୋଇଥିଲେ ମଧ୍ୟ ଜୀବିତ ଅଛ ବୋଲି ଖ୍ୟାତି ଲାଭ କରିଛ।


ତା’ପରେ ସିଂହାସନର ମଧ୍ୟସ୍ଥଳରେ ପୂର୍ବୋକ୍ତ ଚାରିଗୋଟି ପ୍ରାଣୀ ଓ ବୟୋଜ୍ୟେଷ୍ଠ ନେତାମାନଙ୍କ ଗହଣରେ ଗୋଟିଏ ମେଷଶାବକଙ୍କୁ ଛିଡ଼ା ହୋଇଥିବା ଦେଖିଲି। ମେଷଶାବକଟି ବଧ ହୋଇଥିବା ପରି ମନେ ହେଲେ। ତାହାଙ୍କର ସାତଟି ଶୃଙ୍ଗ ଓ ସାତଟି ଚକ୍ଷୁ ଥିଲା। ସେହି ଚକ୍ଷୁଗୁଡ଼ିକ ସମଗ୍ର ପୃଥିବୀକୁ ପଠାଯାଇଥିବା ଈଶ୍ୱରଙ୍କ ସପ୍ତ ଆତ୍ମା।


ତା’ପରେ ଦୂତ, ଧୂପଧାରରେ ବେଦୀର ଅଗ୍ନି ପୂର୍ଣ୍ଣ କରି ତାହା ପୃଥିବୀ ଉପରେ ଫୋପାଡ଼ି ଦେଲେ। ଏହା ଫଳରେ ବଜ୍ର ଧ୍ୱନି ହେଲା, ବିଦ୍ୟୁତ୍ ଚମକିଲା ଓ ଭୂମିକମ୍ପ ହେଲା।


Lean sinn:

Sanasan


Sanasan