Biblia Todo Logo
Bìoball air-loidhne

- Sanasan -




ପ୍ରକାଶିତ 4:9 - ପବିତ୍ର ବାଇବଲ (CL) NT (BSI)

9 ପ୍ରାଣୀମାନେ ସିଂହାସନୋପବିଷ୍ଟ ସେହି ଚିରଞ୍ଜୀବୀ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦେଇ ତାଙ୍କର ସ୍ତୁତିଗାନ କରୁଥିବା ସମୟରେ

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନୋ-ପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Faic an caibideil Dèan lethbhreac

ଓଡିଆ ବାଇବେଲ

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,

Faic an caibideil Dèan lethbhreac

ପବିତ୍ର ବାଇବଲ

9 ଏହି ଜୀବିତ ପ୍ରାଣୀମାନେ ସିଂହାସନରେ ବସିଥିବା ବ୍ୟକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ୟବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।

Faic an caibideil Dèan lethbhreac




ପ୍ରକାଶିତ 4:9
20 Iomraidhean Croise  

ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ।


ଏକ ଦଶମାଂଶ ଦାନ ଗ୍ରହଣକାରୀ ଯାଜକମାନେ ମରଣଶୀଳ ମନୁଷ୍ୟମାତ୍ର, କିନ୍ତୁ ଶାସ୍ତ୍ର ବାକ୍ୟ ଅନୁଯାୟୀ ଏକ ଦଶମାଂଶ ଦାନ ଗ୍ରହଣକାରୀ ମଲ୍କିସେଦକ ଅମର।


ମୁଁ ସ୍ୱୟଂଜୀବୀ; ମୃତ୍ୟୁ ବରଣ କରିଥିଲି, କିନ୍ତୁ ମୁଁ ଏବେ ଜୀବିତ - ଅନନ୍ତ କାଳ ଜୀବିତ ରହିବି। ମୃତ୍ୟୁ ଓ ପରଲୋକର ଚାବି ମୋ’ ହାତରେ ଅଛି।


ଏବଂ ସସାଗରା ଧରା, ସ୍ୱର୍ଗ ଓ ଏମାନଙ୍କ ସମସ୍ତ ବିଷୟର ସୃଷ୍ଟିକର୍ତ୍ତା ଚିରଜୀବୀ ଈଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଆଉ କାଳ ବିଳମ୍ବ ହେବ ନାହିଁ।


ପୂର୍ବୋକ୍ତ ଚାରୋଟି ପ୍ରାଣୀ ମଧ୍ୟରୁ ଜଣେ ଚିରଜୀବୀ ଈଶ୍ୱରଙ୍କ କୋପରେ ପରିପୂର୍ଣ୍ଣ ସାତଟି ସୁବର୍ଣ୍ଣ ପାତ୍ର ସେହି ସପ୍ତ ଦୂତଙ୍କୁ ଦେଲେ।


ସିଂହାସନୋପବିଷ୍ଟ ବ୍ୟକ୍ତି କହିଲେ, “ହଁ, ମୁଁ ସମସ୍ତ ବିଷୟ ନୂତନ କରିଛି।” ପୁଣି ସେ ମୋତେ ନିର୍ଦ୍ଦେଶ ଦେଲେ, “ଏହି ସବୁ କଥା ଲେଖି ରଖ, କାରଣ ଏହା ସତ୍ୟ ଓ ବିଶ୍ୱସନୀୟ”।


ସଙ୍ଗେ ସଙ୍ଗେ ପବିତ୍ରଆତ୍ମାଙ୍କ ଦ୍ୱାରା ଆବିଷ୍ଟ ହୋଇ ମୁଁ ଦେଖିଲି, ସ୍ୱର୍ଗରେ ଗୋଟିଏ ସିଂହାସନରେ ଜଣେ କେହି ବସିଛନ୍ତି।


ପ୍ରତ୍ୟେକ ପ୍ରାଣୀର ଛଅଟି ଡ଼େଣା ଥିଲା ଏବଂ ସେଗୁଡ଼ିକର ବାହାର ଓ ଭିତର ମଧ୍ୟ ଚକ୍ଷୁରେ ପରିପୂର୍ଣ୍ଣ ଥିଲା। ସେମାନେ ଦିବାରାତ୍ରି, ଅବିଶ୍ରାନ୍ତ ଭାବରେ ଗାୟନ କରୁଥିଲେ:- “ପବିତ୍ର, ପବିତ୍ର, ପବିତ୍ର, ସର୍ବଶକ୍ତିମାନ୍ ପ୍ରଭୁ ଈଶ୍ୱର! ଆଦ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେ ସଦା ବିଦ୍ୟମାନ ଓ ପୁଣି ଥରେ ଯେ ଆଗମନ କରିବେ।”


ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା।


ସେମାନେ ପର୍ବତ ଓ ଶିଳା ଖଣ୍ଡଗୁଡ଼ିକୁ ଡ଼ାକି କହୁଥିଲେ, “ଆମ ପରେ ପଡ଼ - ସିଂହାସନୋପବିଷ୍ଟ ସେହି ବ୍ୟକ୍ତିଙ୍କ ଦୃଷ୍ଟିରୁ ଓ ମେଷଶାବକଙ୍କ କୋପରୁ ଆମକୁ ଲୁଚାଇ ରଖ।


ସେଥିଯୋଗୁଁ ସେମାନେ ଈଶ୍ୱରଙ୍କ ମନ୍ଦିରରେ ତାଙ୍କ ସିଂହାସନ ସମ୍ମୁଖରେ ଠିଆ ହୋଇ ଦିବାରାତ୍ରି ତାଙ୍କର ଆରାଧନା କରୁଛନ୍ତି। ସିଂହାସନୋପବିଷ୍ଟ ବ୍ୟକ୍ତି ସେମାନଙ୍କୁ ଆଶ୍ରୟ ଦେବେ।


Lean sinn:

Sanasan


Sanasan