Biblia Todo Logo
Bìoball air-loidhne

- Sanasan -




୨ ତୀମଥି 1:1 - ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ଵନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ଵରଙ୍କ ଇଚ୍ଛା ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଆମ୍ଭେମାନେ ଯେଉଁ ଜୀବନ ଲାଭ କରିଛୁ, ତାହା ଘୋଷଣା କରିବାକୁ ଈଶ୍ୱରଙ୍କ ଅଭିମତ ଅନୁଯାୟୀ ମୁଁ ଜଣେ ଶିଷ୍ୟ ରୂପେ ପ୍ରେରିତ ହୋଇଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ ମୁଁ ପ୍ରେରିତ ହୋଇଛି। ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନର ପ୍ରତିଜ୍ଞା ବିଷୟରେ ଲୋକମାନଙ୍କୁ କହିବା ପାଇଁ ପରମେଶ୍ୱର ମୋତେ ପଠାଇଲେ।

Faic an caibideil Dèan lethbhreac




୨ ତୀମଥି 1:1
29 Iomraidhean Croise  

ପୁଣି ମୁଁ ସେମାନଙ୍କୁ ଅନ; ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।


କାରଣ ଯେକେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ଵାସ କରେ, ସେ ଯେପରି ଅନ; ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।


ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନ; ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତଣଜଣେ ପ୍ରେରିତ, ପୁଣି ଈଶ୍ଵର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ଵାରା ପୂର୍ବରେ ପ୍ରତିଜ୍ଞା କରିଥିଲେ , ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ।


କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ।


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;


ଯେଣୁ ଈଶ୍ଵରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ଵାରା ଈଶ୍ଵରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ;


ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,।


ଅର୍ଥାତ୍, ସୁସମାଚାର ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଜାତିମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆବିର୍ଭାବ ଦ୍ଵାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି; ପୁଣି, ସୁସମାଚାର ଦ୍ଵାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;


ମୋʼଠାରୁ ଯେଉଁସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ଵନ୍ଧୀୟ ବିଶ୍ଵାସ ଓ ପ୍ରେମରେ ତାହା ଆଦର୍ଶ ରୂପେ ଧରି ରଖ।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,


ଅତଏବ, ହେ ମୋହର ବତ୍ସ, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ,


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନ; ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପ୍ରାପ୍ତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।


ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋʼ ସହିତ କ୍ଳେଶ ସହ୍ୟ କର।


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ଦ୍ଵାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟକାଳଠାରୁ ଜ୍ଞାତ ଅଛ।


ଈଶ୍ଵରଙ୍କ ମନୋନୀତ ଲୋକମାନେ ଅନ; ଜୀବନର ଭରସା ପ୍ରାପ୍ତ ହୋଇ ଯେପରି ବିଶ୍ଵାସ ଓ ଭକ୍ତିସଙ୍ଗତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ପିତା ଈଶ୍ଵର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନ; ଜୀବନ।


Lean sinn:

Sanasan


Sanasan