Biblia Todo Logo
Bìoball air-loidhne

- Sanasan -




୨ ତୀମଥି 1:4 - ପବିତ୍ର ବାଇବଲ (Re-edited) - (BSI)

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି;

Faic an caibideil Dèan lethbhreac

ଓଡିଆ ବାଇବେଲ

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

4 ତୁମର ଅଶ୍ରୁଧାରା ମୋର ମନେ ଅଛି ଏବଂ ତୁମକୁ ଦେଖି ସୁଖୀ ହେବା ପାଇଁ ମୁଁ ଉକ୍ରଣ୍ଠିତ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;

Faic an caibideil Dèan lethbhreac

ପବିତ୍ର ବାଇବଲ

4 ତୁମ୍ଭେ ମୋ’ ପାଇଁ କାନ୍ଦିଛ ବୋଲି ମୁଁ ମନେ ରଖିଛି। ମୁଁ ତୁମ୍ଭକୁ ଦେଖି ଆନନ୍ଦ ପାଇବା ପାଇଁ ଅତି ଇଚ୍ଛୁକ। ତୁମ୍ଭର ଦୃଢ଼ ବିଶ୍ୱାସ ମୁଁ ମନେପକାଏ।

Faic an caibideil Dèan lethbhreac




୨ ତୀମଥି 1:4
19 Iomraidhean Croise  

ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ଵିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ସେତେବେଳେ କୁମାରୀଗଣ ନୃତ୍ୟରେ, ପୁଣି, ଯୁବା ଓ ବୃଦ୍ଧମାନେ ଏକତ୍ର ଆନନ୍ଦ କରିବେ, କାରଣ ଆମ୍ଭେ ସେମାନଙ୍କ ଶୋକକୁ ଆନନ୍ଦରେ ପରିଣତ କରିବା, ଆମ୍ଭେ ସେମାନଙ୍କୁ ସାନ୍ତ୍ଵନା କରିବା ଓ ସେମାନଙ୍କ ଦୁଃଖରୁ ସେମାନଙ୍କୁ ଆନନ୍ଦିତ କରିବା।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ଦୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।


ସମ୍ପୂର୍ଣ୍ଣ ନମ୍ର ମନରେ ଅଶ୍ରୁପାତ ସହିତ ଯିହୁଦୀ-ମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,


ଅତଏବ, ତୁମ୍ଭେମାନେ ଜାଗି ରହୁ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଅଶ୍ରୁପାତ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ କ୍ଷା; ହୋଇ ନ ଥିଲି, ଏହା ସ୍ମରଣ କର।


ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକା; ଇଚ୍ଛା କରୁଅଛି,


କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ।


କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ;


କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟ; ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ।


ତୁମ୍ଭେ ଶୀତକାଳ ପୂର୍ବରୁ ଆସିବାକୁ ଯନି କର। ଇଉବୁଲ୍, ପୁଦେନ୍ସ୍, ଲିନ, କ୍ଳୌଦିୟା ଓ ଭାଇମାନେ ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।


ଶୀଘ୍ର ମୋʼ ନିକଟକୁ ଆସିବାକୁ ଯନି କର;


ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।


ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟକୁ ସେମାନଙ୍କୁ କଢ଼ାଇନେବେ, ପୁଣି ଈଶ୍ଵର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।


Lean sinn:

Sanasan


Sanasan