Biblia Todo Logo
Bìoball air-loidhne

- Sanasan -




୨ ତୀମଥି 3:1 - ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ,

Faic an caibideil Dèan lethbhreac

ଓଡିଆ ବାଇବେଲ

1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

1 ମନେରଖ, ଅନ୍ତିମ କାଳରେ ବହୁ ବିପତ୍ତି ଆସି ପହଞ୍ଚିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିନ୍ତୁ ଏହା ଜାଣିଥାଅ ଯେ, ଶେଷକାଳରେ ଭୀଷଣ ସମୟ ଉପସ୍ଥିତ ହେବ;

Faic an caibideil Dèan lethbhreac

ପବିତ୍ର ବାଇବଲ

1 ଏହା ମନେରଖ ଯେ ଶେଷ ଦିନଗୁଡ଼ିକରେ ଅନେକ କଷ୍ଟକର ପରିସ୍ଥିତି ଆସିବ।

Faic an caibideil Dèan lethbhreac




୨ ତୀମଥି 3:1
23 Iomraidhean Croise  

ଅନନ୍ତର ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ,ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି।


ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ଵରଗଣର ଈଶ୍ଵରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ସହସ୍ର ଦୁଇ ଶତ ନବେ ଦିନ ହେବ।


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।


ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଖ୍ରୀଷ୍ଟାରି ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଖ୍ରୀଷ୍ଟାରି ଉଠିଲେଣି ; ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।


କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର;


ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।


Lean sinn:

Sanasan


Sanasan