Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:11 - ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

11 ପୁଣି ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ହିଁ ପ୍ରଭୁ ବୋଲି ପ୍ରକାଶ୍ୟରେ ସ୍ୱୀକାର କରି ପିତା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 ଅତଏବ ପ୍ରତ୍ୟେକ ଲୋକ, “ଯୀଶୁ ଖ୍ରୀଷ୍ଟ ଯେ ପ୍ରଭୁ” ଏହା ସ୍ୱୀକାର କରିବେ। ଏହା ସେମାନେ କହିବା ଦ୍ୱାରା ପିତା ପରମେଶ୍ୱରଙ୍କର ଗୌରବ ହେବ।

Faic an caibideil Dèan lethbhreac




ଫିଲିପୀୟ 2:11
30 Iomraidhean Croise  

ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।


ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି।


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ,।


ତଥାପି ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ଵାସ କଲେ, କିନ୍ତୁ କାଳେ ସେମାନେ ସମାଜଚ୍ୟୁତ ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ଵୀକାର କରୁ ନ ଥିଲେ,


ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।


ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ।


ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ଵିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି,


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ଵର।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହିସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ଵୀକାର କରେ, ତାହାହେଲେ ସେ ସମାଜଚ୍ୟୁତ କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।


ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ।


ଅତଏବ, ସମସ୍ତ ଇସ୍ରାଏଲକୁଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ଵର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।


ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ।”


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ।


ପୁଣି, ଯେପରି ବିଜାତିମାନେ ଈଶ୍ଵରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, “ଏଥିପାଇଁ ମୁଁ ବିଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି।”


ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ଵରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ ‘ଯୀଶୁ ଅଭିଶପ୍ତʼ ବୋଲି କୁହେ ନାହିଁ, ପୁଣି କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ ‘ଯୀଶୁ ପ୍ରଭୁʼ ବୋଲି କହି ପାରେ ନାହିଁ।


ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ଵିତୀୟ ମନୁଷ୍ୟ ସ୍ଵର୍ଗରୁ ଆଗତ,।


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ଵର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ଵାରା ସମସ୍ତ ବିଷୟ ହୋଇଅଛିା, ପୁଣି ତାହାଙ୍କ ଦ୍ଵାରା ଆମ୍ଭେମାନେ ହୋଇଅଛୁ।


ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ଵିତ କରିଅଛନ୍ତି, ସେହି ଈଶ୍ଵରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ଵାରା ବିଶ୍ଵାସ କରୁଅଛ, ଏଣୁ ଈଶ୍ଵର ତୁମ୍ଭମାନଙ୍କର ବିଶ୍ଵାସ ଓ ଭରସାର ସ୍ଥଳ ଅଟନ୍ତି।


ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି।


ଏହା ଦ୍ଵାରା ତୁମ୍ଭେମାନେ ଈଶ୍ଵରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବ; ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ଵୀକାର କରେ, ସେ ଈଶ୍ଵରଙ୍କଠାରୁ ଆଗତ,


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବ; ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ଵୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହିପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଖ୍ରୀଷ୍ଟାରି।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ଵୀକାର କରିବୁ।


Lean sinn:

Sanasan


Sanasan