Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:28 - ପବିତ୍ର ବାଇବଲ (Re-edited) - (BSI)

28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି।

Faic an caibideil Dèan lethbhreac

ଓଡିଆ ବାଇବେଲ

28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ' ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

28 ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବାକୁ ଉକ୍ରଣ୍ଠିତ, କାରଣ ତାଙ୍କୁ ଦେଖିଲେ, ତୁମ୍ଭେମାନେ ପୁନର୍ବାର ଆନନ୍ଦିତ ହେବ ଓ ମୋର ଦୁଃଖ ମଧ୍ୟ ଅପସରି ଯିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି।

Faic an caibideil Dèan lethbhreac

ପବିତ୍ର ବାଇବଲ

28 ତେଣୁ ମୁଁ ତାହାଙ୍କୁ ପଠାଇବାକୁ ଅତିଶୟ ଇଚ୍ଛା କରେ। ତୁମ୍ଭେ ମଧ୍ୟ ତାହାଙ୍କୁ ଦେଖିଲେ ଖୁସୀ ହେବ, ମୁଁ ମଧ୍ୟ ତୁମ୍ଭ ବିଷୟରେ ଚିନ୍ତାମୁକ୍ତ ହେବି।

Faic an caibideil Dèan lethbhreac




ଫିଲିପୀୟ 2:28
10 Iomraidhean Croise  

ପୁଣି ଇସ୍ରାଏଲ ଯୋଷେଫଙ୍କୁ କହିଲେ, ମୁଁ ଭାବିଥିଲି, ତୁମ୍ଭ ମୁଖ ଆଉ ଦେଖି ପାରିବି ନାହିଁ; ମାତ୍ର ଦେଖ, ପରମେଶ୍ଵର ତୁମ୍ଭର ବଂଶ ମଧ୍ୟ ମୋତେ ଦେଖାଇଲେ।


ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ଦୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।


ପୁଣି, ସେମାନେ ତାଙ୍କ ମୁଖ ଆଉ ଦେଖିବେ ନାହିଁ ବୋଲି ସେ ଯେଉଁ କଥା କହିଥିଲେ, ବିଶେଷ ରୂପେ ସେଥିପାଇଁ ଦୁଃଖ କଲେ। ପରେ ସେମାନେ ତାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।


ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ।


ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର;


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକା; ଇଚ୍ଛା କରୁଅଛି;


Lean sinn:

Sanasan


Sanasan