Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 2:7 - ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;

Faic an caibideil Dèan lethbhreac

ଓଡିଆ ବାଇବେଲ

7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

7 ବରଂ ସ୍ୱଇଚ୍ଛାରେ ତାଙ୍କର ସର୍ବସ୍ୱ ପରିତ୍ୟାଗ କରି ଦାସରୂପ ଧାରଣ କଲେ। ମନୁଷ୍ୟ ପରି ହୋଇ ମନୁଷ୍ୟ ସାଦୃଶ୍ୟରେ ଆବିର୍ଭୂତ ହେଲେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;

Faic an caibideil Dèan lethbhreac

ପବିତ୍ର ବାଇବଲ

7 ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,

Faic an caibideil Dèan lethbhreac




ଫିଲିପୀୟ 2:7
31 Iomraidhean Croise  

ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।


ଯାହାଙ୍କୁ ଆମ୍ଭେ ଧାରଣ କରୁ, ଏପରି ଆମ୍ଭ ଦାସଙ୍କୁ, ଯାହାଙ୍କଠାରେ ଆମ୍ଭ ଚିତ୍ତ ସନ୍ତୁଷ୍ଟ, ଏପରି ଆମ୍ଭର ମନୋନୀତ ଲୋକଙ୍କୁ ଦେଖ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ସ୍ଥାପନ କରିଅଛୁ ; ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟକୁ ନ୍ୟାୟ ବିଚାର ଆଣିବେ।


ପୁଣି, ସେ ମୋତେ କହିଲେ, ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ଵାରା ଆମ୍ଭେ ମହିମାନ୍ଵିତ ହେବା।


ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନ ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ଵାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର; ଗୋ ଯିରୂଶାଲମ କନ୍ୟେ, ଜୟଧ୍ଵନି କର; ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ବିଜାତିମାନଙ୍କ ନିକଟରେ ନ୍ୟାୟବିଚାର ପ୍ରଚାର କରିବେ।


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟସ୍ଵରୂପ ପ୍ରାଣ ଦେବାକୁ ଆସିଅଛନ୍ତି।


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?


କାରଣ କିଏ ଶ୍ରେଷ୍ଠ? ଯେ ଭୋଜନୋପବିଷ୍ଟ, ନା ଯେ ସେବକ? ଯେ ଭୋଜନୋପବିଷ୍ଟ, ସେ କି ଶ୍ରେଷ୍ଠ ନୁହନ୍ତିଣ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି।


ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ଵନ୍ଧରେ ଦାଉଦଙ୍କ ବଂଶଜାତ,


କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।


କାରଣ ମୁଁ କହେ, ଖ୍ରୀଷ୍ଟ ଈଶ୍ଵରଙ୍କ ସତ୍ୟ ନିମନ୍ତେ ସୁନ୍ନତି ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ଵରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ଵରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ଵର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ବ୍ୟବସ୍ଥାଧୀନ ହେଲେ,


ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁ ଭୋଗ କଲେ, ପୁଣି ଈଶ୍ଵରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି,।


ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ଵରୂପେ ଜ୍ଞାନ କରି ପୁଣି ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।


କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।


Lean sinn:

Sanasan


Sanasan