Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 3:13 - ପବିତ୍ର ବାଇବଲ (Re-edited) - (BSI)

13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,

Faic an caibideil Dèan lethbhreac

ଓଡିଆ ବାଇବେଲ

13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

13 ଅବଶ୍ୟ ଏ ପର୍ଯ୍ୟନ୍ତ ମୁଁ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ନାହିଁ। କିନ୍ତୁ ଗୋଟିଏ କାର୍ଯ୍ୟରେ ମୁଁ ନିବିଷ୍ଟ ରହିଛି; ପଚରେ ଛାଡ଼ି ଆସିଥିବା ବିଷୟଗୁଡ଼ିକୁ ଭୁଲିଯାଇ, ସମ୍ମୁଖରେ ଥିବା ବିଷୟଗୁଡ଼ିକୁ ପାଇବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,

Faic an caibideil Dèan lethbhreac

ପବିତ୍ର ବାଇବଲ

13 ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ମୁଁ ଏପର୍ଯ୍ୟନ୍ତ ସେହି ଲକ୍ଷ୍ୟ ସ୍ଥଳକୁ ଯାଇ ପାରି ନାହିଁ। କିନ୍ତୁ ମୁଁ ସବୁବେଳେ ଏହି ଗୋଟିଏ କାର୍ଯ୍ୟ କରେ: ମୁଁ ଅତୀତର ବିଷୟସବୁ ଭୁଲି, ମୋ’ ଆଗରେ ଥିବା ଲକ୍ଷ୍ୟକୁ ଆଖିରେ ରଖି ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କଠିନ ପରିଶ୍ରମ କରେ।

Faic an caibideil Dèan lethbhreac




ଫିଲିପୀୟ 3:13
15 Iomraidhean Croise  

ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି।


ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ପ୍ରୟୋଜନ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ହରଣ କରାଯିବ ନାହିଁ।


କିନ୍ତୁ ଯୀଶୁ ତାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ଵରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।


ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକି ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନପରିବର୍ତ୍ତନ, ଈଶ୍ଵରଙ୍କଠାରେ ବିଶ୍ଵାସ,


କିନ୍ତୁ ହେ ପ୍ରିୟମାନେ, ପ୍ରଭୁଙ୍କ ନିକଟରେ ଗୋଟିଏ ଦିନ ଯେ ସହସ୍ର ବର୍ଷ ତୁଲ୍ୟ ଓ ସହସ୍ର ବର୍ଷ ଯେ ଗୋଟିଏ ଦିନ ତୁଲ୍ୟ, ଏହି ବିଶେଷ ବିଷୟ ତୁମ୍ଭେମାନେ ଭୁଲିଯାଅ ନାହିଁ।


Lean sinn:

Sanasan


Sanasan