Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 3:5 - ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,

Faic an caibideil Dèan lethbhreac

ଓଡିଆ ବାଇବେଲ

5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

5 ମୋ’ ଜନ୍ମର ଅଷ୍ଟମ ଦିନରେ ମୁଁ ସୁନ୍ନତ୍ ହୋଇଥିଲି। ଜାତିରେ ମୁଁ ଜଣେ ଇଶ୍ରାଏଲୀୟ, ବେଞ୍ଜାମିନ୍ ବଂଶଜ ବିଶୁଦ୍ଧ ଏବ୍ରୀୟ। ଇହୁଦୀମାନଙ୍କ ବ୍ୟବସ୍ଥା ପାଳନ ଦୃଷ୍ଟିରୁ ମୁଁ ଜଣେ ଫାରୁଶୀ ଥିଲି

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,

Faic an caibideil Dèan lethbhreac

ପବିତ୍ର ବାଇବଲ

5 ମୋର ଜନ୍ମ ହେବାର ଆଠ ଦିନପରେ, ମୋର ସୁନ୍ନତ କରାଯାଇଥିଲା। ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ବିନ୍ୟାମିନଙ୍କ ବଂଶଧର। ଏବ୍ରୀୟ ପିତାମାତାଙ୍କଠାରୁ ଜନ୍ମିଥିବାରୁ ମୁଁ ଜଣେ ଏବ୍ରୀୟ ଅଟେ। ମୋ’ ପାଇଁ ମୋଶାଙ୍କ ବ୍ୟବସ୍ଥା ଆଜି ଗୁରୁତ୍ୱପୂର୍ଣ୍ଣ, ସେ ଦୃଷ୍ଟିରୁ ମୁଁ ଜଣେ ଫାରୂଶୀ।

Faic an caibideil Dèan lethbhreac




ଫିଲିପୀୟ 3:5
16 Iomraidhean Croise  

ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ।


ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ପ୍ରତ୍ୟେକ ପୁତ୍ର ସନ୍ତାନର ଆଠ ଦିନ ବୟସରେ ସୁନ୍ନତ ହେବ। ପୁଣି ଯେଉଁମାନେ ତୁମ୍ଭର ବଂଶ ନୁହନ୍ତି, ଏପରି ବିଦେଶୀୟ ଯେଉଁ ଲୋକ ତୁମ୍ଭ ଗୃହରେ ଜାତ ଅଥବା ମୂଲ୍ୟରେ କ୍ରୀତ ହୁଏ, ତାହାର ମଧ୍ୟ ସୁନ୍ନତ ହେବ।


କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।


ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ଵପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ଵପ୍ନାନୁସାରେ ଅର୍ଥ କହିଲା।


ତହିଁରେ ସେ ସେମାନଙ୍କୁ କହିଲେ, ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ଵର୍ଗସ୍ଥ ପରମେଶ୍ଵର ସଦାପ୍ରଭୁଙ୍କୁ ମୁଁ ଭୟ କରେ।


ଅଷ୍ଟମ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ।


ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା।


କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।


ସେଥିରେ ସେ କହିଲେ, ମୁଁ ଜଣେ ଯିହୁଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ମୁଁ ଏହି ନଗରରେ ଲାଳିତପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ଆପଣମାନେ ସମସ୍ତେ ଆଜି ଯେପରି ଉଦ୍ଯୋଗୀ ଅଟନ୍ତି, ଈଶ୍ଵରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍ଯୋଗୀ ଥିଲି;


କିନ୍ତୁ ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ଵରରେ କହିଲେ, ଭ୍ରାତୃବୃନ୍ଦ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍, ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ବିଚାରିତ ହେଉଅଛି।


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା।


ତେବେ ମୁଁ କହେ, ଈଶ୍ଵର କି ଆପଣା ଲୋକମାନଙ୍କୁ ପରିତ୍ୟାଗ କରିଅଛନ୍ତି? ତାହା କେବେ ହେଁ ନ ହେଉ, କାରଣ ମୁଁ ମଧ୍ୟ ଅବ୍ରହାମଙ୍କ ବଂଶଜାତ ବିନ୍ୟାମୀନଙ୍କ ଗୋଷ୍ଠୀର ଜଣେ ଇସ୍ରାଏଲୀୟ ଲୋକମ।


ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।


ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି।


Lean sinn:

Sanasan


Sanasan