Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 3:8 - ପବିତ୍ର ବାଇବଲ (Re-edited) - (BSI)

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,

Faic an caibideil Dèan lethbhreac

ଓଡିଆ ବାଇବେଲ

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

8 କେବଳ ସେତିକି ନୁହେଁ: ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ଯେଉଁ ବିପୁଳ ଐଶ୍ୱର୍ଯ୍ୟ ଲାଭ କରିଛି, ତା’ ତୁଳନାରେ ଅନ୍ୟ ସମସ୍ତ ବିଷୟକୁ ମୁଁ ଏବେ ଅସାର ମଣୁଛି। ତାଙ୍କ ନିମନ୍ତେ ମୁଁ ସବୁ କିଛି ପରିତ୍ୟାଗ କରିଛି। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଓ ତାଙ୍କ ସହିତ ସମ୍ପୂର୍ଣ୍ଣ ରୂପେ ସଂଯୁକ୍ତ ହେବା ପାଇଁ, ଅନ୍ୟ ସମସ୍ତ ବିଷୟକୁ ଆବର୍ଜ୍ଜନା ବୋଲି ମନେ କରୁଛି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

Faic an caibideil Dèan lethbhreac

ପବିତ୍ର ବାଇବଲ

8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି।

Faic an caibideil Dèan lethbhreac




ଫିଲିପୀୟ 3:8
53 Iomraidhean Croise  

ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଟୋଇଦିଏ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ଝାଟୋଇ ଦେବା।


ଆଉ ଯିଷ୍ରିୟେଲୀୟ ଭୂମିରେ ଈଷେବଲ୍ର ଶବ କ୍ଷେତ୍ର ଉପରେ ଖତ ପରି ହେବ; ତହିଁରେ ଏ ଈଷେବଲ୍ ବୋଲି ଲୋକେ କହିବେ ନାହିଁ।


ତଥାପି ସେ ଆପଣା ମଳ ତୁଲ୍ୟ ଅନ; କାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?


ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।


ସ୍ଵର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ତଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।


ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।


ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ।


ଆଉ, ମୋʼ ପ୍ରଭୁଙ୍କର ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ଉତ୍ତମତା କେଉଁଠାରୁ ହେଲା?


କିନ୍ତୁ ମୁଁ ଯଦି ଈଶ୍ଵରଙ୍କ ପରାକ୍ରମ ଦ୍ଵାରା।। ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।


ମୁଁ ଯେ ମୋହର ପିତାଙ୍କଠାରେ ପୁଣି ତୁମ୍ଭେମାନେ ଯେ ମୋʼଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେଦିନ ତୁମ୍ଭେମାନେ ଜାଣିବ।


ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ଵା ମୋତେ ଜାଣି ନାହାନ୍ତି।


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


କାରଣ ତୁମ୍ଭେ ମୋତେ ଯେସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ଵାସ କରିଅଛନ୍ତି।


ସେମାନେ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ଵର।


କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି।


କାରଣ ମୋʼ ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ପ୍ରକାଶିତ ଈଶ୍ଵରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।


କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।


ସେ କଅଣ କେବଳ ଆମ୍ଭମାନଙ୍କ ନିମନ୍ତେ ଏହା କହନ୍ତି ନାହିଁ? ହଁ ଆମ୍ଭମାନଙ୍କ ନିମନ୍ତେ ଏହା ଲିଖିତ ହୋଇଅଛି, ଯେପରି ଯେ ଚାଷ କରେ, ଆଶାରେ ତାହାର ଚାଷ କରିବା ଉଚିତ, ଆଉ ଯେ ବେଙ୍ଗଳା ପକାଏ, ଭାଗ ପାଇବା ଆଶାରେ ତାʼର ବେଙ୍ଗଳା ପକାଇବା ଉଚିତ।


ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ଵର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ଵରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।


ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍‍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;


ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,


ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।


କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।


କାରଣ ଏବେ ହେଁ ମୋʼର ପ୍ରାଣ ଆହୁତି ପରି ଢଳାଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ଏଣୁ ବିଶ୍ଵାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ଵାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର


ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ଵାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ।


ଯେ ଆପଣା ଗୌରବ ଓ ସଦ୍ଗୁଣରେ ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ଵାରା ତାହାଙ୍କ ଐଶ୍ଵରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି।


ଏହିସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ଵରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ଵର ଓ ଅନ; ଜୀବନ ଅଟନ୍ତି।


Lean sinn:

Sanasan


Sanasan