Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:17 - ପବିତ୍ର ବାଇବଲ (Re-edited) - (BSI)

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।

Faic an caibideil Dèan lethbhreac

ଓଡିଆ ବାଇବେଲ

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ତୁମ୍ଭମାନଙ୍କଠାରୁ କେବଳ ଦାନ ଗ୍ରହଣ କରିବାକୁ ମୁଁ ଚାହେଁ ନାହିଁ; ଏହାର ଫଳରେ ତୁମ୍ଭେମାନେ ଯେପରି ଅଧିକରୁ ଅଧିକ ଲାଭବାନ ହୁଅ, ଏହା ମୋର ଇଚ୍ଛା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।

Faic an caibideil Dèan lethbhreac

ପବିତ୍ର ବାଇବଲ

17 ମୁଁ ତୁମ୍ଭ ଉପହାର ପାଇଁ ଲାଳାୟିତ ନୁହେଁ କିନ୍ତୁ ମୁଁ ଗ୍ଭହେଁ ଯେ, ଦେବା ଦ୍ୱାରା ଯେଉଁ ଲାଭ ମିଳେ, ତାହା ତୁମ୍ଭେ ପାଅ।

Faic an caibideil Dèan lethbhreac




ଫିଲିପୀୟ 4:17
26 Iomraidhean Croise  

ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ହାୟ, ମୁଁ ସନ୍ତାପର ପାତ୍ର ! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ତା ନାହିଁ, ମୋର ପ୍ରାଣ ପ୍ରଥମ ପକ୍ଵ ଡିମିରି ଫଳ ଲାଳସା କରେ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ତୁମ୍ଭେମାନେ ପ୍ରଚୁର ଫଳ ଫଳିଲେ ମୋହର ପିତା ମହିମାନ୍ଵିତ ହେବେ, ଆଉ ତୁମ୍ଭେମାନେ ମୋହର ପ୍ରକୃତ ଶିଷ୍ୟ ହେବ।


ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।


ମୁଁ ପୁନର୍ବାର କହୁଅଛି, କେହି ମୋତେ ନିର୍ବୋଧ ମନେ ନ କରୁ; କିନ୍ତୁ ଯଦି ତୁମ୍ଭେମାନେ ସେପରି ମନେ କର, ତେବେ ସୁଦ୍ଧା ମୋତେ ନିର୍ବୋଧ ପରି ଗ୍ରହଣ କର, ଯେପରି ମୁଁ ମଧ୍ୟ ଅଳ୍ପ ଦର୍ପ କରି ପାରେ।


ଏଣୁ ତୁମ୍ଭମାନଙ୍କର ପୂର୍ବପ୍ରତିଜ୍ଞାତ ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ଵଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ସମୟରେ ଚାଟୁବାଦ ବ୍ୟବହାର କରି ନାହୁଁ ଅବା ଲୋଭକୁ ଗୁପ୍ତ କରିବା ନିମନ୍ତେ ଛଳନା କରି ନାହୁଁ, ଈଶ୍ଵର ଏଥିର ସାକ୍ଷୀ।


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।


କାରଣ ଅଧ୍ୟକ୍ଷ, ଈଶ୍ଵରଙ୍କର ବେବର୍ତ୍ତା ସ୍ଵରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲାଭର ଅଭିଳାଷୀ ନ ହୋଇ ଆତିଥ୍ୟପ୍ରିୟ,


ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି।


କାରଣ ଈଶ୍ଵର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକ-ମାନଙ୍କର ସେବା କରିଥିବା ଦ୍ଵାରା ଓ ଏବେ ମଧ୍ୟ କରୁଥିବା ଦ୍ଵାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ ପ୍ରକାଶ କରିଅଛ, ତାହା ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହନ୍ତି।


ତୁମ୍ଭମାନଙ୍କ ତତ୍ତ୍ଵାବଧାନରେ ଥିବା ଈଶ୍ଵରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ଵରଙ୍କ ଇଚ୍ଛାନୁଯାୟୀ ସ୍ଵଚ୍ଛନ୍ଦ ମନରେ, କୁତ୍ସିତ ଲାଭ ନିମନ୍ତେ ନୁହେଁ,, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ।


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


Lean sinn:

Sanasan


Sanasan