Biblia Todo Logo
Bìoball air-loidhne

- Sanasan -




ଫିଲିପୀୟ 4:21 - ପବିତ୍ର ବାଇବଲ (Re-edited) - (BSI)

21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Faic an caibideil Dèan lethbhreac

ଓଡିଆ ବାଇବେଲ

21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ସେଠାରେ ଥିବା ସମସ୍ତ ସାଧୁଙ୍କୁ ଅଭିବାଦନ ଜଣାଉଛି। ମୋ’ ସଙ୍ଗରେ ଥିବା ଏ ସ୍ଥାନର ଭାଇମାନେ ତୁମ ସମସ୍ତଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ

21 ଖ୍ରୀଷ୍ଟଙ୍କଠାରେ ପରମେଶ୍ୱରଙ୍କ ପ୍ରତ୍ୟେକ ପବିତ୍ର ଲୋକକୁ ନମସ୍କାର। ମୋ’ ସହିତ ଥିବା ପରମେଶ୍ୱରଙ୍କ ଲୋକମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

Faic an caibideil Dèan lethbhreac




ଫିଲିପୀୟ 4:21
11 Iomraidhean Croise  

ଆଉ, ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ବିଜାତୀୟମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;


ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;


ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ଵାସୀମାନଙ୍କ ନିକଟକୁ ଲେଖୁଅଛି।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍‍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;


ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।


Lean sinn:

Sanasan


Sanasan