୧ ପିତର 1:4 - ପବିତ୍ର ବାଇବଲ4 ପରମେଶ୍ୱର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସେହି ଆଶୀର୍ବାଦଗୁଡ଼ିକ ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ। ସେହି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହେବ ନାହିଁ, ବା ଧ୍ୱଂସ ପାଇବ ନାହିଁ କିଅବା ସେଗୁଡ଼ିକ ସେମାନଙ୍କର ସୌନ୍ଦର୍ଯ୍ୟ ହରାଇବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ଵର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ପୁନର୍ଜନ୍ମ ଦେଇଅଛନ୍ତି। Faic an caibideilଓଡିଆ ବାଇବେଲ4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି । Faic an caibideilପବିତ୍ର ବାଇବଲ (CL) NT (BSI)4 ତେଣୁ ଈଶ୍ୱର ତାଙ୍କ ଲୋକମାନଙ୍କ ନିମନ୍ତେ ଯେଉଁ ବହୁମୂଲ୍ୟ ଆଶୀର୍ବାଦ ରଖିଛନ୍ତି, ତାହା ପାଇବା ପାଇଁ ଆମ୍ଭେମାନେ ପ୍ରତୀକ୍ଷାରେ ଅଛୁ। ତାହା ସେ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ଗଚ୍ଛିତ କରି ରଖିଛନ୍ତି। ସେଠାରେ ତାହା କ୍ଷୟ ପାଏ ନାହିଁ, ନଷ୍ଟ ବା ମ୍ଳାନ ହୁଏ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି। Faic an caibideil |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।