Biblia Todo Logo
Bìoball air-loidhne

- Sanasan -




୧ ପିତର 2:10 - ପବିତ୍ର ବାଇବଲ

10 ଅତୀତରେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ୱରଙ୍କ ଲୋକ ଅଟ। ଅତୀତରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭେମାନେ ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ଵରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

10 ପୂର୍ବେ ତୁମ୍ଭମାନେ ଈଶ୍ୱରଙ୍କ ଦୟା ସମ୍ବନ୍ଧରେ ଅଜ୍ଞ ଥିଲ, ର୍ବତ୍ତମାନ ତାଙ୍କ ଦୟାର ପାତ୍ର ହୋଇଛ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।

Faic an caibideil Dèan lethbhreac




୧ ପିତର 2:10
10 Iomraidhean Croise  

ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।


ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”


ପୁନର୍ବାର ମୁଁ ପଗ୍ଭରୁଛି: “କ’ଣ ଇସ୍ରାଏଲର ଲୋକେ ବୁଝି ପାରି ନ ଥିଲେ?” ହଁ ସେମାନେ ବୁଝିଥିଲେ। ପ୍ରଥମେ ମୋଶା କହିଛନ୍ତି: “ଜାତୀୟ ଚରିତ୍ର ନ ଥିବା ଲୋକଙ୍କ ଦ୍ୱାରା ମୁଁ ତୁମ୍ବ ଭିତରେ ଈର୍ଷା ଜାତ କରାଇବି। ନିର୍ବୋଧ ଲୋକଙ୍କ ଦ୍ୱାରା ମୁଁ ତୁମ୍ଭ ଭିତରେ କ୍ରୋଧ ଜାତ କରାଇବି।”


ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ।


ଏବେ ମୁଁ ଅବିବାହିତ ଲୋକମାନଙ୍କ ବିଷୟରେ କହୁଛି। ଏ ବିଷୟରେ ପ୍ରଭୁଙ୍କଠାରୁ ମୋତେ କୌଣସି ଆଦେଶ ମିଳି ନାହିଁ। କିନ୍ତୁ ପ୍ରଭୁ ମୋ’ ପ୍ରତି ଦୟା ଦେଖାଇ ଥିବାରୁ ଓ ମୁଁ ବିଶ୍ୱାସଭାଜନ ହୋଇ ଥିବାରୁ, ମୁଁ ମୋର ମତାମତ ଦେଉଛି।


ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି।


ଆମ୍ଭେମାନେ ଉପଯୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ୱରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାଯାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।


Lean sinn:

Sanasan


Sanasan