Biblia Todo Logo
Bìoball air-loidhne

- Sanasan -




୧ ପିତର 2:9 - ପବିତ୍ର ବାଇବଲ

9 କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ଵାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି ଈଶ୍ଵରଙ୍କ ନିଜସ୍ଵ ପ୍ରଜା ହୋଇଅଛ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ଏକ ପବିତ୍ର ଜାତି ଓ ଈଶ୍ୱରଙ୍କ ଆପଣାର ଲୋକ ହୋଇଅଛ। ଈଶ୍ୱର ତୁମ୍ଭମାନଙ୍କୁ ଅନ୍ଧକାର ମଧ୍ୟରୁ ତାଙ୍କର ଅପୂର୍ବ ଆଲୋକକୁ ଆହ୍ୱାନ କରିଛନ୍ତି। ତୁମ୍ଭେମାନ ତାଙ୍କର ବିସ୍ମୟକର କାର୍ଯ୍ୟସବୁ ଘୋଷଣା କରିବା ପାଇଁ ମନୋନୀତ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।

Faic an caibideil Dèan lethbhreac




୧ ପିତର 2:9
50 Iomraidhean Croise  

ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ। ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ, ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।


ସଦାପ୍ରଭୁ ପରମେଶ୍ୱର ଅଟନ୍ତି। ଏବଂ ସେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତି। ଯଜ୍ଞବେଦିର ଶିଙ୍ଗରେ ରଜ୍ଜୁଦ୍ୱାରା ମେଷକୁ ବାନ୍ଧ।”


ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।


ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।


ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି। କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।


ହେ ପରମେଶ୍ୱର, ମୁଁ ଅନ୍ୟମାନଙ୍କୁ ଏ ବିଷୟରେ କହିବା ପାଇଁ ଗ୍ଭହିଁଥିଲି। କିନ୍ତୁ ମୁଁ ଜାଣିଥିଲି ଏହା ତୁମ୍ଭର ଲୋକମାନଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା ହୋଇଥା’ନ୍ତା।


ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।


“ହେ ମୋର ଦାସ ଇସ୍ରାଏଲ, ମୋର ମନୋନୀତ ଯାକୁବ ଓ ମୋର ବନ୍ଧୁ ଅବ୍ରହାମଙ୍କର ପରିବାରବର୍ଗ।


ତା'ପରେ ଆମ୍ଭେ ଅନ୍ଧମାନଙ୍କୁ ସେମାନଙ୍କର ଅଜ୍ଞାତ ପଥ ଦେଇ ଆଣିବୁ ଓ ଯେଉଁ ପଥ ସେମାନେ ଜାଣନ୍ତି ନାହିଁ, ସେହି ପଥରେ ସେମାନଙ୍କୁ କଢ଼ାଇ ନେବୁ। ଆମ୍ଭେ ସେମାନଙ୍କ ସମ୍ମୁଖରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖରେ ପରିଣତ କରିବୁ। ଏହିସବୁ କାର୍ଯ୍ୟ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ୟାଗ କରିବୁ ନାହିଁ।


“ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ ଆମ୍ଭର ଯାହା କଥିତ ଶୁଣ।


ମାତ୍ର ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଯାଜକ’ ବୋଲି ଖ୍ୟାତ ହେବ। ଲୋକମାନେ ତୁମ୍ଭମାନଙ୍କୁ ‘ଆମ୍ଭମାନଙ୍କର ପରିଗ୍ଭଳକ’ ବୋଲି ଡାକିବେ। ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଗର୍ବିତ ହେବ।


ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,” “ମୁକ୍ତି ହୋଇଥିବା ଲୋକମାନେ।” ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,” ଏବଂ “ଅନ୍ୱେଷଣ” ବୋଲି ଡାକିଲେ।


ଆଉ ମଧ୍ୟ ସଦାପ୍ରଭୁ କୁହନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ପାଇଁ ଲୋକ ଗ୍ରହଣ କରିବୁ।”


ସେହି ଲୋକମାନେ ଅନ୍ଧକାରରେ ଚଲାବୁଲା କରୁଥିଲେ, ମାତ୍ର ସେମାନେ ଏକ ମହାନ ଆଲୋକ ଦେଖିଛନ୍ତି। ସେମାନେ ମୃତ୍ୟୁରୂପକ ଅନ୍ଧକାର ମଧ୍ୟରେ ବାସ କରୁଥିଲେ, ମାତ୍ର ସେହି “ଉଜ୍ଜ୍ୱଳ ଆଲୋକ’ ସେମାନଙ୍କୁ ଦୀପ୍ତିମୟ କରିଛି।


ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ।


ଯେଉଁ ଲୋକମାନେ ଅନ୍ଧାରରେ ରହୁଥିଲେ, ସେମାନେ ଏକ ମହାନ ଜ୍ୟୋତି ଦେଖିଲେ। କବର ଭଳି ଅନ୍ଧକାରମୟ ପ୍ରଦେଶରେ ଯେଉଁମାନେ ରହୁଥିଲେ, ସେମାନଙ୍କ ଉପରେ ଜ୍ୟୋତିର ଉଦୟ ହେଲା।”


ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।


ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”


ମୁଁ ନିଜକୁ ସେବା ପାଇଁ ପ୍ରସ୍ତୁତ କରୁଛି। ମୁଁ ସେମାନଙ୍କ ପାଇଁ ଏହା କରୁଛି ଯେହେତୁ ସେମାନେ ତୁମ୍ଭର ସେବା ପାଇଁ ପ୍ରକୃତରେ ପ୍ରସ୍ତୁତ ହୋଇପାରିବେ।


ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।


ତୁମ୍ଭେ ସେହି ଲୋକମାନଙ୍କୁ ସତ୍ୟ ପଥ ଦେଖାଇବ ଓ ସେମାନଙ୍କୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସେମାନଙ୍କୁ ଶୟତାନର ଶକ୍ତି ନିକଟରୁ ଦୂରେଇ ନେଇ ପରମେଶ୍ୱରଙ୍କ ପାଖକୁ ଆଣିବ। ତେବେ ସେମାନଙ୍କର ପାପକୁ କ୍ଷମା କରାଯିବ। ଯେଉଁମାନେ ମୋତେ ବିଶ୍ୱାସ କରି ପବିତ୍ର ହୋଇଛନ୍ତି ସେମାନଙ୍କ ମଧ୍ୟରେ ସେମାନେ ସ୍ଥାନ ପାଇବେ।’”


ଆଗ୍ରି‌‌ପ୍‌‌ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?”


ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ।


ଯଦି କୌଣସି ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ନଷ୍ଟକରେ, ତାହାହେଲେ ପରମେଶ୍ୱର ତାକୁ ନଷ୍ଟ କରିଦେବେ। କାରଣ ପରମେଶ୍ୱରଙ୍କ ମନ୍ଦିର ହେଉଛି ପବିତ୍ର। ସେହି ପବିତ୍ର ମନ୍ଦିର ତୁମ୍ଭେମାନେ।


ପରମେଶ୍ୱର ନିଜ ଲୋକଙ୍କୁ ଯେସମସ୍ତ ବିଷୟ ଦେବା ନିମନ୍ତେ ପ୍ରତିଶୃତି ଦେଇଛନ୍ତି, ତାହା ଯେ ଆମ୍ଭେମାନେ ନିଶ୍ଚିତ ରୂପେ ପାଇବା, ଏଥିପାଇଁ ପବିତ୍ରଆତ୍ମା ହେଉଛନ୍ତି ପରମେଶ୍ୱରଙ୍କ ନିର୍ଭରଯୁକ୍ତ ପ୍ରତିଶୃତି। ଯେଉଁମାନେ ପରମେଶ୍ୱରଙ୍କର ଲୋକ ଅଟନ୍ତି, ସେମାନଙ୍କ ନିମନ୍ତେ ଏହା ପୂର୍ଣ୍ଣ ସ୍ୱାଧୀନତା ଆଣିଦେବ। ଏହାର ଉଦ୍ଦେଶ୍ୟ ପରମେଶ୍ୱରଙ୍କ ମହିମାର ପ୍ରଶଂସା ହେବ।


ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।


ମଣ୍ଡଳୀରେ ଓ ଖ୍ରୀଷ୍ଟଙ୍କ ଦ୍ୱାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।


କେବଳ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ଏବଂ ସେମାନଙ୍କ ପରେ ସେମାନଙ୍କର ବଂଶଧରମାନଙ୍କୁ ବାଛିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିଲେ। ସେମାନଙ୍କ ପରେ ଆଜି ପର୍ଯ୍ୟନ୍ତ ସମସ୍ତ ଜାତି ମଧ୍ୟରୁ ତୁମ୍ଭ ଜାତିଗଣଙ୍କୁ ମନୋନୀତ କରିଛନ୍ତି।


କାହିଁକି ଜାଣ, କାରଣ ତୁମ୍ଭେମାନେ ଅନ୍ୟ ଲୋକମାନଙ୍କଠାରୁ ଭିନ୍ନ। ତୁମ୍ଭେମାନେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ୟରୁ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।


ସେହି ଲେବୀୟମାନେ ଅନ୍ୟ ପରିବାରବର୍ଗ ପରି ଭୂମିରୁ ଅଧିକାର ପାଇବେ ନାହିଁ। ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ସଦାପ୍ରଭୁ ହିଁ ସେମାନଙ୍କର ଅଧିକାର।


କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


ମୁଁ ସବୁବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚି ପୁରସ୍କାରଟି ପାଇବା ପାଇଁ ଚେଷ୍ଟା କରୁଥାଏ। ଖ୍ରୀଷ୍ଟଙ୍କଠାରେ ସ୍ୱର୍ଗୀୟ ଜୀବନର ପୁରସ୍କାର ପାଇବା ଲାଗି ପରମେଶ୍ୱର ମୋତେ ଡାକିଛନ୍ତି।


ଅନ୍ଧକାରର ଶକ୍ତିରୁ ପରମେଶ୍ୱର ଆମ୍ଭକୁ ସ୍ୱାଧୀନ କରିଛନ୍ତି। ସେ ଆମ୍ଭକୁ ତାଙ୍କ ପ୍ରିୟ ପୁତ୍ରଙ୍କର ରାଜ୍ୟ ମଧ୍ୟକୁ ଆଣିଛନ୍ତି।


ପରମେଶ୍ୱର ଆମ୍ଭକୁ ଉଦ୍ଧାର କରି ନିଜର ପବିତ୍ର ଲୋକ କରିଛନ୍ତି। ଆମ୍ଭମାନଙ୍କର ନିଜ ବଳରେ ତାହା ହୋଇ ନାହିଁ। ବରଂ ପରମେଶ୍ୱର ନିଜେ ଇଚ୍ଛାକରି ଓ ନିଜର ଅନୁଗ୍ରହ ଦ୍ୱାରା ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି ଓ ନିଜ ଲୋକ କରିଛନ୍ତି। ସେହି ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ଆମ୍ଭକୁ ଅନାଦି କାଳରୁ ମିଳିଛି।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭେମାନେ ମଧ୍ୟ ଜୀବନ୍ତ ପଥର ଭଳି। ପରମେଶ୍ୱର ଗୋଟିଏ ଆଧ୍ୟାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସେହି ମନ୍ଦିରରେ ପରମେଶ୍ୱରଙ୍କ ଦ୍ୱାରା ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଗୃହୀତ ହେବା ଭଳି ଆଧ୍ୟାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହେବା ପାଇଁ, ନିଜକୁ ନିୟୋଜିତ କର।


ଯେଉଁ ଲୋକ କହିବାକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ବାକ୍ୟରୁ କଥା କହୁ। ଯେଉଁ ଲୋକ ସେବା କରିବ, ସେ ପରମେଶ୍ୱରଙ୍କ ପ୍ରଦତ୍ତ ଶକ୍ତି ସାହାଯ୍ୟରେ ସେବା କରୁ। ତୁମ୍ଭେ ଏହିସବୁ କାମ ଏପରି ଭାବରେ କରିବା ଉଚିତ୍ ଯେ, ଖ୍ରୀଷ୍ଟଙ୍କ ମାଧ୍ୟମରେ ଯେପରି ପରମେଶ୍ୱର ସମସ୍ତ ବିଷୟରେ ପ୍ରଶଂସା ପାଇବେ। କ୍ଷମତା ଓ ମହିମା ସଦାସର୍ବଦା ପାଇଁ ତାହାଙ୍କର ଅଟେ। ଆମେନ୍।


ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।


ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।


ତୁମ୍ଭେ ଏହି ଲୋକମାନଙ୍କୁ ଗୋଟିଏ ସାମ୍ରାଜ୍ୟ ସ୍ୱରୂପ, ଓ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଯାଜକଗଣ କରିଅଛ। ସେମାନେ ଏ ପୃଥିବୀ ଉପରେ ରାଜତ୍ୱ କରିବେ।”


“ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି।


Lean sinn:

Sanasan


Sanasan