Biblia Todo Logo
Bìoball air-loidhne

- Sanasan -




୧ ପିତର 3:12 - ପବିତ୍ର ବାଇବଲ

12 ଭଲ ଲୋକମାନଙ୍କୁ ପ୍ରଭୁ ଦେଖନ୍ତି, ସେମାନଙ୍କର ପ୍ରାର୍ଥନା ସବୁ ସେ ଶୁଣନ୍ତି। କିନ୍ତୁ ମନ୍ଦ କାମ କରୁଥିବା ଲୋକଙ୍କର ସେ ବିରୋଧୀ ଅଟନ୍ତି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।

Faic an caibideil Dèan lethbhreac

ଓଡିଆ ବାଇବେଲ

12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

12 ଈଶ୍ୱର ଧାର୍ମିକମାନଙ୍କ ପ୍ରତି ମନୋଯୋଗ କରନ୍ତି ଏବଂ ସେମାନଙ୍କ ପ୍ରାର୍ଥନା ଶୁଣନ୍ତି; କିନ୍ତୁ ସେ ଦୁରାଚାରୀମାନଙ୍କୁ ପ୍ରତିରୋଧ କରନ୍ତି।”

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”

Faic an caibideil Dèan lethbhreac




୧ ପିତର 3:12
21 Iomraidhean Croise  

ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ଅଟନ୍ତି, ସେମାନଙ୍କୁ ସେ ବଳବାନ୍ କରି ପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁର୍ଦ୍ଦିଗରେ ଭ୍ରମଣ କରି ସେହି ଲୋକମାନଙ୍କୁ ତନ୍ନ ତନ୍ନ କରି ଖୋଜନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ଯ୍ୟ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ବର୍ତ୍ତମାନ, ଆମ୍ଭର ଚକ୍ଷୁ ଉନ୍ମୁକ୍ତ ହେବ ଓ ଏହି ସ୍ଥାନରେ ଯେଉଁସବୁ ପ୍ରାର୍ଥନା କରାଯିବ, ତାହାକୁ ଆମ୍ଭର କର୍ଣ୍ଣ ଧ୍ୟାନପୂର୍ବକ ଶୁଣିବ।


ସଦାପ୍ରଭୁ ତାହାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ୱର୍ଗରେ, ସେ ସେହିଠାରୁ ଯାହାସବୁ ଘଟୁଛି ସମସ୍ତ ବିଷୟ ଦେଖନ୍ତି। ସଦାପ୍ରଭୁ ମନୁଷ୍ୟକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଗ୍ଭର କରନ୍ତି।


ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।


ଯିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।


ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା। ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।


ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥା’ନ୍ତି। ପୁଣି ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।


ସଦାପ୍ରଭୁ ସର୍ବଦା ସବୁଠାରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ୟ ନୀରିକ୍ଷଣ କରନ୍ତି।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।


ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦ‌ଗ୍‌ଧ କରିବ।’”


“ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।”


ମୁଁ ସେମାନଙ୍କ ବିରୁଦ୍ଧରେ ମୋର ମୁହଁ ବୁଲାଇବି। ଯଦି ସେମାନେ ଅଗ୍ନିରୁ ରକ୍ଷା ପାଇଗଲେ, ତଥାପି ସେହି ଅଗ୍ନି ସେମାନଙ୍କୁ ଗ୍ରାସ କରିବ। ଯେହେତୁ ମୁଁ ସେମାନଙ୍କ ବିରୁଦ୍ଧରେ ବିମୁଖ ହୋଇଛି, ଏହା ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।


“ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।


ମୁଁ ମଧ୍ୟ ତା’ ବିରୁଦ୍ଧରେ ଛିଡ଼ା ହେବି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ ରଖିବି। କାରଣ ସେ ମୋର ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମୋର ପବିତ୍ର ନାମକୁ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ନିଜର ସନ୍ତାନମାନଙ୍କୁ ଦେଇଅଛି।


“ଯେଉଁ ଲୋକ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ବ୍ୟଭିଗ୍ଭର କରିବାକୁ ଅନୁସରଣ କରେ, ସେହି ପ୍ରାଣୀ ବିରୁଦ୍ଧରେ ଆମ୍ଭେ ଯିବା। ଯେହେତୁ ସେ ଆମ୍ଭ ପ୍ରତି ଅବିଶ୍ୱସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ୟରୁ ପୃଥକ ରଖିବା।


ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।


ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”


ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ୱର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ୱର ତା'ର କଥା ଶୁଣନ୍ତି।


ସେହି ଦେଶ ବିଷୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ମନୋଯୋଗ କରନ୍ତି। ବର୍ଷର ଆରମ୍ଭରୁ ବର୍ଷର ଶେଷ ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟି ତହିଁ ଉପରେ ସର୍ବଦା ଥାଏ।


ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।


Lean sinn:

Sanasan


Sanasan