1 ଶାମୁୟେଲ 4:3 - ପବିତ୍ର ବାଇବଲ3 ତା'ପରେ ଇସ୍ରାଏଲୀୟ ସୈନ୍ୟଗଣ ଛାଉଣି ନିକଟକୁ ଫେରି ଆସିଲେ। ତା'ପରେ ପ୍ରାଚୀନଗଣ ପଗ୍ଭରିଲେ, “ସଦାପ୍ରଭୁ କାହିଁକି ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାସ୍ତ କଲେ? ଆସ, ଆମ୍ଭେମାନେ ଶିଲୋଠାରୁ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକକୁ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତ୍ରୁମାନଙ୍କଠାରୁ ରକ୍ଷା କରିବେ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ତହୁଁ ଲୋକମାନେ ଛାଉଣିକି ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କିହେତୁ ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ। Faic an caibideilଓଡିଆ ବାଇବେଲ3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।” Faic an caibideil |
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।