୧ ଥେସଲନୀକୀୟ 1:8 - ପବିତ୍ର ବାଇବଲ8 ମାକିଦନିଆ ଓ ଆଖାୟାରେ ତୁମ୍ଭମାନଙ୍କ ପାଖରୁ ପ୍ରଭୁଙ୍କର ଶିକ୍ଷା ପ୍ରସାରିତ ହୋଇଥିଲା। ପ୍ରତ୍ୟେକ ସ୍ଥାନରେ ପରମେଶ୍ୱରଙ୍କଠାରେ ତୁମ୍ଭ ବିଶ୍ୱାସ ପରିଚିତ ହୋଇଛି। ଅତଏବ ତୁମ୍ଭମାନଙ୍କ ବିଶ୍ୱାସ ବିଷୟରେ ଆମ୍ଭର କିଛି କହିବାର ଆବଶ୍ୟକ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 କାରଣ ତୁମ୍ଭମାନଙ୍କଠାରୁ ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ଘୋଷିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ଵାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ଵନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନାହିଁ। Faic an caibideilଓଡିଆ ବାଇବେଲ8 କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ । Faic an caibideilପବିତ୍ର ବାଇବଲ (CL) NT (BSI)8 ତୁମ୍ଭମାନଙ୍କ ନିକଟରୁ ଯେ କେବଳ ପ୍ରଭୁଙ୍କ ଶୁଭ ବାର୍ତ୍ତା ମାସିଦୋନିଆ ଓ ଆଖାୟାରେ ବ୍ୟାପ୍ତ ହୋଇଥିଲା ତା’ ନୁହେଁ; ମାତ୍ର ତୁମ୍ଭମାନଙ୍କର ଈଶ୍ୱର-ବିଶ୍ୱାସ କଥା ସର୍ବତ୍ର ଏପରି ଭାବରେ ପ୍ରକାଶ ପାଇଛି ଯେ, ଏ ବିଷୟରେ ଆମର ଆଉ ଅଧିକ କିଛି କହିବା ପ୍ରୟୋଜନ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। Faic an caibideil |
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ସଙ୍କେତ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ବିଭିନ୍ନ ଦେଶ ଯଥା: ତର୍ଶୀଶ, ଫୁଲ ଓ ଲୁଦ, ଯେଉଁମାନେ ଧନୁର୍ଦ୍ଧର, ତୁବଲ ଓ ଯବନ ତଥା ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟରେ କେବେ ଶୁଣି ନାହାନ୍ତି କିମ୍ବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେହିମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ବିଭିନ୍ନ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।