Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 3:9 - ପବିତ୍ର ବାଇବଲ

9 ତୁମ୍ଭମାନଙ୍କ କାରଣରୁ ଆମ୍ଭ ପରମେଶ୍ୱରଙ୍କ ଆଗରେ ଆମ୍ଭର ମହାନ୍ ଆନନ୍ଦ। ଅତଏବ ତୁମ୍ଭମାନଙ୍କ ଲାଗି ଆମ୍ଭେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କରୁଛୁ। କିନ୍ତୁ ଆମ୍ଭେ ଯେତେ ଆନନ୍ଦ ଅନୁଭବ କରୁଛୁ, ସେହି ଅନୁପାତରେ ଆମ୍ଭେ ତାଙ୍କୁ ଧନ୍ୟବାଦ ଦେଇ ପାରିବୁ ନାହିଁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ହଁ, ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ସକାଶେ ଆମ୍ଭେମାନେ ଯେ ସମସ୍ତ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ଵରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ଵରଙ୍କୁ କିପରି ଧନ୍ୟବାଦ ଦେଇ ପାରୁ?

Faic an caibideil Dèan lethbhreac

ଓଡିଆ ବାଇବେଲ

9 ହଁ, ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେଇପାରୁ ?

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

9 ବର୍ତ୍ତମାନ ତୁମ୍ଭମାନଙ୍କ ଯୋଗୁଁ ଆମେ ଯେଉଁ ଅପାର ଆନନ୍ଦ ଲାଭ କରୁଛୁ, ସେଥିପାଇଁ ଈଶ୍ୱରଙ୍କୁ କିପରି ଧନ୍ୟବାଦ ଦେବୁ, ଜାଣିପାରୁ ନା।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ?

Faic an caibideil Dèan lethbhreac




୧ ଥେସଲନୀକୀୟ 3:9
17 Iomraidhean Croise  

ତା'ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି।


ଯେତେବେଳେ ହିଜକିୟ ଓ ନେତାମାନେ ଆସିଲେ, ସେମାନେ ସେହି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସେମାନେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇସ୍ରାଏଲର ଲୋକମାନଙ୍କର ପ୍ରଶଂସା କଲେ।


ଏହା ପରେ ଲେବୀୟମାନେ: ଯେଶୂୟ, କ‍ଦ୍‍ମୀୟେଲ, ବାନି, ହଶବନିୟ, ଶେରେବିୟ, ହୋଦିୟ, ଶବନିୟ, ଓ ପାଥାଦିୟ କହିଲେ, “ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର। “ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ସେ କରିଥିବା ମଙ୍ଗଳଦାନର ଫଳସ୍ୱରୂପ ମୁଁ ସଦାପ୍ରଭୁଙ୍କୁ କ’ଣ ଦେଇପାରେ?


ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।


ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।


ଆଶ୍ଚର୍ଯ୍ୟଜନକ ଓ ଅବର୍ଣ୍ଣନୀୟ ଏହି ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେମାନେ ତାହା ଭୋଜନ କରିବ। ତୁମ୍ଭେ ଓ ତୁମ୍ଭର ପୁତ୍ର ତୁମ୍ଭର କନ୍ୟା ତୁମ୍ଭ ଦାସ ଓ ଦାସୀଗଣ ଏବଂ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ ସେହି ନୈବେଦ୍ୟ ଭୋଜନ କରିବ। ଯେଉଁଗୁଡ଼ିକ ତୁମ୍ଭମାନଙ୍କର କଠିନ ପରିଶ୍ରମର ଫଳ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ଆନନ୍ଦ କରିବ।


ତୁମ୍ଭେମାନେ ଯେଉଁ ଗୋଷ୍ଠୀୟମାନଙ୍କୁ ଅଧିକାର କରିବ, ସେମାନଙ୍କର ଉଚ୍ଚ ପର୍ବତଗଣ ଉପରେ ଓ ଉପପର୍ବତ ସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁସବୁ ସ୍ଥାନରେ ନିଜ ନିଜ ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପାଇଁ ଯେଉଁ ସ୍ଥାନ ନିର୍ଣ୍ଣୟ କରିବେ, ସେହି ସ୍ଥାନରେ ତାଙ୍କ ସମ୍ମୁଖରେ ତୁମ୍ଭେ ଓ ତୁମ୍ଭ ପୁତ୍ର ତୁମ୍ଭର କନ୍ୟା ଓ ତୁମ୍ଭର ଦାସ ଦାସୀ, ତୁମ୍ଭ ନଗର ଦ୍ୱାରର ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ, ପିତୃହୀନ, ବିଧବା ସମସ୍ତେ ଆନନ୍ଦ କରିବ।


ତୁମ୍ଭେମାନେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତେବେଳେ ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।


Lean sinn:

Sanasan


Sanasan