Biblia Todo Logo
Bìoball air-loidhne

- Sanasan -




୧ ଥେସଲନୀକୀୟ 5:2 - ପବିତ୍ର ବାଇବଲ

2 କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

Faic an caibideil Dèan lethbhreac

ଓଡିଆ ବାଇବେଲ

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ ।

Faic an caibideil Dèan lethbhreac

ପବିତ୍ର ବାଇବଲ (CL) NT (BSI)

2 କାରଣ ତୁମ୍ଭେମାନେ ଉତ୍ତମ ରୂପେ ଜାଣ ଯେ, ରାତିରେ ଚୋର ପଶିବା ପରି ପ୍ରଭୁଙ୍କ ଦିନ ଆସି ପହଞ୍ଚିବ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

Faic an caibideil Dèan lethbhreac




୧ ଥେସଲନୀକୀୟ 5:2
13 Iomraidhean Croise  

ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ଯ୍ୟନ୍ତ ତାଙ୍କର କ୍ରୋଧ ଫେରିବ ନାହିଁ। ତୁମ୍ଭେମାନେ ଶେଷକାଳରେ ସମ୍ପୂର୍ଣ୍ଣ ରୂପେ ହୃଦୟଙ୍ଗମ କରିବ।


“ତେଣୁ ସଦାବେଳେ ଜାଗ୍ରତ ରୁହ, କାରଣ ମନୁଷ୍ୟପୁତ୍ର କେଉଁଦିନ ଓ କେଉଁ ସମୟରେ ଆସିବେ, ତାହା ତୁମ୍ଭେ ଜାଣି ନାହଁ।


“ସାବଧାନ ରୁହ। ତୁମ୍ଭେମାନେ ମଦ୍ୟପାନ କରି ମାତାଲ ହୋଇ ନିଜ ସମୟ ନଷ୍ଟ କର ନାହିଁ। ସାଂସାରିକ ବସ୍ତୁଗୁଡ଼ିକ ବିଷୟରେ ଅତ୍ୟଧିକ ଚିନ୍ତିତ ହୋଇ ପଡ଼ ନାହିଁ। ସେଭଳି କଲେ ତୁମ୍ଭେମାନେ ଜଡ଼ ହୋଇଯିବ ଓ ଉଚିତ୍ କଥା କେବେ ଭାବି ପାରିବ ନାହିଁ। ଏବଂ ତୁମ୍ଭେମାନେ ପ୍ରସ୍ତୁତ ନ ଥିବା ବେଳେ ଅନ୍ତିମକାଳ ଆସି ଯାଇପାରେ।


ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ।


କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ।


ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟ‌‌ଦ୍‌‌‌‌ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି।


ଏହା ପରେ ଯିହୋଶୂୟ ଏବଂ ତାଙ୍କର ସମସ୍ତ ସୈନ୍ୟବାହିନୀ ସହିତ ଆସି ହଠାତ୍ ମେରୋମ୍ ନଦୀ କୂଳରେ ସେମାନଙ୍କୁ ଆକ୍ରମଣ କଲେ।


କିନ୍ତୁ ଗ୍ଭେର ଆସିବା ଦିନପରି, ପ୍ରଭୁଙ୍କ ଆସିବା ଦିନଟି ପ୍ରତ୍ୟେକଙ୍କୁ ଆଶ୍ଚର୍ଯ୍ୟ କରିବ। ଭୟଙ୍କର ଗର୍ଜନ ସହିତ ଆକାଶମଣ୍ଡଳ ଅଦୃଶ୍ୟ ହୋଇଯିବ। ଆକାଶମଣ୍ଡଳର ସମସ୍ତ ବସ୍ତୁ ଅଗ୍ନିରେ ଧ୍ୱଂସ ହୋଇଯିବ। ଜଗତ ଏହାର ସମସ୍ତ ବିଷୟ ସହିତ ଜଳିଯିବ।


“ଦେଖ! ମୁଁ ଗୋଟିଏ ଗ୍ଭେର ଭଳି ଆସିବି। ଯେ ମୋ’ ଅପେକ୍ଷାରେ ଗ୍ଭହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସେହି ଲୋକ ସୁଖୀ। ତେବେ ତାହାକୁ ଉଲଗ୍ନ ହୋଇ ଗ୍ଭଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।’’


ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।


Lean sinn:

Sanasan


Sanasan